Posted inଜାତୀୟ

୨୮ହଜାର ଲୋକରେ ଅଛନ୍ତି ଜଣେ ଡାକ୍ତର, ଦୁର୍ବିସହ ଅବସ୍ଥାରେ ବିହାରର ସ୍ବାସ୍ଥ୍ୟବିଭାଗ

ପାଟନା,୧୧।୧୧: ବିହାରରେ ସ୍ବାସ୍ଥ୍ୟବିଭାଗ ଭୁଷୁଡି ପଡିଛି କହିଲେ ଅତ୍ୟୁକ୍ତି ହେବନାହିଁ। ବିହାର ବିଧାନସଭାର ଶୀତକାଳୀନ ଅଧିବେଶନରେ ସରକାରଙ୍କ ଦ୍ୱାରା ଦିଆଯାଇଥିବା ସୂଚନାରୁ ଜଣାପଡିଛି କି, ଡାକ୍ତର ଓ ରୋଗୀଙ୍କ ଅନୁପାତ ହିସାବ କଲେ ବିହାରରେ ଜଣେ ଡାକ୍ତରଙ୍କ ଉପରେ ୨୮ହଜାର ଲୋକଙ୍କ ଭାର ରହିଛି।
ଅଧିବେଶନର ପ୍ରଶ୍ନକାଳରେ ଏନେଇ ହଟ୍ଟଗୋଳ ଲାଗିବାର ବିହାର ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଏନେଇ ସଫେଇ ରଖିଛନ୍ତି। ସେ କହିଛନ୍ତି, ରାଜ୍ୟର ଜନସଂଖ୍ୟାକୁ ଦୃଷ୍ଟିରେ ରଖି ଚିକିତ୍ସକଙ୍କ ଭର୍ତ୍ତି କରାଯାଉଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ଗମ୍ଭୀରତାର ସହ ଚିନ୍ତା କରୁଛି। ସରକାର ଏପରି ବ୍ୟବସ୍ଥା କରୁଛନ୍ତି କି, ରାଜ୍ୟରେ ନାଗରିକଙ୍କୁ ଚିକିତ୍ସା ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ ନାହିଁ।
ରାଜ୍ୟରେ ନିୟମିତ ଡାକ୍ତରଙ୍କ ୨୧ହଜାର ୭୫୫ପଦବୀ ମଞ୍ଜୁର ହୋଇଛି। ବର୍ତ୍ତମାନ ୧୦ହଜାର ୯୨୯ଜଣ କାର୍ଯ୍ୟ କରୁଛନ୍ତି। ଏଥିସହ ୨୮୪୯ଜଣ ଚୁକ୍ତି ଭିତ୍ତିକରେ ସେବା ଯୋଗାଉଛନ୍ତି। ପ୍ରତିବର୍ଷ ବିହାର ମେଡିକାଲ କଲେଜରେ ବହୁ ସଂଖ୍ୟକ ଛାତ୍ରୀଛାତ୍ର ଉର୍ତ୍ତୀଣ୍ଣ ହେଉଛନ୍ତି ଯେଉଁମାନଙ୍କୁ ଅତିଶୀଘ୍ର ନିଯୁକ୍ତି ଦେବାକୁ ସ୍ବାସ୍ଥ୍ୟବିଭାଗ ପ୍ରସ୍ତୁତି କରୁଛି ବୋଲି ତେଜସ୍ବୀ କହିଛନ୍ତି।
ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁଯାୟୀ, ପ୍ରତ୍ୟେକ ହଜାର ଜନସଂଖ୍ୟାରେ ଜଣେ ଡାକ୍ତର ରହିବା ଉଚିତ୍‌ କିନ୍ତୁ ବିହାରରେ ୨୮ହଜାର ଜନସଂଖ୍ୟାରେ ଜଣେ ଡାକ୍ତର ଅଛନ୍ତି। ସେହିପରି ଜାତୀୟ ହାରାହାରି ଅନୁସାରେ ୧୪୦୦ଜଣ ଲୋକରେ ଜଣେ ଡାକ୍ତର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri