ସ୍ବତନ୍ତ୍ର ଶିକ୍ଷକ ପଦବୀ ପୂରଣ କର

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଦେଶରେ ସ୍ବତନ୍ତ୍ର ବ୍ୟବସ୍ଥା ଆବଶ୍ୟକ କରୁଥିବା ପିଲାଙ୍କ ପାଇଁ ନିୟମିତ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଜରୁରୀ ହୋଇପଡ଼ିଛି। ତେଣୁ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ସ୍ବତନ୍ତ୍ର ଶିକ୍ଷକ ପଦବୀ ପୂରଣ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରିହାବିଲିଟେଶନ କାଉନ୍‌ସିଲ ଅଫ୍‌ ଇଣ୍ଡିଆ ନିକଟରେ ସ୍ବତନ୍ତ୍ର ଶିକ୍ଷକ ପଦବୀ ପାଇଁ ୧,୨୦,୭୨୧ ଜଣ ନାମ ପଞ୍ଜୀକରଣ କରିଥିବାବେଳେ ସେମାନଙ୍କ ମଧ୍ୟରେ ଓଡ଼ିଶାରୁ ୫,୯୬୬ ରହିଛନ୍ତି। ପିଲା ଓ ଶିକ୍ଷକ ଆନୁପାତିକ ହାରରେ ସ୍ବତନ୍ତ୍ର ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦେବାକୁ ରାଜ୍ୟଗୁଡ଼ିକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି। ନ୍ୟାଶନାଲ କାଉନ୍‌ସିଲ ଅଫ୍‌ ଟିଚର୍ସ ଏଜୁକେଶନ(ଏନ୍‌ସିଟିଇ) ଦ୍ୱାରା ପଞ୍ଜୀକୃତ ଏବଂ ସ୍ବୀକୃତିପ୍ରାପ୍ତ ଶିକ୍ଷକଙ୍କ ଥଇଥାନ ଜରୁରୀ ହୋଇପଡ଼ିଛି। ୟୁନିଫାଏଡ୍‌ ଡିଷ୍ଟ୍ରିକ୍ଟ ଇନ୍‌ଫର୍ମେଶନ ସିଷ୍ଟମରୁ ମିଳିଥିବା ତଥ୍ୟ ଅନୁସାରେ ସାରା ଦେଶରେ ୨୨.୫ଲକ୍ଷ ସ୍ବତନ୍ତ୍ର ବ୍ୟବସ୍ଥା ଆବଶ୍ୟକ କରୁଥିବା ପିଲା(ସିଡବ୍ଲ୍ୟୁଏସ୍‌ଏନ୍‌) ଅଛନ୍ତି। ସେମାନଙ୍କ ପାଇଁ ମାତ୍ର ୪.୩୩ଲକ୍ଷ ସାଧାରଣ ଶିକ୍ଷକ ପ୍ରଶିକ୍ଷଣ ପାଇଛନ୍ତି। ଏହା ସହିତ ଏହି ଶିକ୍ଷକମାନେ ସାଧାରଣ ପିଲାଙ୍କୁ ମଧ୍ୟ ପଢ଼ାଉଛନ୍ତି। ଅନ୍ୟପକ୍ଷରେ ସିଡବ୍ଲ୍ୟୁଏସ୍‌ଏନ୍‌ଙ୍କ ପାଇଁ ଦେଶରେ ଏବେ ମାତ୍ର ୨୮,୫୩୫ ସ୍ବତନ୍ତ୍ର ଶିକ୍ଷକ ରହିଛନ୍ତି, ଯାହାକି ଆବଶ୍ୟକଠାରୁ ବହୁତ କମ୍‌ ବୋଲି ବିଚାରପତି ଏ.ଏମ୍‌.ଖାନ୍‌ଓ୍ବିଲ୍‌କର, ଦୀନେଶ ମାହେଶ୍ୱରୀ ଏବଂ ସି.ଟି. ରବିକୁମାରଙ୍କ ନେଇ ଗଠିତ ଖଣ୍ଡପୀଠ ଉଲ୍ଲେଖ କରିଛନ୍ତି।
ସର୍ବୋଚ୍ଚ ଅଦାଲତଙ୍କ ପକ୍ଷରୁ ଦିଆଯାଉଥିବା ଏହି ନିର୍ଦ୍ଦେଶକୁ ଯେପରି ଠିକ୍‌ ଭାବେ କାର୍ଯ୍ୟକାରୀ କରାଯିବ ଏବଂ ନିର୍ଦ୍ଦିଷ୍ଟ କର୍ତ୍ତୃପକ୍ଷଙ୍କୁ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ ସୁପାରିସ କରାଯିବା ସହ ଆସନ୍ତା ଫେବୃୟାରୀ ଶେଷ ସୁଦ୍ଧା ରିପୋର୍ଟ ପ୍ରଦାନ କରିବାକୁ ରାଜ୍ୟ ଆୟୋଗଙ୍କୁ ଖଣ୍ଡପୀଠ କହିଛନ୍ତି। ଏପରି କି ଭିତ୍ତିଭୂମି ଥିବା ସାଧାରଣ ବିଦ୍ୟାଳୟଗୁଡ଼ିକରେ ସିଡବ୍ଲ୍ୟୁଏସ୍‌ଏନ୍‌ ପିଲାଙ୍କୁ ଉପଯୁକ୍ତ ଶିକ୍ଷା ଦାନ ଏବଂ ଏଥିପାଇଁ ଶିକ୍ଷକ ଓ କର୍ମଚାରୀଙ୍କୁ ଯେପରି ବାଧ୍ୟତାମୂଳକ ପ୍ରଶିକ୍ଷଣ ଦିଆଯାଇପାରିବ ସେନେଇ ରାଜ୍ୟ ସରକାର ପଦକ୍ଷେପ ନେବାକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri