ରାଜ୍ୟର ୧୫ ଜିଲାରେ ୫୭ ସେତୁ ଲାଗି ୨୮୭.୮୨ କୋଟି ମଞ୍ଜୁର, ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ବର, ୧୪ା୩(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକୁ ରକ୍ଷା କରି ଭାରତ ସରକାର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ) ଅନ୍ତର୍ଗତ ଓଡିଶାର ୧୫ ଜିଲାରେ ୫୭ଟି ସେତୁ ର୍ନିମାଣ ପାଇଁ ଅନୁମୋଦନ ମିଳିଛି। ଏହାସହ ୨୮୭.୮୨ କୋଟି ଟଙ୍କା ମଧ୍ୟ ମଞ୍ଜୁର ହୋଇଛି। ଏନେଇ କେନ୍ଦ୍ର ଗ୍ରାମୀଣ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ ମଙ୍ଗଳବାର ଧର୍ମେନ୍ଦ୍ରଙ୍କ ଚିଠିର ପ୍ରତି ଉତ୍ତରରେ ଉଲ୍ଲେଖ କରିଥିବା ବେଳେ ଏହି ନିଷ୍ପତି ଓଡିଶାର ଗମନାଗମନକୁ ଅଧିକ ସୁଗମ କରିବ ବୋଲି ଧର୍ମେନ୍ଦ୍ର ଟୁଇଟ୍‌ କରି କହିଛନ୍ତି। ଏହି ନିଷ୍ପତ୍ତି ଅଞ୍ଚଳର ବିକାଶ କରିବା ସହ ସାମାଜିକ ଅର୍ଥନୈତିକ ବିକାଶକୁ ତ୍ୱରାନ୍ବିତ କରିବ I ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ସବକା ସାଥ୍‌ ସବକା ବିକାଶ , ସବକା ପ୍ରୟାସ, ସବକା ବିଶ୍ୱାସ ମନ୍ତ୍ରରେ କାର୍ଯ୍ୟ କରୁଛନ୍ତି I ଓଡିଶାର ବିକାଶ ପାଇଁ ଏହି ପ୍ରକଳ୍ପକୁ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂଙ୍କୁ ଧନ୍ୟବାଦ ଜଣାଇଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri