୨୮୩୬ ମିନି ଅଙ୍ଗନଓ୍ବାଡି କେନ୍ଦ୍ର ଉନ୍ନୀତ: ବାର୍ଷିକ ଅତିରିକ୍ତ ୧୮.୭୫ କୋଟି ଟଙ୍କା ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର,୨ା୫(ବ୍ୟୁରୋ)-ରାଜ୍ୟ ସରକାର ରାଜ୍ୟର ୨୮୩୬ ମିନି ଅଙ୍ଗନଓ୍ବାଡିକୁ ଉନ୍ନୀତ କରି ଅଙ୍ଗନଓ୍ବାଡି କେନ୍ଦ୍ରରେ ପରିଣତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ରାଜ୍ୟରେ ଶିଶୁ ଓ ମହିଳାମାନଙ୍କ ସ୍ବାସ୍ଥ୍ୟ ଓ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ତ୍ୱ ଦେଇ ଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ରାଜ୍ୟରେ ବର୍ତ୍ତମାନ ୭୪,୧୫୪ ଅଙ୍ଗନଓ୍ବାଡିି କେନ୍ଦ୍ର ମଧ୍ୟରୁ ୧୦,୪୧୬ ମିନି ଅଙ୍ଗନଓ୍ବାଡି ଥିଲା । ସେଥିରୁ ୨୮୩୬କୁ ଏବେ ଉନ୍ନୀତ କରାଯାଇଛି। ଏଥିସହିତ ଏହି ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକର ବିଭିନ୍ନ କାର୍ଯ୍ୟ ପରିଚାଳନା ପାଇଁ ଯଥା ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ। ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପରଭାଇଜର ପଦବୀ ସୃଷ୍ଟି କରାଯାଇଛି। ଏହି ଅପ୍‌ଗ୍ରେଡେଶନ ସହିତ ପ୍ରତ୍ୟେକ ଅଙ୍ଗନଓ୍ବାଡି କେନ୍ଦ୍ରରେ ଅଙ୍ଗନଓ୍ବାଡି କର୍ମୀଙ୍କୁ ସହାୟତା କରିବା ପାଇଁ ଜଣେ ଜଣେ ସହାୟକ ନିଯୁକ୍ତ କରାଯିବ। ଏହିପରି ୨୮୩୬ ସହାୟକଙ୍କୁ ନିଯୁକ୍ତ କରାଯିବ ଏବଂ ଏଥିସହିତ ୨୮୩୬ ମିନି ଅଙ୍ଗନଓ୍ବାଡି କର୍ମୀ ପଦବୀକୁ ଉନ୍ନୀତ କରାଯାଇ ଅଙ୍ଗନଓ୍ବାଡି କର୍ମୀ ପଦବୀ ସୃଷ୍ଟି କରାଯିବ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ଅତିରିକ୍ତ ୧୮,୭୫,୪୧,୪୪୦ ଟଙ୍କା ଖର୍ଚ୍ଚ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri