ସମ୍ବଲପୁର,୧୨।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନଜନିତ ଭଙ୍ଗାରୁଜା ମାମଲାରେ ଗିରଫ ହୋଇଥିବା ୨୯ ଜଣ ଆଇନଜୀବୀଙ୍କୁ ହାଇକୋର୍ଟ ଶୁକ୍ରବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ଶନିବାର ସମ୍ବଲପୁର କୋର୍ଟରେ କାଗଜପତ୍ର ପ୍ରକ୍ରିୟା ଶେଷ ହେବା ପରେ ଅପରାହ୍ନ ପ୍ରାୟ ସାଢେ ୪ଟା ସମୟରେ ଓକିଲମାନେ ଜେଲରୁ ବାହାରିଥିଲେ। ଜେଲ ବାହାରେ ଅପେକ୍ଷା କରିଥିବା ପରିବାର ପରିଜନଙ୍କ ସହ ସେମାନେ ଘରକୁ ଯାଇଥିଲେ। ହାଇକୋର୍ଟରେ ସର୍ତ୍ତ ରହିଥିବାରୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେମାନେ କୌଣସି ପ୍ରତିକ୍ରିୟା ଦେଇ ନ ଥିଲେ କିମ୍ବା ଏକାଠି ହୋଇ ନ ଥିଲେ। ପ୍ରାୟ ୬୦ଦିନ ବ୍ୟବଧାନରେ ପରିବାର ଓ ପରିଜନଙ୍କୁ ଦେଖିବା ପରେ କେତେଜଣ ଆଇନଜୀବୀ ଭାବବିହ୍ବଳ ହୋଇପଡିଥିଲେ।
ସୂଚନାଯୋଗ୍ୟ, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ଡିସେମ୍ବର ୧୨ରେ ଅଭାବନୀୟ ଘଟଣା ଘଟିଥିଲା। କୋର୍ଟ ଭଙ୍ଗାରୁଜା ସହ ବିଚାରପତିଙ୍କୁ ବାହାର କରିଦେବା ଭଳି ଘଟଣା ଘଟିଥିଲା। ଘଟଣାରେ ପୋଲିସ ୨୯ ଓକିଲଙ୍କ ସମେତ ଜଣେ ବାର୍ କର୍ମଚାରୀ ଓ ୮ଜଣ କିନ୍ନର ମୋଟ ୩୮ଜଣଙ୍କୁ ଗିରଫ କରିଥିଲା। ଗିରଫ ସମ୍ପୃକ୍ତ ଆଇନଜୀବୀଙ୍କ ଲାଇସେନ୍ସ ରଦ୍ଦ କରାଯାଇଥିଲା। ଏ ନେଇ ସମ୍ବଲପୁର ଟାଉନ ଥାନାରେ ରୁଜୁ ମାମଲାର ବିଚାର ସ୍ଥାନୀୟ ଏସ୍ଡିଜେଏମ୍ କୋର୍ଟରେ ବିଚାରାଧୀନ ରହିଛି। ତେବେ ଜାମିନରେ ମୁକୁଳିବା ପାଇଁ ସମ୍ବଲପୁର ଆଡିଶନାଲ ସେସନ୍ସ ଜଜ୍କୋର୍ଟରେ ହୋଇଥିବା ଆବେଦନ ଖାରଜ ହେବା ପରେ ସେମାନେ ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ। ଅନ୍ୟପଟେ ଏହି ଘଟଣାରେ ଗିରଫ ଅନ୍ୟ ୮ଜଣ କିନ୍ନରଙ୍କୁ ମଧ୍ୟ ଖୁବ୍ ଶୀଘ୍ର ଜାମିନ ମିଳିବ ବୋଲି କୁହାଯାଉଛି।
Posted inHome Left, ଆମ ଜିଲା ଖବର, ସମ୍ବଲପୁର View All
କଫ୍ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…
ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ
ଦୁବାଇ,୫ା୯: ମହିଳା ଏସିଆ କପ୍ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…
ରାସ୍ତା ପାର୍ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍ର…
ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…
ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ
କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…
ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…
ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…
ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…
ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…
‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…
Archives

