ଜଗତ୍‌ସିଂହପୁର ବିକାଶ ପାଇଁ ୨୯ ପ୍ରକଳ୍ପ

ଜଗତ୍‌ସିଂହପୁର ଅଫିସ୍‌/ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶୁକ୍ରବାର ଅପରାହ୍ନରେ ଜଗତ୍‌ସିଂହପୁର ଜିଲାରେ ୧୧ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ ୧୮ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୋଟ ୨୯ ପ୍ରକଳ୍ପ ପାଇଁ ୨୧୫ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଜଗତ୍‌ସିଂହପୁର ଓଡ଼ିଶାର ଏକ ଆଗୁଆ ଜିଲା। ପାରାଦୀପ ବନ୍ଦର ଦେଶର ଏକ ପ୍ରମୁଖ ବନ୍ଦର। ଏସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେବା ପରେ ଜିଲାର ସାମଗ୍ରିକ ବିକାଶରେ ବିଶେଷ ସହାୟକ ହେବ। ଗଁ।ଠାରୁ ସହର ପର୍ଯ୍ୟନ୍ତ ସବୁସ୍ତରରେ ବିକାଶକୁ ଗୁରୁତ୍ୱ ଦିଆଯାଇ ଏସବୁ ପ୍ରକଳ୍ପ ଆରମ୍ଭ କରାଯାଇଛି। ଏଥିରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ବିଜୟ ଶଙ୍କର ଦାସ, ସମ୍ବିତ ରାଉତରାୟ, ଏମ୍‌ପି ରାଜଶ୍ରୀ ମଲ୍ଲିକ ଓ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଉଦ୍‌ଘାଟିତ ହୋଇଥିବା ପ୍ରକଳ୍ପଗୁଡିକ ମଧ୍ୟରେ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ, ସୁମୁଡ଼ା ବାଲିସାହିର ସ୍ଥାନୀୟ ନାଳ ଉପରେ ସେତୁ, ପାଇକା ନଦୀ ଲଙ୍କାପଡ଼ା ସେତୁ, ମା’ ଶାରଳାଙ୍କ ମନ୍ଦିର ଓ ପାରିପାର୍ଶ୍ୱିକ ଅଞ୍ଚଳର ଉନ୍ନତୀକରଣ, ମାର୍କେଟ କମ୍ପ୍ଲେକ୍ସ, ପାରାଦୀପ ଆଇଟିଆଇ, ସ୍ବତନ୍ତ୍ର ସର୍କିଟ ହାଉସ, କୋଭିଡ୍‌ ହସ୍ପିଟାଲରେ ଅମ୍ଳଜାନ ପ୍ଲାଣ୍ଟ ଆଦି ଅନ୍ତର୍ଭୁକ୍ତ। ସେହିପରି ଶିଳାନ୍ୟାସ ହୋଇଥିବା ପ୍ରକଳ୍ପଗୁଡିକ ମଧ୍ୟରେ ଜଗତ୍‌ସିଂହପୁର ଆଦର୍ଶ ଶ୍ମଶାନ, ଗୋପାଳସାଗର ପୁଷ୍କରିଣୀ, ପାର୍କ, ସିହା ଓ ଅଗପାଳଠାରେ ଆଦର୍ଶ ବିଦ୍ୟାଳୟ, ଗଡ଼କୁଜଙ୍ଗସ୍ଥିତ ହାଡୁଆ ନାଳ ଉପରେ ଉଚ୍ଚ ସେତୁ ନିର୍ମାଣ, ବକ୍ସ ସେଲ୍‌ ସେତୁ, କୋଠିସ୍ଥିତ ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟର ନୂତନ ଗୃହ ଆଦି ପ୍ରକଳ୍ପ ରହିଛି। ଶେଷରେ ଜିଲାପାଳ ମହାପାତ୍ର ଜିଲା ପ୍ରଶାସନ ଓ ଜିଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ଏମ୍‌ପି, ବିଧାୟକ, ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri