ଭରତପୁର, ସତ୍ୟନଗର ଶ୍ମଶାନରେ ୨୮ ଅଚିହ୍ନା ମୃତଦେହ ସଂସ୍କାର ହେବ

ଭୁବନେଶ୍ୱର, ୯।୧୦ (ବନ୍ଦନା ସେଠୀ):ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଶତାଧିକ ଯାତ୍ରୀଙ୍କର ମୃତ୍ୟୁ ହୋଇଥିଲା। ତେବେ ୪ମାସରୁ ଅଧିକ ସମୟ ବିତି ଯାଇଥିଲେ ବି ଏଯାଏ ୨୮ଟି ମୃତଦେହ ଚିହ୍ନଟ ହୋଇପାରୁ ନାହିଁ। ଏସବୁ ମୃତଦେହ ଏବେ ଏମ୍ସ ଭୁବନେଶ୍ୱର ପରିସରରେ କଣ୍ଟେନର ମଧ୍ୟରେ ସଂରକ୍ଷିତ ରଖାଯାଇଛି। ତେବେ ଦାବିଦାର ନ ଆସିବା ଓ ଡିଏନ୍‌ଏ ଟେଷ୍ଟରୁ ଏସବୁ ମୃତଦେହ ଚିହ୍ନଟ ହୋଇ ନ ପାରିବାରୁ ଶେଷରେ ଅନ୍ତିମ ସଂସ୍କାର କରାଯିବାକୁ ନିଷ୍ପତ୍ତି ହୋଇଛି। ଏହି ସାମୂହିକ ଅନ୍ତିମ ସଂସ୍କାର ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ଏବଂ ବିଏମ୍‌ସିକୁ ତଦନ୍ତକାରୀ ସଂସ୍ଥା ସିବିଆଇ ସବୁଜ ସଙ୍କେତ ଦେଇଛି। ଏଥିପାଇଁ ଅଗଷ୍ଟ ୨୫ରେ ସିବିଆଇ ପକ୍ଷରୁ ଖୋର୍ଦ୍ଧା ଜିଲପାଳଙ୍କୁ ଚିଠି ଲେଖାଯାଇଥିଲା। ଏହାପରେ ଗତ ୭ ତାରିଖ ଶନିବାର ଖୋର୍ଦ୍ଧା ଜଲାପାଳଙ୍କଠାରୁ ଚିଠି ପାଇବା ପରେ ସଂସ୍କାର ପାଇଁ ବିଏମ୍‌ସି ପ୍ରକ୍ରିୟା ଆରମ୍ଭ କରିବା ସହ ଏସ୍‌ଓପି ଜାରି କରିଛି। ଏସ୍‌ଓପି ଅନୁଯାୟୀ, ସିବିଆଇ ଅଧିକାରୀଙ୍କ ଉପସ୍ଥିତିରେ ଏମ୍ସର ନିର୍ଦ୍ଦେଶକ ବିଏମ୍‌ସିର ହେଲ୍‌ଥ ଅଫିସରଙ୍କୁ ମୃତଦେହ ହସ୍ତାନ୍ତର କରିବେ। ମୃତଦେହଗୁଡିକୁ ଗ୍ରହଣ କରିବା ପରେ ବିଏମ୍‌ସି ହେଲ୍‌ଥ ଅଧିକାରୀ ସେଗୁଡିକର ଆବଶ୍ୟକ ରେକର୍ଡ ରଖିବେ। ହସ୍ତାନ୍ତର ସମୟରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମସ୍ତ ନୀତିନିୟମ ଓ ଗାଇଡ୍‌ଲାଇନକୁ ପାଳନ କରାଯିବ। ଭରତପୁର ଓ ସତ୍ୟନଗର ଶ୍ମଶାନରେ ଏହି ଅଚିହ୍ନା ମୃତଦେହଗୁଡିକର ସଂସ୍କାର କରାଯିବ। ଏମ୍ସରୁ ଶ୍ମଶାନ ପର୍ଯ୍ୟନ୍ତ ମୃତଦେହଗୁଡିକୁ ନେବା ପାଇଁ ବିଏମ୍‌ସି ଗାଡ଼ି ବ୍ୟବସ୍ଥା କରିବ। ବିଏମ୍‌ସିର ଆସିଷ୍ଟାଣ୍ଟ୍‌ ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର (ମେକାନିକାଲ)ଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ସେ ସଂସ୍କାର କାର୍ଯ୍ୟ ଠିକ ଭାବେ ସମାପନ କରିବା ପାଇଁ ଆବଶ୍ୟକ ମାନବସମ୍ବଳ ନିଯୁକ୍ତ କରିବେ। ଅପରପକ୍ଷେ ଏମ୍ସରୁ ମୃତଦେହ ହସ୍ତାନ୍ତରଠାରୁ ସଂସ୍କାର ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟର ଭିଡିଓଗ୍ରାଫି ହେବ ବୋଲି ଏସ୍‌ଓପିରେ ଉଲ୍ଲେଖ ରହିଛି। ସେହିପରି ଦିନେ ଦୁଇଦିନ ମଧ୍ୟରେ ମୃତଦେହଗୁଡିକର ସଂସ୍କାର କାରାଯିବ ବୋଲି ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଜୁନ୍‌ ୨ରେ ବାଲେଶ୍ୱର ବାହାନଗା ରେଳ ଷ୍ଟେଶନ ନିକଟରେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ଘଟିଥିଲା। ସାଲିମାର ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍‌ ଲୁପ୍‌ ଲାଇନ୍‌କୁ ଯାଇ ପୂର୍ବରୁ ସେଠାରେ ଥିବା ଏକ ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଇଥିଲା। ସେହି ସମୟରେ ଅପରପାର୍ଶ୍ୱରୁ ଆସୁଥିବା ବେଙ୍ଗାଲୁରୁ-ହାଓଡା ସୁପରଫାଷ୍ଟ ଏକ୍ସପ୍ରେସ୍‌ ମଧ୍ୟ ଦୁର୍ଘଟଣାର ସାମ୍ନା କରିଥିଲା। ଏଥିରେ ଶତାଧିକ ଲୋକଙ୍କର ମୃତ୍ୟୁ ହୋଇଥିବାବେଳେ ୧ହଜାରରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri