୨୮ ହଜାର କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର,୨୩ା୯(ଅନିଲ ଦାସ): ୨୦୨୩-୨୪ ଆର୍ଥିକବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ୨୮ ହଜାର ୨୦୦କୋଟି ଟଙ୍କାର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଛି। ବିଧାନସଭା ଅଧିବେଶନର ପ୍ରଥମ ଦିବସରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୃହର ଅନୁମୋଦନ ପାଇଁ ଏହି ଅତିରିକ୍ତ ବଜେଟ ଆଗତ କରିଛନ୍ତି। ନିର୍ବାଚନକୁ ଆଉ କିଛି ମାସ ରହିଥିବା ବେଳେ ରାଜ୍ୟ ସରକାର ଏହି ବଜେଟରେ ଗ୍ରାମାଞ୍ଚଳ ଉପରେ ଅଧିକ ଫୋକସ କରିଛନ୍ତି। ବିଶେଷକରି ଗ୍ରାମାଞ୍ଚଳ ପରିବହନ, ଭିତ୍ତିଭୂମି, ମହିଳା ସଶକ୍ତୀକରଣ, କୃଷି, ଶିକ୍ଷା, ସ୍ବାସ୍ଥ୍ୟ, ଗ୍ରାମାଞ୍ଚଳରେ ଉଦ୍ୟୋଗୀ ସୃଷ୍ଟି, କ୍ରୀଡ଼ା, ଦକ୍ଷତା ବିକାଶ ଆଦି ଉପରେ ଗୁରୁତ୍ୱ ଦେଇଛନ୍ତି।
୨୦୨୩-୨୪ ଆର୍ଥିକବର୍ଷର ମୂଳ ବଜେଟ ୨.୩୦ଲକ୍ଷ କୋଟି ଟଙ୍କା ଥିବାବେଳେ ଏହାର ପ୍ରାୟ ୧୨.୨୬ ପ୍ରତିଶତ ଅର୍ଥାତ୍‌ ୨୮ ହଜାର ୨୦୦କୋଟି ଟଙ୍କା ଅତିରିକ୍ତ ବଜେଟରେ ବ୍ୟବସ୍ଥା ହୋଇଛି। ଏଥିସହିତ ଚଳିତ ଆର୍ଥିକବର୍ଷର ବଜେଟ ଆକାର ୨ ଲକ୍ଷ ୫୮ହଜାର ୨୦୦କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଅତିରିକ୍ତ ବଜେଟରେ ପଞ୍ଚାୟତିରାଜ ବିଭାଗ ପାଇଁ ୪୦୮୩କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବାବେଳେ ମହିଳା ଏସ୍‌ଏଚ୍‌ଜି ଓ ବ୍ଲକସ୍ତରୀୟ ମିଶନ ଶକ୍ତି ଫେଡେରେଶନ ପାଇଁ ୭୦୦କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ବଜେଟରେ ୨୮୬୪କୋଟି ଟଙ୍କା ପ୍ରଶାସନିକ ଖର୍ଚ୍ଚ ବାବଦରେ ବ୍ୟୟବରାଦ କରାଯାଇଥିବାବେଳେ ୨୦ ହଜାର ୧୦୦କୋଟି ଟଙ୍କା କାର୍ଯ୍ୟକ୍ରମ ଖର୍ଚ୍ଚବାବଦ, ୪୬୬୪କୋଟି ଟଙ୍କା ବିପର୍ଯ୍ୟୟ ପରିଚାଳନା ପାଣ୍ଠି ଓ ରାଜ୍ୟ ସରକାରଙ୍କ ଦ୍ୱାରା ପଞ୍ଚାୟତ ଓ ପୌର ସଂସ୍ଥାକୁ ହସ୍ତାନ୍ତର ବାବଦରେ ୫୭୨କୋଟି ଟଙ୍କା ରଖାଯାଇଛି।
ବଜେଟରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ପାଇଁ ୧୩୦୨କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ‘ଲକ୍ଷ୍ମୀ’ ଯୋଜନାରେ ୫୫୬କୋଟି, ‘ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ର ପରିଧାନ’ ଯୋଜନା ପାଇଁ ୧୧୦କୋଟି, ଓଡ଼ିଶା ମେଟ୍ରୋ ରେଳ ପରିବହନ ପାଇଁ ୨୧୦କୋଟି, ସହରୀ ଭିତ୍ତିଭୂମି ବିକାଶ ପାଣ୍ଠି ପାଇଁ ୧୦୦ କୋଟି, ବ୍ଲକସ୍ତରରେ ବସ୍‌ ଷ୍ଟାଣ୍ଡଗୁଡ଼ିକର ରକ୍ଷଣାବେକ୍ଷଣ ପାଇଁ ୧୪କୋଟି, ପଞ୍ଚାୟତିରାଜ ସଂସ୍ଥା ମାଧ୍ୟମରେ ସ୍କୁଲଗୁଡ଼ିକର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣ ପାଇଁ ୧୫୩କୋଟି, ପଞ୍ଚାୟତକୁ ଆଇଟି ସଂଯୋଗୀକରଣ ପାଇଁ ୨୫୨କୋଟି, ଲିଙ୍ଗଭିତ୍ତିକ ହିଂସା ପୀଡ଼ିତା ମହିଳାଙ୍କ ସୁରକ୍ଷା ଓ ସଶକ୍ତୀକରଣ ପାଇଁ ୩୮କୋଟି, ସଂଖ୍ୟାଲଘୁ ବର୍ଗର ବିବାହକୁ ସହାୟତା ପାଇଁ ୧୫ କୋଟି, ବୟନିକା ଓ ସମ୍ବଲପୁରୀ ବସ୍ତ୍ରାଳୟକୁ ୱାର୍କିଂ କ୍ୟାପିଟାଲ ରିଭଲଭିଂ ଫଣ୍ଡ ପାଇଁ ୨୦କୋଟି ଟଙ୍କା ଲେଖାଏ ବ୍ୟୟବରାଦ ହୋଇଛି। ସେହିପରି ଯାଜପୁର ଓ କଳାହାଣ୍ଡିରେ ନୂଆ ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ୨୭କୋଟି ଟଙ୍କାର ବ୍ୟୟବରାଦ ହୋଇଛି। ମଧୁବାବୁ ପେନ୍‌ସନ ଯୋଜନାରେ ୫୦୦କୋଟି, ଭିନ୍ନକ୍ଷମ କଲ୍ୟାଣ ପାଇଁ ୨୧୪କୋଟି ଟଙ୍କାର ବ୍ୟବସ୍ଥା ହୋଇଛି। ସେହିପରି ମୋ ସ୍କୁଲ ଅଭିଯାନକୁ ୨୧୨କୋଟି ଓ ଓଡ଼ିଶା ଆଦର୍ଶ ସ୍କୁଲ ପାଇଁ ୧୦୫.୫୪କୋଟି, ବେସରକାରୀ ହାଇସ୍କୁଲ ପାଇଁ ୬୦୦କୋଟି, ସରକାରୀ ହାଇସ୍କୁଲ ପାଇଁ ୬୪କୋଟି, ବିଶ୍ୱବିଦ୍ୟାଳୟ ଓ କଲେଜର ଭିତ୍ତିଭୂମି ବିକାଶ ପାଇଁ ୨୩୦କୋଟି, ବେସରକାରୀ କଲେଜଗୁଡ଼ିକ ଜିଆଇଏ ବାବଦରେ ୩୦୮କୋଟି ଟଙ୍କାର ବ୍ୟବସ୍ଥା ହୋଇଛି। କୃଷକ କଲ୍ୟାଣ, ଖାଦ୍ୟ ନିରାପତ୍ତା ଓ ଜଳସେଚନ ପାଇଁ ୪୪୩୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବାବେଳେ ସାମାଜିକ ସୁରକ୍ଷା ପାଇଁ ୭୭୧ କୋଟି, ସ୍ବାସ୍ଥ୍ୟସେବା ପାଇଁ ୮୬୨ କୋଟି, ମହିଳା ସଶକ୍ତୀକରଣ ଓ ଶିଶୁ ବିକାଶ ପାଇଁ ୪୬୯ କୋଟି, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ପାଇଁ ୧୧୩୬ କୋଟି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୩୬୫୧ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।
ଅତିରିକ୍ତ ବିଜେଟରେ ରାଜସ୍ବ ବଳକା ସ୍ଥିତି ବଜାୟ ରହିବ। ବିତ୍ତୀୟ ନିଅଣ୍ଟ ସାମଗ୍ରିକ ଘରୋଇ ଉତ୍ପାଦ (ଜିଏସ୍‌ଡିପି)ର ୩ ପ୍ରତିଶତ ମଧ୍ୟରେ ରହିବ ବୋଲି ସରକାର ଅନୁମାନ କରିଛନ୍ତି। ୨୦୨୩ ଜୁଲାଇ ସୁଦ୍ଧା ରାଜ୍ୟର ଋଣଭାର ଜିଏସ୍‌ଡିପିର ଅନୁପାତ ୧୦.୨୭ ପ୍ରତିଶତ ଅର୍ଥାତ୍‌ ୮୮ ହଜାର ୪୮୭ କୋଟି ଟଙ୍କା ରହିଛି। ସୁଧ ଦେୟ ଓ ରାଜସ୍ବ ଆୟର ଅନୁପାତ ୧.୯୪ ପ୍ରତିଶତ ରହିବ। ଅତିରିକ୍ତ ବଜେଟକୁ ମିଶାଇ ଚଳିତ ଆର୍ଥିକବର୍ଷର ପୁଞ୍ଜିନିବେଶ ଜିଏସ୍‌ଡିପିର ୬ ପ୍ରତିଶତରୁ ଅଧିକ ହେବ ବୋଲି ଅନୁମାନ କରାଯାଇଛି। ସେହିପରି ରାଜ୍ୟରେ ମୁଣ୍ଡ ପିଛା ଋଣ ଭାର ୧୯ ହଜାର ୧୭୧ ଟଙ୍କା ରହିଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ରାଜ୍ୟ ସରକାର ଚଳିତବର୍ଷ ଖୋଲା ବଜାରରୁ କୌଣସି ଋଣ କରି ନାହାନ୍ତି। ରାଜ୍ୟ ସରକାରଙ୍କ ଅଧୀନରେ ଚାଲୁ ରହିଥିବା ବିଭିନ୍ନ ପ୍ରକଳ୍ପଗୁଡ଼ିକୁ ସମ୍ପୂର୍ଣ୍ଣ କରିବା ସହ ପ୍ରଚଳିତ କେନ୍ଦ୍ର ଯୋଜନା ଓ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ପାଇଁ ଅତିରିକ୍ତ ବ୍ୟୟବରାଦ ହୋଇଛି। ସାଧାରଣ ଲୋକଙ୍କ ଆଶା ଓ ଆକାଂକ୍ଷାକୁ ଦୃଷ୍ଟିରେ ରଖି ଅତିରିକ୍ତ ବଜେଟ ପାଇଁ ବ୍ୟୟବରାଦ କରାଯାଇଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri