୨୯ ଗ୍ୟାସ ସିଲିଣ୍ଡର ଜବତ

ଛତ୍ରପୁର,୪ା୧୧(ଡି.ଏନ୍‌.ଏ.)- ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଯୋଗାଣ ବିଭାଗର ଏକ ଏନଫୋର୍ସମେଣ୍ଟ ସ୍କ୍ବାର୍ଡ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଛତ୍ରପୁର ତାମ୍ପରା ନିକଟ ଜାତୀୟ ରାଜପଥ ପାର୍ଶ୍ୱ ଓ ଖଲ୍ଲିକୋଟ ଏନଏସିର ଅଞ୍ଚଳର ଦୁଇଟି ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଚଢାଉ ବେଳେ ବେଆଇନ ଗଚ୍ଛିତ ଥିବା ୨୯ଟି ଘରୋଇ ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି। ଚଢାଉ ବେଳେ ସହକାରୀ ଯୋଗାଣ ଅଧିକାରୀ ପିତାମ୍ବର ସେଠୀଙ୍କ ନେତୃତ୍ୱରେ ଛତ୍ରପୁର ବ୍ଲକ ଯୋଗାଣ ଅଧିକାରୀ ଜୟରାମ ଲେଙ୍କା, ଗଞ୍ଜାମ ବ୍ଲକ ଯୋଗାଣ ଅଧିକାରୀ ସନ୍ତୋଷ କୁମାର ଦାଶ, ହିଞ୍ଜିଳିକାଟୁ ଯୋଗାଣ ଅଧିକାରୀ ପୁରଞ୍ଜୟ ସାହୁ ଓ ଖଲ୍ଲିକୋଟ ବ୍ଲକ ଯୋଗାଣ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଦାଶ, କବିସୂର୍ଯ୍ୟନଗର ବ୍ଲକ ଯୋଗାଣ ଅଧିକାରୀ ନିଖିଳ ମୋହନ ବସ୍ତିଆ, ପୋଲସରା ବ୍ଲକ ଯୋଗାଣ ଅଧିକାରୀ ହେମନ୍ତ କୁମାର ପ୍ରଧାନଙ୍କ ମିଳିତ ସହଯୋଗରେ ତାମ୍ପରା ସମ୍ମୁଖ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଶ୍ରୀବାଳକ୍ରିଷ୍ଣା ଡ୍ରାଏ ଫୁଡ ସେଣ୍ଟରରୁ ୧୨ଟି ଗ୍ୟାସ ସିଲିଣ୍ଡର ଓ ଜୟଦୁର୍ଗା ଭେରାଇଟି ଷ୍ଟୋରରରୁ ୪ ଟି ଗ୍ୟାସ ସିଲିଣ୍ଡରକୁ ଜବତ କରାଯାଇଛି। ସେମାନଙ୍କୁ ନୋଟିସ ପ୍ରଦାନ କରାଯାଇଛି । ସେହିପରି ଖଲ୍ଲିକୋଟ ଏନଏସି ଅଞ୍ଚଳର ଏମଜି ହୋଟେଲରୁ ୯ ଟି ଓ ଆପେଲ ରିସୋର୍ଟ ଠାରୁ ୪ ଟି ଘରୋଇ ଗ୍ୟାସ ସିଲିଣ୍ଡର ଜବତ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri