ଟ୍ରେନ୍‌ ଦୁର୍ଘଟଣାରେ ଗଲା ୨୯ଜଣଙ୍କ ଜୀବନ

ଇସ୍‌ଲାମାବାଦ,୩।୭: ପାକିସ୍ତାନରେ ଶୁକ୍ରବାର ଏକ ଟ୍ରେନ୍‌ ଦୁର୍ଘଟଣାରେ ୨୯ଜଣଙ୍କ ମୃତ୍ୟୁ ହୋଇଛି। ପାକିସ୍ତାନର ପଞ୍ଜାବ ପ୍ରଦେଶର ଶେଖପୁରା ଅଞ୍ଚଳରେ ମାନବ ବିନୀନ ଫାଟକରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଭ୍ୟାନ୍‌ ସହ ଟ୍ରେନ୍‌ ମୁହାଁମୁହିଁ ଧକ୍କା ହୋଇଥିବାରୁ ଏହି ଦୁର୍ଘଟଣା ଘଟିଛି। ଏଥିରେ ୨୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କେତେକ ଆହତ ହୋଇଛନ୍ତି। ଅପରପକ୍ଷେ ଏହି ଦୁର୍ଘଟଣାରେ ପାକିସ୍ତାନ ପ୍ରଧାମନ୍ତ୍ରୀ ଇମ୍ରାନ ଖାଁ ଦୁଃଖ ପ୍ରକାଶ କରିବା ସହ ଆହତଙ୍କୁ ମେହିକାଲ ସହାୟତା ଯୋଗାଇଦେବାକୁ ପ୍ରଶାସନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଘଟଣାରେ ଶୋକ ପ୍ରକାଶ କରି ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସୂଚନାଯୋଗ୍ୟ, ଶାହ ହୁସେନ ଯାତ୍ରୀବାହୀ ଏକ୍ସପ୍ରେସ ନାମକ ଏକ ଟ୍ରେନ୍‌ କରାଚିରୁ ଲାହୋର ଯାଉଥିଲା। ଅପରପକ୍ଷେ ଶେଖୁପୁରା ଜିଲାର ଶିଖ ଶ୍ରଦ୍ଧାଳୁମାନେ ଧାର୍ମିକ ରୀତିନୀତି ସାରି ସଚ୍ଚା ସାଉଦା ଗୁରୁଦ୍ୱାରାରୁ ଫେରୁଥିଲେ। ସେହି ସମୟରେ ମାନବ ବୀହିନ ଫାଟକ ଅତିକ୍ରମ କରୁଥିବା ବେଳେ ଉକ୍ତ ଭ୍ୟାନକୁ ଟ୍ରେନ୍‌ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ୨୯ ଜଣଙ୍କର ମୃତ୍ୟୁ ଘଟିଥିଲା। ତେବେ ମୃତକଙ୍କ ମଧ୍ୟରେ ୧୫ ଜଣ ଶିଖ୍‌ ଶ୍ରଦ୍ଧାଳୁ ରହିଥିବା ଜଣାପଡ଼ିଛି। ଖବରପାଇ ଘଟଣାସ୍ଥଳରେ ରେଲଓ୍ବେ ଅଧିକାରୀ ପହଞ୍ଚି ମୃତକଙ୍କ ମୃତଦେହ ଜବତ କରିବା ସହ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ପଠାଇଥିଲେ। ସୂଚନା ମୁତାବକ ଏହି ଘଟଣାରେ ପାକିସ୍ତାନ ରେଳ ମନ୍ତ୍ରଣାଳୟ ପକ୍ଷରୁ ବିଭାଗୀୟ ଇଞ୍ଜିନିୟରଙ୍କୁ ନିଲମ୍ବନ କରାଯାଇଛି। ଅପରପକ୍ଷେ ପାକିସ୍ତାନ ରେଳ ମନ୍ତ୍ରୀ ଏହି ଟ୍ରେନ୍‌ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri