ଜଗତ୍‌ସିଂହପୁର ବିକାଶ ପାଇଁ ୨୯ ପ୍ରକଳ୍ପ

ଜଗତ୍‌ସିଂହପୁର ଅଫିସ୍‌/ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶୁକ୍ରବାର ଅପରାହ୍ନରେ ଜଗତ୍‌ସିଂହପୁର ଜିଲାରେ ୧୧ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ ୧୮ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୋଟ ୨୯ ପ୍ରକଳ୍ପ ପାଇଁ ୨୧୫ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଜଗତ୍‌ସିଂହପୁର ଓଡ଼ିଶାର ଏକ ଆଗୁଆ ଜିଲା। ପାରାଦୀପ ବନ୍ଦର ଦେଶର ଏକ ପ୍ରମୁଖ ବନ୍ଦର। ଏସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେବା ପରେ ଜିଲାର ସାମଗ୍ରିକ ବିକାଶରେ ବିଶେଷ ସହାୟକ ହେବ। ଗଁ।ଠାରୁ ସହର ପର୍ଯ୍ୟନ୍ତ ସବୁସ୍ତରରେ ବିକାଶକୁ ଗୁରୁତ୍ୱ ଦିଆଯାଇ ଏସବୁ ପ୍ରକଳ୍ପ ଆରମ୍ଭ କରାଯାଇଛି। ଏଥିରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ବିଜୟ ଶଙ୍କର ଦାସ, ସମ୍ବିତ ରାଉତରାୟ, ଏମ୍‌ପି ରାଜଶ୍ରୀ ମଲ୍ଲିକ ଓ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଉଦ୍‌ଘାଟିତ ହୋଇଥିବା ପ୍ରକଳ୍ପଗୁଡିକ ମଧ୍ୟରେ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ, ସୁମୁଡ଼ା ବାଲିସାହିର ସ୍ଥାନୀୟ ନାଳ ଉପରେ ସେତୁ, ପାଇକା ନଦୀ ଲଙ୍କାପଡ଼ା ସେତୁ, ମା’ ଶାରଳାଙ୍କ ମନ୍ଦିର ଓ ପାରିପାର୍ଶ୍ୱିକ ଅଞ୍ଚଳର ଉନ୍ନତୀକରଣ, ମାର୍କେଟ କମ୍ପ୍ଲେକ୍ସ, ପାରାଦୀପ ଆଇଟିଆଇ, ସ୍ବତନ୍ତ୍ର ସର୍କିଟ ହାଉସ, କୋଭିଡ୍‌ ହସ୍ପିଟାଲରେ ଅମ୍ଳଜାନ ପ୍ଲାଣ୍ଟ ଆଦି ଅନ୍ତର୍ଭୁକ୍ତ। ସେହିପରି ଶିଳାନ୍ୟାସ ହୋଇଥିବା ପ୍ରକଳ୍ପଗୁଡିକ ମଧ୍ୟରେ ଜଗତ୍‌ସିଂହପୁର ଆଦର୍ଶ ଶ୍ମଶାନ, ଗୋପାଳସାଗର ପୁଷ୍କରିଣୀ, ପାର୍କ, ସିହା ଓ ଅଗପାଳଠାରେ ଆଦର୍ଶ ବିଦ୍ୟାଳୟ, ଗଡ଼କୁଜଙ୍ଗସ୍ଥିତ ହାଡୁଆ ନାଳ ଉପରେ ଉଚ୍ଚ ସେତୁ ନିର୍ମାଣ, ବକ୍ସ ସେଲ୍‌ ସେତୁ, କୋଠିସ୍ଥିତ ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟର ନୂତନ ଗୃହ ଆଦି ପ୍ରକଳ୍ପ ରହିଛି। ଶେଷରେ ଜିଲାପାଳ ମହାପାତ୍ର ଜିଲା ପ୍ରଶାସନ ଓ ଜିଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ଏମ୍‌ପି, ବିଧାୟକ, ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri