ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮।୯(ବ୍ୟୁରୋ): କଟକ ଓ ଭୁବନେଶ୍ୱର ମହାନଗର ନିଗମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି। କେତେକ ବ୍ୟକ୍ତି କୋଭିଡ ଗାଇଡ ଲାଇନରେ ଥିବା କଟକଣାକୁ ଅଣ ଦେଖା କରୁଛନ୍ତି। କେତେକ ଲୋକ ବିନା ମାସ୍କରେ ଗହଳି କରୁଛନ୍ତି। ସନ୍ଧ୍ୟା ସମୟରେ ଭୁବନେଶ୍ୱର ଓ କଟକ ସହରର ବିଭିନ୍ନ ସ୍ଥାନରେ ପ୍ରବଳ ଗହଳି ହେଉଛି। ଗତ କିଛି ଦିନ ଧରି ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ସର୍ବେକ୍ଷଣରୁ ଏହା ଜଣାପଡିଛି। କେତେକ ଦାୟିତ୍ୱହୀନ ଲୋକଙ୍କ ଯୋଗୁ ସହରରେ କରୋନା ସଂକ୍ରମଣ ବଢୁଛି ବୋଲି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ପ୍ରଦୀପ କୁମାର ଜେନା କହିଛନ୍ତି। କୋଭିଡ ଗାଇଡଲାଇନ ମାନୁ ନ ଥିବା ଲୋକଙ୍କ ବିରୋଧରେ ବୁଧବାରଠାରୁ କଡା କାର୍ଯ୍ୟାନୁଷ୍ଠାନ ଆରମ୍ଭ ହେବ। ଏ ନେଇ ଦ୍ୱୈତ ନଗରୀର କମିଶନର ଓ ପୋଲିସ କମିଶନରଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ ସୂଚନା ଦେଇଛନ୍ତି।
ଗଣମାଧ୍ୟମକୁ ସୂଚନା ଦେଇ ଏସଆରସି କହିଛନ୍ତି ଯେ, କରୋନା ମହାମାରୀ ରୋକିବା କେବଳ ସରକାରଙ୍କର କାର୍ଯ୍ୟ ନୁହେଁ। ପ୍ରତିଟି ଗଳି କନ୍ଦିରେ ସମସ୍ତଙ୍କୁ ଜଗିବା ସମ୍ଭବ ନୁହେଁ। କୋଭିଡ-୧୯ ସଂକ୍ରମଣ ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ନାହିଁ। କେବଳ ମୁହଁରେ ମାସ୍କ ଲଗାଇବା ଓ ସାମାଜିକ ଦୂରତା ହିଁ ଏହି ରୋଗକୁ ପ୍ରତିହତ କରିବାରେ ସମର୍ଥ ହୋଇପାରିବ ବୋଲି ଡାକ୍ତର ଓ ଚିକିତ୍ସା ବିଶେଷଜ୍ଞମାନେ ମତ ଦେଉଛନ୍ତି। ଯଦି ଆମେ କେହି ଗାଇଡଲାଇନ ମାନିବା ନାହିଁ ତେବେ କରୋନା ଯୁଦ୍ଧକୁ ଜିତିବା ସମ୍ଭବ ହେବ ନାହିଁ। କଡାକାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି ଲୋକମାନେ ବୁଝିବାକୁ ଚେଷ୍ଟା ନ କରିବେ ତେବେ ସରକାର ବାଧ୍ୟ ହୋଇ କଡାକାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଅଳ୍ପ କେତେକଙ୍କ ପାଇଁ ସମସ୍ତଙ୍କ ଜୀବନ ବିପଦକୁ ଠେଲି ଦେଇ ହେବ ନାହିଁ ବୋଲି ଏସଆରସି କହିଛନ୍ତି। ଗାଇଡଲାଇନ ମାନୁ ନ ଥିବା ଲୋକଙ୍କ ବିରୋଧରେ ଆସନ୍ତା ଦୁଇ ଦିନ ମଧ୍ୟରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସଆରସି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?