ବଜାୟ ରହିଲା ସ୍ବୟଂଶାସିତ ମାନ୍ୟତା

ଢେଙ୍କାନାଳ ଅଫିସ, ୨୨।୭

ଢେଙ୍କାନାଳ ମହାବିଦ୍ୟାଳୟର ସ୍ବୟଂଶାସିତ ମାନ୍ୟତା ବଜାୟ ରହିଛି। ୨୦୨୩ ଯାଏ ଏହାକୁ ଅଟୋନମସ୍‌ ମାନ୍ୟତା ପ୍ରଦାନ କରାଯାଇଛି। ଏ ନେଇ ଗତ ୧୫ ତାରିଖରେ ୟୁଜିସି ପକ୍ଷରୁ ଚିଠି ନଂ.ଏଫ୍‌. ୨୨-୧/୨୦୧୭ ଏସ୍‌ସିରେ କଲେଜ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିବା ଅଧ୍ୟକ୍ଷା ଡ. ରଶ୍ମି ମିଶ୍ର ସୂଚନା ଦେଇଛନ୍ତି। ଅନ୍ୟପଟେ ନାକ୍‌ ଟିମ୍‌ ପକ୍ଷରୁ କଲେଜକୁ ୨୦୨୧ ପର୍ଯ୍ୟନ୍ତ ବି++ ଗ୍ରେଡ୍‌ ମିଳିଛି। ମହାବିଦ୍ୟାଳୟରେ ଇତିହାସ, ବାଣିଜ୍ୟ ଏବଂ ଉଦ୍ଭିଦ ବିଜ୍ଞାନରେ ପିଜି ପାଠ୍ୟକ୍ରମ ରହିଥିବାବେଳେ ରସାୟନ ବିଜ୍ଞାନ, ସଂସ୍କୃତ ଏବଂ ଓଡ଼ିଆରେ ନୂତନ ପିଜି ଶ୍ରେଣୀ ଖୋଲିବାକୁ ପ୍ରସ୍ତାବ ଦିଆଯାଇଥିବା ଅଧ୍ୟକ୍ଷା କହିଛନ୍ତି। କଲେଜର ସ୍ବୟଂଶାସିତ ମାନ୍ୟତା ବଜାୟ ରହିବାକୁ ନେଇ ଦୀର୍ଘଦିନ ହେଲା ଚାଲିଥିବା ଦ୍ୱନ୍ଦ୍ୱରେ ୟୁଜିସିର ଚିଠି ଯବନିକା ପକାଇଥିବାବେଳେ ଏହାକୁ ସବୁ ମହଲରେ ସ୍ବାଗତ କରାଯାଇଛି।
ମହାବିଦ୍ୟାଳୟର ସ୍ବୟଂଶାସିତ ମାନ୍ୟତା ନବୀକରଣ ପାଇଁ ୨୦୧୮ ନଭେମ୍ବରରେ ୟୁଜିସି ପିୟର ଟିମ୍‌ ଭିତ୍ତିଭୂମି ପରିଦର୍ଶନରେ ଆସିଥିଲେ। ତେବେ ଗତବର୍ଷ ଅଗଷ୍ଟରେ ମାନ୍ୟତା ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶନାମା ଆସିଥିଲା। ଏହାକୁ ନେଇ ସହରବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ସ୍ବୟଂଶାସିତ ମାନ୍ୟତା ବଜାୟ ରଖିବା ନେଇ ବିଧାୟକ ସୁଧୀର କୁମାର ସାମଲ ଗତ ନଭେମ୍ବର ୫ରେ ଭୁବନେଶ୍ୱରରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ସହ ଏକ ଜରୁରୀ ବୈଠକରେ ଆଲୋଚନା କରିଥିଲେ। ଏମ୍‌ପି ମହେଶ ସାହୁ ମଧ୍ୟ ଏ ସଂକ୍ରାନ୍ତରେ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀଙ୍କୁ ପତ୍ର ମାଧ୍ୟମରେ ଜଣାଇଥିଲେ। ଉଚ୍ଚଶିକ୍ଷା ମନ୍ତ୍ରୀ ଓ ସଚିବ କଲେଜର ଦାବିକୁ ସମର୍ଥନ ଜଣାଇ ୟୁଜିସିକୁ ପତ୍ର ଲେଖିଥିଲେ। ଗତ ଜୁଲାଇ ୧୬ରେ ୟୁଜିସି ପକ୍ଷରୁ ମିଳିଥିବା ପତ୍ରରେ ୨୦୨୩ ଯାଏ ଢେଙ୍କାନାଳ କଲେଜ ସ୍ବୟଂଶାସିତ ମାନ୍ୟତା ବଜାୟ ରଖିଥିବା ଦର୍ଶାଯାଇଛି। ସୂଚନାଯୋଗ୍ୟ, ୧୯୫୯ରେ ପ୍ରତିଷ୍ଠିତ ଢେଙ୍କାନାଳ କଲେଜ ୨୦୦୨ରେ ସ୍ବୟଂଶାସିତ ମାନ୍ୟତା ପାଇଥିଲା। ଏବେ ଏଠାରେ ଯୁକ୍ତ ୩ ଏବଂ ପିଜିରେ ୧୮୦୦ ଛାତ୍ରୀଛାତ୍ର ଅଧ୍ୟୟନରତ। ଏହାକୁ ବାଦ୍‌ଦେଲେ ମ୍ୟାନେଜମେଣ୍ଟ ଏବଂ ସେଲ୍‌ଫ ଫାଇନାନ୍ସ ପାଠ୍ୟକ୍ରମ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri