ବାମରା,୧୨।୮(ଡି.ଏନ୍.ଏ.): ସମ୍ବଲପୁର ଜିଲା ବାମରା ବ୍ଲକ୍ ବାଉଁଶଲଗା ପଞ୍ଚାୟତ ତାଳଡ଼ିହି ଗଁାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ନିଜ ବଡ଼ଭାଇ, ଭାଉଜ ଓ ପୁତୁରାକୁ ଆକ୍ରମଣ କରିବା ପରେ ଘରପାଖ ଅଙ୍ଗନଓ୍ବାଡି କେନ୍ଦ୍ର ପାଇଖାନା ଟାଙ୍କିରେ ଭର୍ତ୍ତି କରି ସେହି ପରିବାରକୁ ମୂଳପୋଛ କରିବାକୁ ଉଦ୍ୟମ କରିଥିଲେ। ଏଥିରେ ବଡ଼ ଭାଇ ଦିଲୀପ ମାଝି (୨୮) ଓ ତାଙ୍କ ୩ ବର୍ଷର ପୁଅ ବିଶ୍ୱରାଜଙ୍କ ମୃତ୍ୟୁ ଘଟିଛି। ଭାଉଜ ସରିତା(୨୨)ଙ୍କୁ ଗୁରୁତର ଅବସ୍ଥାରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଉଦ୍ଧାର କରିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପରେ ତାଙ୍କୁ ସୁନ୍ଦରଗଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ସେହିପରି ୨ ମୃତଦେହକୁ ବ୍ୟବଚ୍ଛେଦ ପରେ ପୋଲିସ ତାଙ୍କ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରିଛି। ଏ ନେଇ ଗୋବିନ୍ଦପୁର ଥାନାରେ ଆଇପିସିର ଦଫା ୩୦୨ ଓ ୨୦୧ରେ ଏକ ମାମଲା (ନଂ.୧୨୦/୨୦) ରୁଜୁ ହୋଇଛି। ଅଭିଯୁକ୍ତ ସନାତନ ମାଝି (୨୦)ଙ୍କୁ ପୋଲିସ ନିଜ ହେପାଜତକୁ ନେଇଛି।
ସୂଚନା ଅନୁଯାୟୀ, ତାଳଡ଼ିହି ସ୍କୁଲପଡ଼ା ଅଙ୍ଗନଓ୍ବାଡି ନିକଟରେ ରହୁଥିବା ଦିଲୀପ, ତାଙ୍କ ସ୍ତ୍ରୀ ଓ ପୁଅ ଗତ ରବିବାର ରାତିରୁ ନିଖୋଜ ଥିଲେ। ବହୁ ଖୋଜାଖୋଜି ପରେ ବି ସେମାନଙ୍କ ପତ୍ତା ମିଳି ନ ଥିଲା। ମଙ୍ଗଳବାର ସକାଳେ ଦିଲୀପଙ୍କ ମା’ ଗୋବିନ୍ଦପୁର ଥାନାକୁ ଆସି ତାଙ୍କ ସାନ ପୁଅ ସନାତନ ବଡ଼ପୁଅ ପରିବାରକୁ ହତ୍ୟା କରିଥିବା ଅଭିଯୋଗ କରିଥିଲେ। ଏହାପରେ ପୋଲିସ ସନାତନଙ୍କୁ ଧରି ପଚରାଉଚରା କରିବା ପରେ ସମ୍ପୂର୍ଣ୍ଣ ଘଟଣା ସାମ୍ନାକୁ ଆସିଥିଲା। ଏହାପରେ ପୋଲିସ ବାମରା ଅଗ୍ନିଶମ କର୍ମଚାରୀଙ୍କ ସାହାଯ୍ୟରେ ପାଇଖାନା ଟାଙ୍କିରୁ ଦିଲୀପ ଓ ପୁଅ ବିଶ୍ୱରାଜଙ୍କ ମୃତଦେହ ଉଦ୍ଧାର କରିଥିଲା।
ପ୍ରାଥମିକ ତଦନ୍ତ ପରେ ପୋଲିସ କହିଛି, ସନାତନ ଓ ଦିଲୀପଙ୍କ ମଧ୍ୟରେ ରବିବାର ରାତିରେ କୌଣସି କଥାକୁ ନେଇ ଗଣ୍ଡଗୋଳ ହୋଇଥିଲା। ଫଳରେ ସନାତନ ଏକ ଧାରୁଆ ଅସ୍ତ୍ରରେ ଦିଲୀପ, ସରିତା ଓ ପୁତୁରା ବିଶ୍ୱରାଜଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ଫଳରେ ସେମାନେ ଚେତାଶୂନ୍ୟ ହୋଇ ପଡିଥିଲେ। ପରେ ସମସ୍ତଙ୍କୁ ଟେକି ନେଇ ପାଖ ପାଇଖାନା ଟାଙ୍କିରେ ପକାଇ ଦେଇଥିଲେ। ପ୍ରମାଣ ନଷ୍ଟ କରିବାକୁ ରକ୍ତ ପଡିଥିବା ସ୍ଥାନରେ ସେ ଗୋବର ପାଣି ପକାଇ ପୋଛି ଦେଇଥିଲେ।
Posted inଅପରାଧ, ଆମ ଜିଲା ଖବର, ସମ୍ବଲପୁର View All
ପାଟ୍ରୋଲିଂ ବେଳେ କାର୍ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍-ଖଣ୍ଡା ଜବତ…
ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…
କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…
କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…
କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…
କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍ କନ୍କ୍ଲେଭ୍’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା
ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍ ସ୍ତରୀୟ ୟୁଥ୍ କନ୍କ୍ଲେଭ୍ ତଥା…
ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…
ଭୟଙ୍କର ଦୁର୍ଘଟଣା; ଟ୍ରକ୍-ବାଇକ୍ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର
ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍-ବାଇକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…
କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….
କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…
ରଣଜୀ ଟିମ୍ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

