୨୯ ଓକିଲଙ୍କୁ ସର୍ତ୍ତମୂଳକ ଜାମିନ

ସମ୍ବଲପୁର,୧୦ା୨(ବ୍ୟୁରୋ)- ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ନଭେମ୍ବର ୨୯ରେ କୋର୍ଟ ସମ୍ମୁଖରେ ଠେଲାପେଲା ଓ ଡିସେମ୍ବର ୧୨ରେ କୋର୍ଟ ପରିସରରେ ଭଙ୍ଗାରୁଜା ଘଟଣାରେ ଗିରଫ ହୋଇଥିବା ସମ୍ବଲପୁର ବାର୍‌ର ୨୯ଜଣ ଓକିଲଙ୍କ ସହ ଜଣେ ବାର୍‌ କର୍ମଚାରୀଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଗୁରୁବାର ହାଇକୋର୍ଟ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିବା ବେଳେ ଶୁକ୍ରବାର ଜାମିନ ପ୍ରଦାନ କରିଛନ୍ତି। ଉଚ୍ଚ ନ୍ୟାୟାଳୟ ଏଥିରେ କେତେକ ସର୍ତ୍ତ ରଖିଛନ୍ତି। ଜାମିନକୁ ନେଇ କୌଣସି ଖୁସିର ମାହୋଲ କରିପାରିବେ ନାହିଁ। ଗଣମାଧ୍ୟମ, ସାମାଜିକ ଗଣମାଧ୍ୟମରେ ପୋଷ୍ଟ କିମ୍ବା ବୟାନବାଜି କରିବେ ନାହିଁ। ସର୍ବସାଧାରଣ ସଭାରେ ଯୋଗଦାନ କରିପାରିବେ ନାହିଁ ଭଳି ସର୍ତ୍ତ ରଖିଛନ୍ତି। କୋର୍ଟ ପ୍ରକ୍ରିୟା ଶେଷ ହେବା ପରେ ସମସ୍ତେ ଜେଲରୁ ବାହାରିବେ। ଅନ୍ୟପକ୍ଷେ ଏହି ଘଟଣାରେ ଗିରଫ ଅନ୍ୟ ୮ଜଣ କିନ୍ନରଙ୍କ ମଧ୍ୟ ଜାମିନ ମିଳିବ ବୋଲି ଜଣାପଡିଛି। ସିଏସି ଆବାହକ ଆଶୋକ କୁମାର ଦାସ କହିଛନ୍ତି, ହାଇକୋର୍ଟଙ୍କ ଏହି ରାୟକୁ ସ୍ବାଗତ କରୁଛି। ବହୁଦିନ ପରେ ଜେଲରୁ ଓକିଲମାନେ ବାହାରିବେ। ଏଥିପାଇଁ ବହୁତ ଖୁସି।

 


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri