Posted inଜାତୀୟ

ଆଫଗାନିସ୍ତାନରେ ଆଜମଗଡର ୨୮ବାସିନ୍ଦା, ପାସପୋର୍ଟ ନେଲେ ଛଡ଼ାଇ…

କାବୁଲ/ନୂଆଦିଲ୍ଲୀ,୧୯।୮: ତାଲିବାନ ଆଫଗାନିସ୍ତାନ ଦଖଲ କରିବା ପରେ ସେଠାରେ ଜୀବନ ଅତ୍ୟନ୍ତ କଷ୍ଟସାଧ୍ୟ ହୋଇପଡିଛି। ଦେଶର ଅବସ୍ଥା ବିଗିଡିଯିବାରୁ ବହୁ ଭାରତୀୟ ସ୍ବଦେଶ ଫେରିଥିବାବେଳେ କେତେକ ବର୍ତ୍ତମାନ ସେଠାରେ ଅଟକି ରହିଛନ୍ତି। ସେମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ଉଦ୍ୟମ ଚାଲିଛି। ଉତ୍ତରପ୍ରଦେଶର ଆଜମଗଡ ସମେତ ଆଖପାଖର ପ୍ରାୟ ୨୮ ଜଣ ବ୍ୟକ୍ତି ଏବେ ଆଫଗାନିସ୍ତାନର ଏକ କାରଖାନାରେ ଫସି ରହିଛନ୍ତି। ଘରକୁ ଫେରିବାକୁ ଅପେକ୍ଷା କରିଛନ୍ତି। ସେମାନ ମଧ୍ୟରେ ଆଜମଗଡ ଜଲାର ନରାଂଓ୍ବ ଗାଁର ବାସିନ୍ଦା ଧର୍ମେନ୍ଦ୍ର ଚୌହାନ ରହିଛନ୍ତି। ଧର୍ମେନ୍ଦ୍ରଙ୍କ ପରିବାର ସଦସ୍ୟଙ୍କ ଅନୁସାରେ ତାଙ୍କ ସହିତ ପ୍ରାୟ ୨୮ ଜଣ ଲୋକ ଇସ୍ପାତ କାରଖାନାରେ ଫସି ରହିଛନ୍ତି। ସେମାନଙ୍କ ମଧ୍ୟରେ ଗୋରଖପୁର, ଦେଓରିଆ ଏବଂ ଏହାର ଆଖପାଖ ଅଞ୍ଚଳର ବାସିନ୍ଦା ଅଛନ୍ତି। ସେମାନଙ୍କଠାରୁ ପାସପୋର୍ଟ ଛଡ଼ାଇ ନିଆଯାଇଛି। ଏଭଳି ଖରାପ ପରିସ୍ଥିତିରେ ଫସି ରହିଥିବା ଲୋକଙ୍କ ପରିବାର ଭାରତ ସରକାରଙ୍କୁ ସେମାନଙ୍କୁ ଯଥାଶୀଘ୍ର ଫେରାଇ ଆଣିବାକୁ ନିବେଦନ କରିଛନ୍ତି। ସୂଚନାଯୋଗ୍ୟ, ଭାରତ ସରକାରଙ୍କ ସହାୟତାରେ ଆଫଗାନିସ୍ତାନରେ ବହୁ ପ୍ରକଳ୍ପ ଉପରେ କାର୍ଯ୍ୟ ଚାଲିଛି। ଏହି ପ୍ରକଳ୍ପଗୁଡ଼ିକରେ କାମ କରିବା ପାଇଁ ଲୋକମାନେ ଭାରତରୁ ସେଠାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri