ଯାଜପୁର ଜିଲାରେ ୨୯ ଘାଇ

ଯାଜପୁର ଅଫିସ,୨୯ା୮: ବ୍ରାହ୍ମଣୀ, ବୈତରଣୀ ଏବଂ ଏହାର ଶାଖା ନଦୀଗୁଡ଼ିକ ଦ୍ୱାରା ଯାଜପୁର ଜିଲାରେ ବନ୍ୟା ସୃଷ୍ଟି ହୋଇଛି। ଶୁକ୍ରବାର ୨୯ଟି ସ୍ଥାନରେ ଘାଇ ସୃଷ୍ଟି ହୋଇ ବ୍ୟାପକ ଅଞ୍ଚଳକୁ ଜଳମଗ୍ନ କରିଛି। ରାସ୍ତା ଧୋଇ ହୋଇ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ୨୯ଟି ଘାଇ ମଧ୍ୟରୁ ବରୀ ବ୍ଲକର ୧୦, ରସୁଲପୁର ବ୍ଲକର ୭, ଯାଜପୁର ବ୍ଲକର ୫, ବିଞ୍ଝାରପୁର ଓ ଦଶରଥପୁର ବ୍ଲକର ୩ ଲେଖାଏ ଏବଂ ସୁକିନ୍ଦା ବ୍ଲକର ଗୋଟିଏ ରହିଛି। ନଦୀବନ୍ଧ ନିର୍ମାଣ ଓ ମରାମତି କାର୍ଯ୍ୟ ନିମ୍ନମାନର ହୋଇଥିବା ଯୋଗୁ ବିଭିନ୍ନ ସ୍ଥାନରେ ଘାଇ ସୃଷ୍ଟି ହୋଇ ଧନଜୀବନ ହାନି ଘଟିଛି ବୋଲି ବନ୍ୟା ବିପନ୍ନମାନେ ଅଭିଯୋଗ କରୁଛନ୍ତି। ବନ୍ୟାଯୋଗୁ ଘରକାନ୍ଥ ପଡ଼ି ଯାଜପୁର ବ୍ଲକ ପଣସା ପଞ୍ଚାୟତ ବେହେରାପାଟଣା ଗ୍ରାମର ଅମର ମାଝିଙ୍କ ୩ ମାସର ଶିଶୁକନ୍ୟା ଲକ୍ଷ୍ମୀଙ୍କ ମୃତ୍ୟୁ ଘଟିଛି। ସେହିପରି ରସୁଲପୁର ବ୍ଲକ ବନ୍ଧଢ଼ିହ ପଞ୍ଚାୟତର କାଣ୍ଡିଆ ସାହି ନିକଟରେ ବ୍ରାହ୍ମଣୀ ନଦୀବନ୍ଧରେ ୧୫୦ ଫୁଟର ଘାଇ ସୃଷ୍ଟି ହେବା ପରେ ୨ମହଲା ବିଶିଷ୍ଟ ଏକ କୋଠା ଭୁଶୁଡ଼ି ପଡ଼ିଛି। ବନ୍ୟାଯୋଗୁ ୧୦ ବ୍ଲକର ୧୨୪ ପଞ୍ଚାୟତର ୫୩୦ ଗ୍ରାମର ୪,୩୭,୦୧୪ ଲୋକ ଏବଂ ୨,୮୬,୩୨୭ ପ୍ରାଣୀ ପ୍ରଭାବିତ ହୋଇଛନ୍ତି। ୨୪,୦୯୦ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ୧୨୭ଟି ରିଲିଫ୍‌ କେନ୍ଦ୍ରରେ ଥଇଥାନ କରାଯାଇଛି। ଉଦ୍ଧାର କାର୍ଯ୍ୟରେ ୧୯ ଡଙ୍ଗା, ୧୨ ଅଗ୍ନିଶମ ଦଳ ଓ ୨ ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ନିୟୋଜିତ କରାଯାଇଛି। ପ୍ରଭାବିତ ଲୋକଙ୍କୁ ଜିଲା ପ୍ରଶାସନ ପକ୍ଷରୁ ୪୧୨ କୁଇଣ୍ଟାଲ ଚୁଡା ଓ ୪୦ କୁଇଣ୍ଟାଲ ଗୁଡ ସହ ୫୨୨ ରୋଲ ପଲିଥିନ ବଣ୍ଟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?