୬୦ଦିନ ପରେ ଜେଲରୁ ବାହାରିଲେ ୨୯ ଓକିଲ

ସମ୍ବଲପୁର,୧୨।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନଜନିତ ଭଙ୍ଗାରୁଜା ମାମଲାରେ ଗିରଫ ହୋଇଥିବା ୨୯ ଜଣ ଆଇନଜୀବୀଙ୍କୁ ହାଇକୋର୍ଟ ଶୁକ୍ରବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ଶନିବାର ସମ୍ବଲପୁର କୋର୍ଟରେ କାଗଜପତ୍ର ପ୍ରକ୍ରିୟା ଶେଷ ହେବା ପରେ ଅପରାହ୍ନ ପ୍ରାୟ ସାଢେ ୪ଟା ସମୟରେ ଓକିଲମାନେ ଜେଲରୁ ବାହାରିଥିଲେ। ଜେଲ ବାହାରେ ଅପେକ୍ଷା କରିଥିବା ପରିବାର ପରିଜନଙ୍କ ସହ ସେମାନେ ଘରକୁ ଯାଇଥିଲେ। ହାଇକୋର୍ଟରେ ସର୍ତ୍ତ ରହିଥିବାରୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେମାନେ କୌଣସି ପ୍ରତିକ୍ରିୟା ଦେଇ ନ ଥିଲେ କିମ୍ବା ଏକାଠି ହୋଇ ନ ଥିଲେ। ପ୍ରାୟ ୬୦ଦିନ ବ୍ୟବଧାନରେ ପରିବାର ଓ ପରିଜନଙ୍କୁ ଦେଖିବା ପରେ କେତେଜଣ ଆଇନଜୀବୀ ଭାବବିହ୍ବଳ ହୋଇପଡିଥିଲେ।
ସୂଚନାଯୋଗ୍ୟ, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ଡିସେମ୍ବର ୧୨ରେ ଅଭାବନୀୟ ଘଟଣା ଘଟିଥିଲା। କୋର୍ଟ ଭଙ୍ଗାରୁଜା ସହ ବିଚାରପତିଙ୍କୁ ବାହାର କରିଦେବା ଭଳି ଘଟଣା ଘଟିଥିଲା। ଘଟଣାରେ ପୋଲିସ ୨୯ ଓକିଲଙ୍କ ସମେତ ଜଣେ ବାର୍‌ କର୍ମଚାରୀ ଓ ୮ଜଣ କିନ୍ନର ମୋଟ ୩୮ଜଣଙ୍କୁ ଗିରଫ କରିଥିଲା। ଗିରଫ ସମ୍ପୃକ୍ତ ଆଇନଜୀବୀଙ୍କ ଲାଇସେନ୍ସ ରଦ୍ଦ କରାଯାଇଥିଲା। ଏ ନେଇ ସମ୍ବଲପୁର ଟାଉନ ଥାନାରେ ରୁଜୁ ମାମଲାର ବିଚାର ସ୍ଥାନୀୟ ଏସ୍‌ଡିଜେଏମ୍‌ କୋର୍ଟରେ ବିଚାରାଧୀନ ରହିଛି। ତେବେ ଜାମିନରେ ମୁକୁଳିବା ପାଇଁ ସମ୍ବଲପୁର ଆଡିଶନାଲ ସେସନ୍ସ ଜଜ୍‌କୋର୍ଟରେ ହୋଇଥିବା ଆବେଦନ ଖାରଜ ହେବା ପରେ ସେମାନେ ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ। ଅନ୍ୟପଟେ ଏହି ଘଟଣାରେ ଗିରଫ ଅନ୍ୟ ୮ଜଣ କିନ୍ନରଙ୍କୁ ମଧ୍ୟ ଖୁବ୍‌ ଶୀଘ୍ର ଜାମିନ ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri