Posted inଜାତୀୟ

ବିଶିଷ୍ଟ ବ୍ୟକ୍ତିଙ୍କ ନାଁରେ ୨୯ ବିମାନବନ୍ଦର, ଟର୍ମିନାଲ

ନୂଆଦିଲ୍ଲୀ,୧୭।୧୦(ପି.ଟି.): ଦେଶର ମୋଟ ୨୪ ବିମାନବନ୍ଦର ଏବଂ ୫ ଟର୍ମିନାଲକୁ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ନାମରେ ନାମିତ କରାଯାଇଛି। ତଥ୍ୟ ଜାଣିବା ଅଧିକାର (ଆର୍‌ଟିଆଇ) ଆବେଦନ ବଳରେ ଏହି ସୂଚନା ମିଳିଛି। ଗତ ସେପ୍ଟେମ୍ବର ୨୮ ଶହୀଦ ଭଗତ ସିଂଙ୍କ ୧୧୫ତମ ଜନ୍ମବାର୍ଷିକୀରେ ଚଣ୍ଡିଗଡ଼ ଅନ୍ତର୍ଜାତୀୟ ବିମାନବନ୍ଦରକୁ ତାଙ୍କ ନାମରେ ନାମିତ କରାଯାଇଥିଲା।

୪ଟି ବିମାନବନ୍ଦରକୁ ପୂର୍ବତନ ପ୍ରଧାନମନ୍ତ୍ରୀମାନଙ୍କ ନାମରେ ନାମିତ କରାଯାଇଛି। ସେଗୁଡ଼ିକ ହେଲା ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର, ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର, ବାରାଣସୀର ଲାଲ୍‌ବାହାଦୁର ଶାସ୍ତ୍ରୀ ବିମାନ ବନ୍ଦର ଏବଂ ଲକ୍ଷ୍ନୌର ଚୌଧରୀ ଚରଣ ସିଂ ବିମାନବନ୍ଦର। ଭୁବନେଶ୍ୱର ବିମାନବନ୍ଦରକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରାଯାଇଛି। ସେହିପରି ଅନ୍ୟ କେତେକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାମରେ ବିମାନବନ୍ଦର ରହିଛି।

ବିଶିଷ୍ଟ ବ୍ୟକ୍ତିଙ୍କ ନାମରେ ନାମିତ ଏୟାରପୋର୍ଟ ଟର୍ମିନାଲ ମଧ୍ୟରେ ରହିଛି ଚେନ୍ନାଇର ଆନ୍ନା ଅନ୍ତର୍ଜାତୀୟ ଟର୍ମିନାଲ ଏବଂ କାମରାଜ ଘରୋଇ ଟର୍ମିନାଲ, ହାଇଦ୍ରାବାଦରେ ଦୁଇଟି ଏନ୍‌.ଟି. ରାମାରାଓ ଟର୍ମିନାଲ। ଭାରତରେ ଏବେ ୨୯ଟି ଅନ୍ତର୍ଜାତୀୟ ଏବଂ ୯୨ଟି ଘରୋଇ ବିମାନବନ୍ଦର ରହିଛି। ଏହା ବ୍ୟତୀତ ୧୦ଟି କଷ୍ଟୁମ୍‌ସ ଏୟାରପୋର୍ଟ, ୮ ହେଲିପୋର୍ଟ ଏବଂ ୨ଟି ଓ୍ବାଟରଡ୍ରୋମ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri