୨୯ ଶିଳ୍ପସଂସ୍ଥା ବନ୍ଦ, ୧୧କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୨।୨(ବ୍ୟୁରୋ): ପରିବେଶ ସଂକ୍ରାନ୍ତୀୟ ଗୃହ କମିଟି ବୈଠକ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସୋମବାର ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଜଙ୍ଗଲ ଓ ପରିବେଶ, ଗୃହ ଓ ନଗର ଉନ୍ନୟନ ବିଭାଗ ଶାସନ ସଚିବଙ୍କ ସହ ବିଭାଗୀୟ ପଦାଧିକାରୀମାନେ ଯୋଗଦେଇ ଅନୁପାଳନ ରିପୋର୍ଟ ପ୍ରଦାନ କରିଛନ୍ତି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅଧୀନରେ ୭୩୦୦ ଶିଳ୍ପ ପ୍ରତିଷ୍ଠାନ ଅନ୍ତର୍ଭୁକ୍ତ ଥିବାବେଳେ ସେଥିରୁ ୧୭ ଅତ୍ୟନ୍ତ ପ୍ରଦୂଷଣ ମୁକ୍ତ ଶିଳ୍ପ ପ୍ରତିଷ୍ଠାନ ଏବଂ ୧୧୮୯ ବର୍ଜ୍ୟଜଳ ନିଷ୍କାସନ କରନ୍ତି। ସାଧାରଣତଃ ତାପଜ ବିଦ୍ୟୁତ୍‌ ସାର କାରଖାନା, ଚିନି କାରଖାନା, କାଗଜକଳ, ଲୁହା ଓ ଇସ୍ପାତ କାରଖାନା, ଚାଉଳ କଳ ଇତ୍ୟାଦିରୁ ପ୍ରଚୁର ପରିମାଣରେ ବର୍ଜ୍ୟବସ୍ତୁ ନିଷ୍କାସିତ ହୁଏ ଏବଂ ଏଥିରେ ପ୍ରାୟ ୬୦୦ ଲକ୍ଷ ଲିଟର ଦୂଷିତ ଜଳ ନିଷ୍କାସିତ ହୁଏ, ଯେଉଁଥିରୁ ୧୦୦ ଲକ୍ଷ ଲିଟର ଜଳ ନଦୀରେ ମିଶେ ା ରାଜ୍ୟର ୨୯ଟି ଜିଲାରେ ୬୦୦ଟି ଚାଉଳକଳ ଥିବା ସ୍ଥଳେ ସେଥିରୁ ୨୪ ଲକ୍ଷ ଲିଟର ବର୍ଜ୍ୟଜଳ ନିଷ୍କାସିତ ହେଉଛି। ଗତ ଡିସେମ୍ବର ୩୦ ସୁଦ୍ଧା ୧୧୪୫ଟି ଶିଳ୍ପ ସଂସ୍ଥା ବର୍ଜ୍ୟଜଳର ବିଶୁଦ୍ଧୀକରଣ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି ା ଏ ସଂକ୍ରାନ୍ତୀୟ ନିୟମକୁ ମାନୁ ନ ଥିବା ୨୯ଟି ଶିଳ୍ପ ପ୍ରତିଷ୍ଠାନକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ୧୧ଟି ଶିଳ୍ପାନୁଷ୍ଠାନକୁ ବିଭାଗ ତରଫରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ୧୧ ପ୍ରମୁଖ ନଦୀ ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ଋଷିକୁଲ୍ୟା, ନାଗାବଳୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, କୋଲାବ, ବଂଶଧାରା, ଇନ୍ଦ୍ରାବତୀ ନଦୀର ୧୨୯ ସ୍ଥାନରେ ୩୬ ମାନଦଣ୍ଡ ନିର୍ଦ୍ଧାରଣ କରି ସଜାଗ ଦୃଷ୍ଟି ରଖିଛନ୍ତି ା ନଦୀ ପ୍ରଦୂଷଣ ରୋକିବା ପାଇଁ ଅନ୍‌ଲାଇନ ମନିଟରିଂ ବ୍ୟବସ୍ଥା ଗ୍ରହଣ କରିବାକୁ ମୋହନ ଚରଣ ମାଝି ଦାବି କରିଛନ୍ତି। ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ପରିମଳ ଓ ବର୍ଜ୍ୟବସ୍ତୁ ନିଷ୍କାସନ ଉପରେ ମଧ୍ୟ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri