ଓଏଚ୍‌ପିସିର ୨୮ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୩।୪: ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ହାଇଡ୍ରୋ ପାଓ୍ବାର କର୍ପୋରେଶନ (ଓଏଚ୍‌ପିସି)ର ୨୮ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଏକ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ଓଡ଼ିଶା ସରକାରଙ୍କ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ଓଏଚ୍‌ପିସିର ଚେୟାରମ୍ୟାନ ବିଷ୍ଣୁପଦ ସେଠୀ, ଓପିଟିସିଏଲ୍‌ର ସିଏମ୍‌ଡି ସଞ୍ଜୟ ମିଶ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଏଚ୍‌ପିସିର ପରିଚାଳନା ନିର୍ଦ୍ଦେଶକ ଅମରେଶ କୁମାରଙ୍କ ସମେତ ନିର୍ଦ୍ଦେଶକ (ଏଚ୍‌ଆର) ଡ. ପ୍ରବୋଧ କୁମାର ମହାନ୍ତି, ନିର୍ଦ୍ଦେଶକ (ଅପରେଶନ) ଆଶିଷ କୁମାର ମହାନ୍ତି ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ନିର୍ଦ୍ଦେଶକ (ଏଚ୍‌ଆର୍‌) ଡ. ପ୍ରବୋଧ କୁମାର ମହାନ୍ତି ପ୍ରାରମ୍ଭିକ ପର୍ଯ୍ୟାୟରେ ସ୍ବାଗତ ଅଭିଭାଷଣ ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ମତପ୍ରକାଶ କରିଥିଲେ। ସେହିଭଳି ଓଏଚ୍‌ପିସିର ପରିଚାଳନା ନିର୍ଦ୍ଦେଶକ ଅମରେଶ କୁମାର ନିଗମର ସଫଳତା ଓ ପଦକ୍ଷେପ ବିଷୟରେ ଆଲୋକପାତ କରିଥିଲେ। ପରିଶେଷରେ ନିଗମ ଦ୍ୱାରା ପରିଚାଳିତ କେନ୍ଦ୍ରର କାର୍ଯ୍ୟ ଓ ସଫଳତାକୁ ଆଧାରକରି ହୀରାକୁଦ ହାଇଡ୍ରୋ ଇଲେକ୍ଟ୍ରି ପ୍ରୋଜେକ୍ଟ ବୁର୍ଲାକୁ ପ୍ରଥମ ପୁରସ୍କାର ଦିଆଯାଇଥିବା ବେଳେ ଚିପିଲିମା ହାଇଡ୍ରୋ ଇଲେକ୍ଟ୍ରି ପ୍ରୋଜେକ୍ଟ ୨ୟ ଏବଂ ବାଲିମେଳା ହାଇଡ୍ରୋ ଇଲେକ୍ଟ୍ରି ପ୍ରୋଜେକ୍ଟକୁ ୩ୟ ପୁରସ୍କାର ଅତିଥିମାନେ ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ଶେଷରେ ଓଏଚ୍‌ପିସିର ନିର୍ଦ୍ଦେଶକ (ଅପରେଶନ) ଆଶିଷ କୁମାର ମହାନ୍ତି ଧନ୍ୟବାଦ ଅଭିଭାଷଣ ପ୍ରଦାନ କରିଥିଲେ। ଉଲ୍ଲେଖଯୋଗ୍ୟ, ସଭା ଶେଷ ପରେ ସାଂସ୍କୃତକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri