୨୯ ଶିଳ୍ପସଂସ୍ଥା ବନ୍ଦ, ୧୧କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୨।୨(ବ୍ୟୁରୋ): ପରିବେଶ ସଂକ୍ରାନ୍ତୀୟ ଗୃହ କମିଟି ବୈଠକ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସୋମବାର ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଜଙ୍ଗଲ ଓ ପରିବେଶ, ଗୃହ ଓ ନଗର ଉନ୍ନୟନ ବିଭାଗ ଶାସନ ସଚିବଙ୍କ ସହ ବିଭାଗୀୟ ପଦାଧିକାରୀମାନେ ଯୋଗଦେଇ ଅନୁପାଳନ ରିପୋର୍ଟ ପ୍ରଦାନ କରିଛନ୍ତି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅଧୀନରେ ୭୩୦୦ ଶିଳ୍ପ ପ୍ରତିଷ୍ଠାନ ଅନ୍ତର୍ଭୁକ୍ତ ଥିବାବେଳେ ସେଥିରୁ ୧୭ ଅତ୍ୟନ୍ତ ପ୍ରଦୂଷଣ ମୁକ୍ତ ଶିଳ୍ପ ପ୍ରତିଷ୍ଠାନ ଏବଂ ୧୧୮୯ ବର୍ଜ୍ୟଜଳ ନିଷ୍କାସନ କରନ୍ତି। ସାଧାରଣତଃ ତାପଜ ବିଦ୍ୟୁତ୍‌ ସାର କାରଖାନା, ଚିନି କାରଖାନା, କାଗଜକଳ, ଲୁହା ଓ ଇସ୍ପାତ କାରଖାନା, ଚାଉଳ କଳ ଇତ୍ୟାଦିରୁ ପ୍ରଚୁର ପରିମାଣରେ ବର୍ଜ୍ୟବସ୍ତୁ ନିଷ୍କାସିତ ହୁଏ ଏବଂ ଏଥିରେ ପ୍ରାୟ ୬୦୦ ଲକ୍ଷ ଲିଟର ଦୂଷିତ ଜଳ ନିଷ୍କାସିତ ହୁଏ, ଯେଉଁଥିରୁ ୧୦୦ ଲକ୍ଷ ଲିଟର ଜଳ ନଦୀରେ ମିଶେ ା ରାଜ୍ୟର ୨୯ଟି ଜିଲାରେ ୬୦୦ଟି ଚାଉଳକଳ ଥିବା ସ୍ଥଳେ ସେଥିରୁ ୨୪ ଲକ୍ଷ ଲିଟର ବର୍ଜ୍ୟଜଳ ନିଷ୍କାସିତ ହେଉଛି। ଗତ ଡିସେମ୍ବର ୩୦ ସୁଦ୍ଧା ୧୧୪୫ଟି ଶିଳ୍ପ ସଂସ୍ଥା ବର୍ଜ୍ୟଜଳର ବିଶୁଦ୍ଧୀକରଣ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି ା ଏ ସଂକ୍ରାନ୍ତୀୟ ନିୟମକୁ ମାନୁ ନ ଥିବା ୨୯ଟି ଶିଳ୍ପ ପ୍ରତିଷ୍ଠାନକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ୧୧ଟି ଶିଳ୍ପାନୁଷ୍ଠାନକୁ ବିଭାଗ ତରଫରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ୧୧ ପ୍ରମୁଖ ନଦୀ ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ଋଷିକୁଲ୍ୟା, ନାଗାବଳୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, କୋଲାବ, ବଂଶଧାରା, ଇନ୍ଦ୍ରାବତୀ ନଦୀର ୧୨୯ ସ୍ଥାନରେ ୩୬ ମାନଦଣ୍ଡ ନିର୍ଦ୍ଧାରଣ କରି ସଜାଗ ଦୃଷ୍ଟି ରଖିଛନ୍ତି ା ନଦୀ ପ୍ରଦୂଷଣ ରୋକିବା ପାଇଁ ଅନ୍‌ଲାଇନ ମନିଟରିଂ ବ୍ୟବସ୍ଥା ଗ୍ରହଣ କରିବାକୁ ମୋହନ ଚରଣ ମାଝି ଦାବି କରିଛନ୍ତି। ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ପରିମଳ ଓ ବର୍ଜ୍ୟବସ୍ତୁ ନିଷ୍କାସନ ଉପରେ ମଧ୍ୟ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri