ଲୋକନାଥ ମନ୍ଦିର ଲାଗି ୨୮, ଅଲାରନାଥ ପୀଠ ଲାଗି ୮ କୋଟି

ଭୁବନେଶ୍ବର, ୨୨ା୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନ ଅନୁମୋଦନ କରିଛନ୍ତି। ଲୋକନାଥ ମନ୍ଦିରର ବିକାଶ ପାଇଁ ୨୮ କୋଟି ଏବଂ ଅଲାରନାଥ ମନ୍ଦିର ଲାଗି ୮ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି। ଉଭୟ ମନ୍ଦିରର ପୁନଃ-ଉନ୍ନୟନ କାର୍ଯ୍ୟ ବର୍ଷକ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ସମୟ ଧାର୍ଯ୍ୟ କରାଯାଇଛି।
ଲୋକନାଥ ମନ୍ଦିରର ମାଷ୍ଟରପ୍ଲାନ ଅନୁଯାୟୀ ମନ୍ଦିର ଭିତର, ବାହାର ବେଢ଼ାର ଉନ୍ନତୀକରଣ ହେବା ସହିତ ସେବାୟତ ଓ ଭକ୍ତମାନଙ୍କ ପାଇଁ ବିଭିନ୍ନ ସୁବିଧା କରାଯିବ। ଏହାବ୍ୟତୀତ ପାର୍କିଂ, ଆଧୁନିକ ଧାଡି ପରିଚାଳନା ବ୍ୟବସ୍ଥା, ଆପ୍ରୋଚ ରୋଡର ଉନ୍ନତୀକରଣ ଏବଂ ପଶ୍ଚିମ ଦ୍ବାରରେ ସେବାୟତଙ୍କ ସୁବିଧା ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା ରହିବ। ଭିତର ବେଢ଼ାରେ ପୁରୁଣା ମାର୍ବଲ ପଥର ସବୁ କାଢ଼ି ଖଣ୍ଡେଲାଇଟ୍ସ ପଥର ଲାଗିବ। ମନ୍ଦିର ବଗିଚାର ଉନ୍ନତୀକରଣ କରାଯାଇ ଲ୍ୟାଣ୍ଡ ସ୍କେପିଂ କରାଯିବ। ଏହାଛଡା ମନ୍ଦିର ପାଚେରିର ମରାମତି ସହିତ ଆଲୋକୀକରଣର ବ୍ୟବସ୍ଥା ମଧ୍ୟ ହେବ। ବାହାର ବେଢ଼ାକୁ ସମ୍ପ୍ରସାରିତ କରାଯିବା ସହିତ ଭାଙ୍ଗିଯାଇଥିବା ସ୍ଥାନଗୁଡ଼ିକର ମରାମତି, ନୂତନ ରାସ୍ତା, ଲ୍ୟାଣ୍ଡ ସ୍କେପିଂ, ଆଲୋକୀକରଣ, ବସାଉଠା ପାଇଁ ସ୍ଥାନ ଓ ୨ଟି ମୁଣ୍ଡନ ମଣ୍ଡପର ବିକାଶ କରାଯିବ। ଡ୍ରେନେଜ ଏକ ମୁଖ୍ୟ ସମସ୍ୟା ହୋଇଥିବାରୁ ମନ୍ଦିର ଭିତର ଏବଂ ବାହାର ଉଭୟ ପାଶର୍‌ବରେଏହି ବ୍ୟବସ୍ଥାକୁ ସୁଦୃଢ କରାଯିବ। ସେହିପରି ବ୍ରହ୍ଣଗିରିର ପ୍ରସିଦ୍ଧ ଅଲାରନାଥ ମନ୍ଦିରର ବିକାଶ ମଧ୍ୟ କରାଯିବ। ପୁରୀଠାରୁ ୨୪ କି.ମି. ଓ ସାତପଡାଠାରୁ ୨୫ କି.ମି. ଦୂରରେ ଥିବା ଏହି ପୀଠ ପଞ୍ଚଦଶ ଓ ଷୋଡଶ ଶତାବ୍ଦୀରେ ନିର୍ମିତ ହୋଇଥିବା ବିଶ୍ବାସ କରାଯାଏ। ମାଷ୍ଟରପ୍ଲାନ ଅନୁଯାୟୀ ଏହାର ପ୍ରବେଶ ଓ ପ୍ରସ୍ଥାନ ସ୍ଥାନ, ସ୍ଥାନୀୟ ଭିତର ରାସ୍ତା, ଅରୁଣ ସ୍ତମ୍ଭ, ଚନ୍ଦନ ପୋଖରୀ ଆଦିର ବିକାଶ ଓ ସୌନ୍ଦର୍ଯ୍ୟକରଣ ସହିତ ପୂରା ଅଞ୍ଚଳକୁ ବିକଶିତ କରାଯାଇ ଏକ ଆକର୍ଷଣୀୟ ପର୍ଯ୍ୟଟନ କ୍ଷେତ୍ରରେ ପରିଣତ କରାଯିବ। ଏହାର ପ୍ରବେଶ ଦ୍ବାରକୁ ପ୍ରଶସ୍ତ କରାଯାଇ ୪୦ ଫୁଟ ଚଉଡା ଓ ୧୮ ଫୁଟ ଉଚ୍ଚ କରାଯିବ। ଏଥିରେ ଖଣ୍ଡେଲାଇଟସ ପଥର ଲଗିବ। ମନ୍ଦିରକୁ ଯାଇଥିବା ରାସ୍ତାକୁ ୪୦ ଫୁଟ ଚଉଡା କରାଯାଇ ଏଥିରେ ପେଭର ବ୍ଲକ ଲଗାଯିବ। ଦୁଇପଟେ ଡ୍ରେନର ବ୍ୟବସ୍ଥା ରହିବ। ଏହାସହିତ ୨ ଓ ୪ ଚକିଆ ଗାଡି ପାଇଁ ପାର୍କିଂ ବ୍ୟବସ୍ଥା ହେବ। ଓଡ଼ିଶା ବ୍ରିଜ କନଷ୍ଟ୍ରକଶନ କର୍ପୋରେଶନ ଦ୍ବାରା ଉଭୟ ମନ୍ଦିରର ଉନ୍ନତୀକରଣ କାର୍ଯ୍ୟର କାର୍ଯ୍ୟାନ୍ବୟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?