ପାଠକଙ୍କ ୨୯.୮୩ ଲକ୍ଷର ସମ୍ପତ୍ତି ଜବତ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକଙ୍କ ୨୯ ଲକ୍ଷ ୮୩ ହଜାର ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜବତ କରିଛି। ପ୍ରିଭେନସନ୍‌ ଅଫ୍‌ ମନି ଲଣ୍ଡ୍ରିଂ ଆକ୍ଟ (ପିଏମ୍‌ଏଲ୍‌ଏ)-୨୦୦୨ ଆଧାରରେ ପାଠକଙ୍କ ଏହି ଆୟବର୍ହିଭୂତ ସମ୍ପତ୍ତି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏନେଇ ଇଡି ପକ୍ଷରୁ ଶୁକ୍ରବାର ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।
ସୂଚନା ଅନୁଯାୟୀ, ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଥିଲା। ୨୦୨୦ ନଭେମ୍ବର ୨୭ରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା। ସେ ଜେଲ ଯାଇ ପରବର୍ତ୍ତୀ ସମୟରେ ଜାମିନ୍‌ରେ ବାହାରିଥିଲେ। ରାଜ୍ୟ ସରକାରଙ୍କ ସୁପାରିସ ଆଧାରରେ କେନ୍ଦ୍ର ସରକାର ୨୦୨୧ ମେ’ରେ ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ। ଅଭୟକାନ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ବେଆଇନ ଭାବେ ଟଙ୍କା କାରବାର ହୋଇଥିବା ତଦନ୍ତବେଳେ ଜଣାପଡିଥିଲା। ଏହାପରେ ବେଆଇନ୍‌ ଅର୍ଥ କାରବାରର ଖିଅ ଖୋଜିବାକୁ ଇଡି ନିଜ ଆଡୁ ଏକ ମାମଲା ରୁଜୁ କରିଥିଲା। ଅଭୟକାନ୍ତ ବ୍ୟାପକ ଦୁର୍ନୀତି କରି ଲକ୍ଷାଧିକ ଟଙ୍କା ହାତେଇଥିଲେ। ଏହିସବୁ ଟଙ୍କା ଓ ସମ୍ପତ୍ତି ସେ ନିଜ ସହ ପରିବାର ଲୋକଙ୍କ ନାମରେ ରଖିଥିଲେ, ଯାହା ତାଙ୍କ ଚାକିରି ଆୟଠାରୁ ବହୁଗୁଣ ଅଧିକ ବୋଲି ଇଡି ଜାଣିବାକୁ ପାଇଛି। ସେହିପରି ଅଭୟକାନ୍ତଙ୍କ ପୁଅ ଆକାଶ ଟାଟା କମ୍ପାନୀରେ ଚାକିରି ଦେବା ନଁାରେ କୋଟି କୋଟି ଟଙ୍କା ଠକେଇ କରିବା ମାମଲାରେ କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିଲେ। ଏଥିସହ ଅଭୟକାନ୍ତ ଓ ତାଙ୍କ ଝିଅ ଜେରାର ସମ୍ମୁଖୀନ ହେବା ସହ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପରିବାର ସଦସ୍ୟ ମଧ୍ୟ ଏହି ମାମଲାରେ ଛନ୍ଦି ହୋଇପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri