୨୯ରୁ ମହିଷାପାଟ ପଡ଼ିଆରେ ପଲ୍ଲିଶ୍ରୀ ମେଳା

ଢେଙ୍କାନାଳ,୧୭ା୧୦(ରତନ ନାୟାର): ଲକ୍ଷ୍ମୀପୂଜା ଅବସରରେ ଢେଙ୍କାନାଳ ମହିଷାପାଟ ପଡିଆଠାରେ ପଲ୍ଲିଶ୍ରୀ ମେଳା ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ। ଏହା ନଭେମ୍ବର ୭ ପର୍ଯ୍ୟନ୍ତ ଚାଲିବ। ଏହି ଉପଲକ୍ଷେ ସୋମବାର ଅପରାହ୍ନ ସାଢେ ୩ଟାରେ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ହଲ୍‌ଠାରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ମେଳାରେ ମୋଟ ୨୦୦ ଷ୍ଟଲ ପଡ଼ିବ। ଏଥିମଧ୍ୟରେ ମିଶନଶକ୍ତି ପାଇଁ ୨୦ଟି, ହସ୍ତଶିଳ୍ପ ପାଇଁ ୧୦, ଖାଦ୍ୟ ପାଇଁ ୧୨ଟି ଷ୍ଟଲ ରଖାଯିବ। ଓଡ଼ିଶାର ବିଭିନ୍ନ ଜିଲା ସମେତ ବାହାର ରାଜ୍ୟର ହସ୍ତଶିଳ୍ପ ପ୍ରଦର୍ଶନ ଓ ବିକ୍ରୟ ଏହି ମେଳାରେ ହେବ। ମେଳାରେ ଦୈନିକ ୨୦ ହଜାର ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ଟ୍ରାଫିକ ଓ ଅଗ୍ନି ନିବର୍ରାପକ ବ୍ୟବସ୍ଥା କଡାକଡି କରାଯିବ ବୋଲି ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର କହିଥିଲେ। ସଫେଇ କାର୍ଯ୍ୟକୁ ଠିକ୍‌ ଭାବରେ କରାଯିବ। ପ୍ରତି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ସମ୍ଭାବ୍ୟ ଅଘଟଣକୁ ନଜରରେ ରଖି ମେଳା ପାଇଁ ୫ କୋଟି ଟଙ୍କାର ବୀମା କରାଯିବ ବୋଲି ଓସ୍‌ମାସ ଡେପୁଟି ସିଇଓ ସୌରଭମୟ ଦାସ ସୂଚନା ଦେଇଥିଲେ। ମେଳାର ପ୍ରଚାର ଓ ପ୍ରସାରଣ ଉପରେ ଗୁରୁତ୍ୱ ପ୍ରଦାନ କରି ପ୍ରତିଦିନ ବ୍ୟବସାୟ ସମ୍ପର୍କିତ ତଥ୍ୟ ଗଣମାଧ୍ୟମକୁ ପ୍ରଦାନ କରିବା ନିମନ୍ତେ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଦିଲୀପ କୁମାର ବିଶ୍ୱାଳ, ଜିଲା ପରିଷଦ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଢେଙ୍କାନାଳ ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକ ଓ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଅତିରିକ୍ତ ଜିଲାପାଳ(ସାଧାରଣ) ରମେଶ ଚନ୍ଦ୍ର ସେଠୀ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri