ଦ୍ୱିତୀୟ ଡୋଜ୍‌ କୋଭିଡ୍‌ ଟିକା ନେଇନାହାନ୍ତି ୨୯ ଲକ୍ଷ ଲୋକ

ଭୁବନେଶ୍ୱର, ୨୧।୬(ବ୍ୟୁରୋ):ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯ ଲକ୍ଷ ଲୋକ ଦ୍ୱିତୀୟ ଡୋଜ୍‌ କରୋନା ବା କୋଭିଡ୍‌ ଟିକା ନେଇନାହାନ୍ତି। ସେହିଭଳି ୪୦ ପ୍ରତିଶତ ସ୍ବାସ୍ଥ୍ୟକର୍ମୀ ପ୍ରିକଶନ ଡୋଜ୍‌ ଟିକା ନେଇ ନ ଥିବା ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି। ସୋମବାର ଟିକାକରଣ ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି, ରାଜ୍ୟରେ ୯୦ ପ୍ରତିଶତ ଆଗଧାଡ଼ିର ଯୋଦ୍ଧା ପ୍ରିକଶନ ଡୋଜ୍‌ ଟିକା ନେଇସାରିଛନ୍ତି। ୧୮ ବର୍ଷରୁ ଉଦ୍ଧର୍‌ବ ୯୬ ପ୍ରତିଶତ, ୧୨ରୁ ୧୪ ବର୍ଷ ବୟସ୍କ ବର୍ଗର ୯୧ ପ୍ରତିଶତ ଓ ୧୫ରୁ ୧୭ ବର୍ଷ ବୟସ୍କ ବର୍ଗର ୮୦ ପ୍ରତିଶତ ପ୍ରଥମ ଡୋଜ ଟିକା ନେଇସାରିଛନ୍ତି। ବର୍ତ୍ତମାନ ଟିକାକରଣକୁ ତ୍ୱରାନ୍ବିତ କରିବାକୁ ରାଜ୍ୟରେ ଘର ଘର ଦସ୍ତକ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଥିରେ କିଏ ପ୍ରଥମ ଡୋଜ, ଦ୍ୱିତୀୟ ଡୋଜ ଓ ପ୍ରିକଶନ ଡୋଜ ନେଇଛନ୍ତି, ଆଉ କିଏ ଟିକା ନେଇନାହାନ୍ତି ତାହାକୁ ଚିହ୍ନଟ କରାଯାଇ ମୋବାଇଲ ଭ୍ୟାନ ଜରିଆରେ ଟିକା ଦିଆଯାଉଛି। ଜୁନ ୧ରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଜରିଆରେ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୪୬ ହଜାର ୩୩୪ ଡୋଜ ଟିକା ଦିଆସରିଛି। ଏଥିସହ ଏବେ ରାଜ୍ୟର ୨,୨୭୭ଟି ଟିକାକରଣ କେନ୍ଦ୍ରରେ ଟିକାଦାନ ଚାଲିଛି।
ଅପରପକ୍ଷେ କରୋନା ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ରାଜ୍ୟରେ ଏବେ ପୁଣି ସଂକ୍ରମଣ ଧୀରେ ଧୀରେ ବଢ଼ୁଛି। କିନ୍ତୁ ଉଦ୍‌ବେଗଜନକ ସ୍ଥିତି ନାହିଁ। ନିୟନ୍ତ୍ରଣ କରିବାକୁ ପୁରୁଣା ଷ୍ଟ୍ରାଟେଜି ଆପଣେଇଛୁ। ଟିକାକରଣ ସହ ସର୍ଭେଲାନ୍ସକୁ ଜୋରଦାର କରାଯାଇଛି। ୨୧ ତାରିଖ ମଙ୍ଗଳବାରଠାରୁ ଇଣ୍ଟିଗ୍ରେଟେଡ ସର୍ଭେଲାନ୍ସ ଆରମ୍ଭ ହେବ। ଘର ଘର ବୁଲି ରୋଗୀଙ୍କୁ ଚିହ୍ନଟ କରାଯିବ। ସେମାନଙ୍କୁ ଆଇସୋଲେଶନ କରାଯାଇ ଚିକିତ୍ସା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri