ଡିଏନ୍‌ଏ ଟେଷ୍ଟ ପାଇଁ ଦିଲ୍ଲୀ ଗଲା ୨୯ ନମୁନା

ଭୁବନେଶ୍ୱର, ୯।୬(ବ୍ୟୁରୋ): ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ୨୮୮ ଜଣ ମୃତ୍ୟୁବରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ଭୁବନେଶ୍ୱର ଏମ୍‌ସକୁ ମୋଟ୍‌ ୧୬୨ଟି ମୃତଦେହ ଅଣାଯାଇଥିବାବେଳେ ୮୦ଟି ମୃତଦେହକୁ ସେମାନଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଆଉ ୮୨ଟି ମୃତଦେହ ହସ୍ପିଟାଲରେ ସଂରକ୍ଷିତ ରହିଛି। ଅପରପକ୍ଷେ ସେଥିମଧ୍ୟରୁ କେତୋଟି ମୃତଦେହକୁ ଚିହ୍ନିବା କଷ୍ଟକର ହେଉଥିବାରୁ ଏବଂ ଏକାଧିକ ଦାବିଦାର ଥିବାରୁ ୫୦ଟି ମୃତଦେହ ଏବଂ ସେମାନଙ୍କ ପରିଜନଙ୍କ ଡିଏନ୍‌ଏ ନମୁନା ସଂଗ୍ରହ କରାଯାଇଛି। ୨୯ଟି ସାମ୍ପୁଲ ପରୀକ୍ଷା ପାଇଁ ଦିଲ୍ଲୀ ପଠାଯାଇଛି। ସେହିପରି ପାରାଦୀପରୁ ଅଣାଯାଇଥିବା କଣ୍ଟେନର ମଧ୍ୟରୁ ୪ଟିରେ ୭୦ଟି ମୃତଦେହକୁ ରଖାଯାଇଥିବା ଏମ୍‌ସ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବାଲେଶ୍ୱରରୁ ପ୍ରଥମେ ଏମ୍‌ସକୁ ୧୨୩ଟି ମୃତଦେହ ଅଣାଯାଇଥିଲା। ଏହାପରେ ବୁଧବାର କ୍ୟାପିଟାଲ ହସ୍ପିଟାଲ, ସମ୍‌, କିମ୍‌ସ, ହାଇଟେକ୍‌, ଆମ୍ରି ହସ୍ପିଟାଲରେ ଥିବା ଆଉ ୩୯ଟି ମୃତଦେହକୁ ଏମ୍‌ସକୁ ଅଣାଯାଇଥିଲା। ଗୋଟିଏ ସ୍ଥାନରେ ମୃତଦେହ ରହିବା ଦ୍ୱାରା ସେମାନଙ୍କ ପରିଜନଙ୍କ ପାଇଁ ଏହାକୁ ଚିହ୍ନଟ କରିବା ଏବଂ ନିଜ ଘରକୁ ନେବା ସହଜ ହେବ ବୋଲି ଏଭଳି ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri