ଯାଜପୁର,୩୦ା୭(ହର୍ଷବର୍ଦ୍ଧନ ବେହେରା)ଓଡ଼ିଶାକୁ ପ୍ରାୟତଃ ଭାରତର ବିପର୍ଯ୍ୟୟ ହଟସ୍ପଟ ବୋଲି କୁହାଯାଏ। ବନ୍ୟା, ବାତ୍ୟା ଭଳି ବିପର୍ଯ୍ୟୟ ଧନଜୀବନ ହାନି କରୁଥିବାବେଳେ ବଜ୍ରପାତରେ ରାଜ୍ୟର ବହୁ ଲୋକଙ୍କ ମୃତ୍ୟୁ ଘଟୁଛି। ରାଜ୍ୟରେ ବଜ୍ରପାତରେ ବାର୍ଷିକ ହାରାହାରି ୪୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଉଛି। ୧୯୯୯ ମହାବାତ୍ୟା ପରେ ଏଯାଏ ବଜ୍ରପାତରେ ୫୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ଅଧିକାଂଶ ଖୋଲା ପଡ଼ିଆରେ କିମ୍ବା ରାଜ୍ୟର ବିଭିନ୍ନ ସ୍ଥାନରେ ଗଛ ତଳେ ଆଶ୍ରୟ ନେଉଥିବା ସମୟରେ ବଜ୍ରପାତର ଶିକାର ହେଉଛନ୍ତି। ଏଥିରେ କୃଷକ, ବିକ୍ରେତା, ହକର୍, ନିର୍ମାଣ ଶ୍ରମିକ ପ୍ରାୟତଃ ପ୍ରାଣ ହରାଉଛନ୍ତି। ବଲାଙ୍ଗୀର, ବାଲେଶ୍ୱର, କଟକ, ଯାଜପୁର, ଗଞ୍ଜାମ, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ନବରଙ୍ଗପୁର ଓ ସୁନ୍ଦରଗଡ ଜିଲାରେ ସର୍ବାଧିକ ବଜ୍ରପାତଜନିତ ମୃତ୍ୟୁ ହେଉଛି। ଏହିକ୍ରମରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ଅଥରିଟି (ଓଏସ୍ଡିଏମ୍ଏ) ପକ୍ଷରୁ ଏହି ୧୦ ଜିଲାରେ ସଚେତନତା କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତି ହୋଇଛି। ସେହିପରି ରାଜ୍ୟର ୨୯୭ ବହୁମୁଖୀ ବାତ୍ୟା/ବନ୍ୟା ଆଶ୍ରୟସ୍ଥଳୀଗୁଡ଼ିକରେ ବିଜୁଳି ରୋଧକ ଯନ୍ତ୍ର ଲଗାଯିବାକୁ ନିଷ୍ପତ୍ତି ହୋଇଛି।
ସଚେତନତା କାର୍ଯ୍ୟକ୍ରମରେ ଷ୍ଟ୍ରିଟ୍ ପ୍ଲେ, ୱାଲ୍ ପେଣ୍ଟିଂ, ସ୍କୁଲ ଓ କଲେଜସ୍ତରରେ ସଚେତନତା, ଏସ୍ଏଚ୍ଜି ସଭ୍ୟା, କୃଷକ, ଯୁବକ ସଂଘ, ଏନ୍ଜିଓ ପ୍ରମୁଖଙ୍କୁ ନେଇ ବୈଠକ କରି ସଚେତନ କରିବାକୁ ନିଷ୍ପତ୍ତି ହୋଇଛି। ଏଥିପାଇଁ ପ୍ରତ୍ୟେକ ଜିଲାକୁ ୪ ଲକ୍ଷ ୯୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ରିପୋର୍ଟ ଅନୁସାରେ ଓଏସ୍ଡିଏମ୍ଏ ପକ୍ଷରୁ ରାଜ୍ୟରେ ୮୧୬ଟି ବାତ୍ୟା/ବନ୍ୟା ଆଶ୍ରୟସ୍ଥଳୀ ରହିଥିବାବେଳେ ରେଡକ୍ରସ ସୋସାଇଟି ପକ୍ଷରୁ ୫୫ଟି ନୂତନ ଆଶ୍ରୟସ୍ଥଳୀ ନିର୍ମାଣାଧୀନ ରହିଛି। ପୂର୍ବରୁ ୬୪୦ଟି ଆଶ୍ରୟସ୍ଥଳୀରେ ବିଜୁଳି ରୋଧକ ଯନ୍ତ୍ର ଲଗାଯାଇଛି। ଏବେ ପୁଣି ୨୯୭ଟି ଆଶ୍ରୟସ୍ଥଳୀରେ ବିଜୁଳି ରୋଧକ ଯନ୍ତ୍ର ଲଗାଯିବ। ଏଥିପାଇଁ ୮ କୋଟି ୧୬ ଲକ୍ଷ ୭୫ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି। ବଜ୍ରପାତରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ପ୍ରସ୍ତାବିତ ସଚେତନତା ସୃଷ୍ଟି ସଂକ୍ରାନ୍ତରେ ଓଏସ୍ଡିଏମ୍ଏ ପକ୍ଷରୁ ନିର୍ବାହୀ ନିର୍ଦ୍ଦେଶକ ସସ୍ମିତା ବେହେରା ଉପରୋକ୍ତ ୧୦ଟି ଜିଲାର ଜିଲାପାଳଙ୍କୁ ୨୬ା୭ା୨୦୨୩ରେ ନିର୍ଦ୍ଦେଶ ଜାରି କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଯାଜପୁର View All
ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ
ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…
ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ
ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…
ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!
ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…
ବେଲଗୁଣ୍ଠା ଏନ୍ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…
ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…
କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ
ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…
ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ
ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…
ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ
ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…
ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

