୨୮ ବାଇକ୍‌ ଚୋରି କରି ଜଙ୍ଗଲରେ ରଖିଥିଲେ, ଚଢ଼ାଉ କରି ୨ ଜଣଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର୧୭ା୧୧(ପ୍ରମୋଦ ବହିଦାର): ଜଙ୍ଗଲ ମଧ୍ୟରେ ୨୮ ଚୋରା ବାଇକ୍‌କୁ ବିକ୍ରି ପାଇଁ ଲୁଚାଇ ରଖିଥିବାବେଳେ ଅଇଁଠାପାଲି ପୋଲିସ ଜବତ କରିଛି। ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ଜାରଙ୍ଗ ଜଙ୍ଗଲରୁ ବାଇକ୍‌ଗୁଡ଼ିକ ଜବତ କରାଯାଇଛି। ଏହି ଘଟଣାରେ ସୋନପୁର ବୀରମହାରାଜପୁରର ରାମକୁମାର ପଣ୍ଡା ଓ ବୌଦ୍ଧ ମନମୁଣ୍ଡାର ସର୍ଦୁଲ ଗାଇଗୋରିଆ ନାମକ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ।
ଏନେଇ ଅଇଁଠାପାଲି ଥାନାରେ ରବିବାର ପୂର୍ବାହ୍ନ ଆୟୋଜିତ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅଜୟ କୁମାର ମିଶ୍ର ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁସାରେ ଗତ ନଭେମ୍ବର ୯ ତାରିଖରେ ଜଗନ୍ନାଥ କଲୋନୀର ଧୀରଜ କୁମାର ପୂଜାରୀ କଲୋନୀର ପାର୍କ ନିକଟରୁ ତାଙ୍କ ସ୍କୁଟର(ଓଡି-୧୫କ୍ୟୁ-୪୧୬୯) ଚୋରି ହୋଇଥିବା ନେଇ ଏତଲା ଦେଇଥିଲେ। ତାଙ୍କ ଏତଲା ଆଧାରରେ ଅଇଁଠାପାଲି ଥାନାରେ କେସ୍‌ ନମ୍ବର ୩୮୦/୨୪ରେ ଏକ ମାମଲା ରୁଜୁ କରି ତଦନ୍ତ ଅରମ୍ଭ କରିଥିଲା। ତେବେ ଉକ୍ତ ଚୋରି ସ୍କୁଟରରେ ଦୁଇଜଣ ଯୁବକ ଅଇଁଠାପାଲି ବସ୍‌ଷ୍ଟାଣ୍ଡ ନିକଟରେ ବୁଲାବୁଲି କରୁଥିବା ଅଇଁଠାପାଲି ପୋଲିସକୁ ଖବର ମିଳିଥିଲା। ଖବର ପାଇ ଅଇଁଠାପାଲି ଥାନା ଏସଆଇ ନୀଳାଦ୍ରି ବିଶ୍ବାଳ ସଦଳବଳ ସେଠାରେ ପହଞ୍ଚି ଉକ୍ତ ଯୁବକ ଦ୍ବୟଙ୍କୁ ଚୋରି ସ୍କୁଟର ସହ ଥାନାକୁ ଆଣି ଜେରା କରିଥିଲେ। ଜେରାବେଳେ ଉଭୟ ସ୍କୁଟର ଚୋରି କରିଥିବା ସ୍ବୀକାର କରିବାରୁ ସେମାନଙ୍କ ସୂଚନା ଅନୁସାରେ ପୋଲିସ ଚୋରି ବାଇକ୍‌ଗୁଡ଼ିକ ଯୁଯୁମୁରା ଜାରଙ୍ଗ ଜଙ୍ଗଲରୁ ଜବତ କରିଛି। ଏମାନେ ବାଇକ୍‌ ଚୋରି ସିଣ୍ଡିକେଟ ଚଳାଉଥିଲେ ବୋଲି ଅତିରିକ୍ତ ଏସ୍‌ପି ଅଜୟ ମିଶ୍ର ସୂଚନା ଦେଇଛନ୍ତି। ଉଭୟ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri