୨୯୭ ବନ୍ୟା ଆଶ୍ରୟସ୍ଥଳୀରେ ଲାଗିବ ବିଜୁଳି ରୋଧକ ଯନ୍ତ୍ର

ଯାଜପୁର,୩୦ା୭(ହର୍ଷବର୍ଦ୍ଧନ ବେହେରା)ଓଡ଼ିଶାକୁ ପ୍ରାୟତଃ ଭାରତର ବିପର୍ଯ୍ୟୟ ହଟସ୍ପଟ ବୋଲି କୁହାଯାଏ। ବନ୍ୟା, ବାତ୍ୟା ଭଳି ବିପର୍ଯ୍ୟୟ ଧନଜୀବନ ହାନି କରୁଥିବାବେଳେ ବଜ୍ରପାତରେ ରାଜ୍ୟର ବହୁ ଲୋକଙ୍କ ମୃତ୍ୟୁ ଘଟୁଛି। ରାଜ୍ୟରେ ବଜ୍ରପାତରେ ବାର୍ଷିକ ହାରାହାରି ୪୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଉଛି। ୧୯୯୯ ମହାବାତ୍ୟା ପରେ ଏଯାଏ ବଜ୍ରପାତରେ ୫୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ଅଧିକାଂଶ ଖୋଲା ପଡ଼ିଆରେ କିମ୍ବା ରାଜ୍ୟର ବିଭିନ୍ନ ସ୍ଥାନରେ ଗଛ ତଳେ ଆଶ୍ରୟ ନେଉଥିବା ସମୟରେ ବଜ୍ରପାତର ଶିକାର ହେଉଛନ୍ତି। ଏଥିରେ କୃଷକ, ବିକ୍ରେତା, ହକର୍‌, ନିର୍ମାଣ ଶ୍ରମିକ ପ୍ରାୟତଃ ପ୍ରାଣ ହରାଉଛନ୍ତି। ବଲାଙ୍ଗୀର, ବାଲେଶ୍ୱର, କଟକ, ଯାଜପୁର, ଗଞ୍ଜାମ, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ନବରଙ୍ଗପୁର ଓ ସୁନ୍ଦରଗଡ ଜିଲାରେ ସର୍ବାଧିକ ବଜ୍ରପାତଜନିତ ମୃତ୍ୟୁ ହେଉଛି। ଏହିକ୍ରମରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ଅଥରିଟି (ଓଏସ୍‌ଡିଏମ୍‌ଏ) ପକ୍ଷରୁ ଏହି ୧୦ ଜିଲାରେ ସଚେତନତା କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତି ହୋଇଛି। ସେହିପରି ରାଜ୍ୟର ୨୯୭ ବହୁମୁଖୀ ବାତ୍ୟା/ବନ୍ୟା ଆଶ୍ରୟସ୍ଥଳୀଗୁଡ଼ିକରେ ବିଜୁଳି ରୋଧକ ଯନ୍ତ୍ର ଲଗାଯିବାକୁ ନିଷ୍ପତ୍ତି ହୋଇଛି।
ସଚେତନତା କାର୍ଯ୍ୟକ୍ରମରେ ଷ୍ଟ୍ରିଟ୍‌ ପ୍ଲେ, ୱାଲ୍‌ ପେଣ୍ଟିଂ, ସ୍କୁଲ ଓ କଲେଜସ୍ତରରେ ସଚେତନତା, ଏସ୍‌ଏଚ୍‌ଜି ସଭ୍ୟା, କୃଷକ, ଯୁବକ ସଂଘ, ଏନ୍‌ଜିଓ ପ୍ରମୁଖଙ୍କୁ ନେଇ ବୈଠକ କରି ସଚେତନ କରିବାକୁ ନିଷ୍ପତ୍ତି ହୋଇଛି। ଏଥିପାଇଁ ପ୍ରତ୍ୟେକ ଜିଲାକୁ ୪ ଲକ୍ଷ ୯୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ରିପୋର୍ଟ ଅନୁସାରେ ଓଏସ୍‌ଡିଏମ୍‌ଏ ପକ୍ଷରୁ ରାଜ୍ୟରେ ୮୧୬ଟି ବାତ୍ୟା/ବନ୍ୟା ଆଶ୍ରୟସ୍ଥଳୀ ରହିଥିବାବେଳେ ରେଡକ୍ରସ ସୋସାଇଟି ପକ୍ଷରୁ ୫୫ଟି ନୂତନ ଆଶ୍ରୟସ୍ଥଳୀ ନିର୍ମାଣାଧୀନ ରହିଛି। ପୂର୍ବରୁ ୬୪୦ଟି ଆଶ୍ରୟସ୍ଥଳୀରେ ବିଜୁଳି ରୋଧକ ଯନ୍ତ୍ର ଲଗାଯାଇଛି। ଏବେ ପୁଣି ୨୯୭ଟି ଆଶ୍ରୟସ୍ଥଳୀରେ ବିଜୁଳି ରୋଧକ ଯନ୍ତ୍ର ଲଗାଯିବ। ଏଥିପାଇଁ ୮ କୋଟି ୧୬ ଲକ୍ଷ ୭୫ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି। ବଜ୍ରପାତରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ପ୍ରସ୍ତାବିତ ସଚେତନତା ସୃଷ୍ଟି ସଂକ୍ରାନ୍ତରେ ଓଏସ୍‌ଡିଏମ୍‌ଏ ପକ୍ଷରୁ ନିର୍ବାହୀ ନିର୍ଦ୍ଦେଶକ ସସ୍ମିତା ବେହେରା ଉପରୋକ୍ତ ୧୦ଟି ଜିଲାର ଜିଲାପାଳଙ୍କୁ ୨୬ା୭ା୨୦୨୩ରେ ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri