୨୭ତମ ରୁଚି ପ୍ରତିଭା ସମ୍ମାନ ସମାରୋହ

କଟକ,୩।୯: ରୁଚି ଫୁଡ୍‌ଲାଇନର ସାମାଜିକ ପ୍ରତିଷ୍ଠାନ ରୁଚି ପ୍ରତିଭା ଫାଉଣ୍ଡେଶନ ପକ୍ଷରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସେଭେନ୍‌ ପିଲାର୍ସ ଅଫ୍‌ ଓି୍ବଜ୍‌ଡମ୍‌ର ମୁଖ୍ୟ ସମ୍ମିଳନୀ କକ୍ଷରେ ରୁଚି ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ନିର୍ଦ୍ଦେଶକ ଡ. ସନ୍ତୃପ୍ତ ବି.ମିଶ୍ରଙ୍କୁ ଚଳିତ ବର୍ଷର ରୁଚି ଦେଶ ଗୌରବ ସମ୍ମାନ ପ୍ରଦାନ କରାଯାଇଛି। ସେହିଭଳି ରେଭରି ଲାଙ୍ଗୁଏଜ୍‌ ଟେକ୍ନୋଲୋଜିର ସହ ପ୍ରତିଷ୍ଠାତା ଏବଂ ସିଇଓ ଅରବିନ୍ଦ ପାଣିଙ୍କୁ ରୁଚି ଦେଶ ଜ୍ୟୋତି ସମ୍ମାନ, ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ରୁଚି ଦେଶ ସେବା ସମ୍ମାନ, ଓଡ଼ିଶାର ଆଇଏଏସ୍‌ ଟପ୍ପର ଜୁବିନ୍‌ ମହାପାତ୍ରଙ୍କୁ ରୁଚି ବିଦ୍ୟାସାଗର ସମ୍ମାନ, କ୍ରୀଡ଼ାବିତ ଚିନ୍ମୟୀ ଭୂୟାଁଙ୍କୁ ରୁଚି ବାରବାଟୀ କ୍ରୀଡ଼ା ସମ୍ମାନ ଦିଆଯାଇଥିବାବେଳେ ପ୍ରାକୃତିକ ବିପର୍ଯ୍ୟୟରେ ବିପନ୍ନଙ୍କୁ ଉତ୍ସର୍ଗୀକୃତ ସେବା ଓ ସହାୟତା ଯୋଗାଉଥିବା ଓଡ୍ରାଫ କଟକ ଟିମ୍‌କୁ ରୁଚି ସେବା ଜ୍ୟୋତି ସମ୍ମାନ ଏବଂ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଶ୍ରେୟାଶ୍ରୀ ଜେନା ଓ ସିବିଏସ୍‌ଇ ୨୦୨୧ରେ ସର୍ବଭାରତୀୟ ଟପ୍ପର ନିଶିତା ଦାସଙ୍କୁ ରୁଚି ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି।
ଉକ୍ତ ସମାରୋହରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଆଭାସିରେ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ଡିଆର୍‌ଡିଓର ମହାନିର୍ଦ୍ଦେଶକ ଡ.ବିନୟ କୁମାର ଦାସ ଏବଂ ସମ୍ମାନିତ ଅତିଥି ଭାବେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ,ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳପତି ଡ. ସଞ୍ଜୟ କୁମାର ନାୟକ,ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲୀପ ତିର୍କୀ ପ୍ରମୁଖ ଯୋଗଦେଇ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅପରପକ୍ଷରେ ରୁଚି ପ୍ରତିଭା ଫାଉଣ୍ଡେଶନର ଅଧ୍ୟକ୍ଷ ଡ.ଶରତ କୁମାର ସାହୁ ସ୍ବାଗତ ଅଭିଭାଷଣ ଦେଇ ସମାରୋହାର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଫାଉଣ୍ଡେଶନର ସମ୍ପାଦକ ଅରବିନ୍ଦ ସାହୁ, ରୁଚି ଫୁଡ୍‌ଲାଇନର ନିର୍ଦ୍ଦେଶିକା ରଶି୍ମ ସାହୁ, ସଙ୍ଗୀତା ସାହୁ, ସଲୀନା ସାହୁ, ବରିଷ୍ଠ ସୂଚନା ଅଧିକାରୀ ନିହାର ରଞ୍ଜନ ସାହୁ ଓ ରୁଚିର ମାର୍କେଟିଂ ହେଡ୍‌ ଦେବବ୍ରତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ପରିଶେଷର ଫାଉଣ୍ଡେଶନର ଯୁଗ୍ମ ସମ୍ପାଦକ ଶୁଭେନ୍ଦୁ କୁମାର ଭୂୟାଁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?