ଗତ ସପ୍ତାହରେ କଣ୍ଟେନମେଣ୍ଟ ଜୋନ୍‌ରୁ ୨୯୮ ଆକ୍ରାନ୍ତ ଚିହ୍ନଟ: ସିଏମ୍‌ସି କମିଶନର

କଟକ ଅଫିସ,୯ା୮-କଟକ ଜିଲାରେ ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ ସପ୍ତାହରେ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ସହରାଞ୍ଚଳରୁ ଅଧିକ ରହିଛନ୍ତି। ଜିଲାରେ ବର୍ତ୍ତମାନ ସୁଦ୍ଧା ୪୪ ହଜାର ୫୯୬ ଜଣଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଛି। ସେଥିରୁ ଗ୍ରାମାଞ୍ଚଳରୁ ୧୩୬୪ (୪୬.୯%) ଓ କଟକ ସହରରୁ ୧୫୪୬ (୫୩.୧%) ଜଣ ଚିହ୍ନଟ ହୋଇଛନ୍ତି। ଗ୍ରାମାଞ୍ଚଳରେ ୨୧୬ ଓ କଟକ ସହରରେ ୭୭୩ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ସହରର ଏହି ଚିକିତ୍ସିତଙ୍କ ମଧ୍ୟରୁ ଗତ ସପ୍ତାହରେ ହିଁ ୬୪୧ ଜଣ ଚିହ୍ନଟ ହୋଇଥିଲେ, ଯାହା କେବଳ କଟକ ମହାନଗର ନିଗମ ନୁହେଁ, ବରଂ ରାଜ୍ୟ ସରକାରଙ୍କ ପାଇଁ ମଧ୍ୟ ଚିନ୍ତାର କାରଣ ପାଲଟିଛି। ମାଲ୍‌ଗୋଦାମର ବେହେରାସାହି, ତେଲୁଗୁ ବସ୍ତି ଓ ଜଲୁଆ ସାହି ଏବେ ହଟ୍‌ସ୍ପଟ୍‌ ପାଲଟିଛି। ସଂକ୍ରମଣ ରୋକିବା ପାଇଁ ମାଲଗୋଦାମର ବେପାର ସମୟକୁ ମଧ୍ୟ ପରିବର୍ତ୍ତନ କରାଯାଇଛି।
ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କ ସୂଚନା ଅନୁଯାୟୀ, ଗତ ସପ୍ତାହରେ ୬୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ ୨୯୮, ଗୃହ ସଙ୍ଗରୋଧରୁ ୨୧୧, ସରକାରୀ ସଙ୍ଗରୋଧରୁ ୪୫ ଓ ସ୍ଥାନୀୟ ଆକ୍ରାନ୍ତ ଭାବେ ୮୭ ଜଣଙ୍କୁ ଚିହ୍ନଟ କରାଯାଇଛି। ବେହେରାସାହିରୁ ଜୁଲାଇ ୨୩ରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସାହିକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା ସହ ପ୍ରାୟ ୧୨ଶହ ଜଣଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଓ ୬୮୯ଟି ନମୁନା ସଂଗ୍ରହ କରାଯାଇଥିଲା। ସେଥିରୁ ୨୮୦ଟି ପଜିଟିଭ୍‌ ବାହାରିଛି। ଏହି ଅଞ୍ଚଳରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେବାରୁ ତେଲୁଗୁ ସାହି ଓ ଜଲୁଆ ସାହିକୁ ବଫର୍‌ ଜୋନ୍‌ କରାଯାଇ ସେଠାରେ ମଧ୍ୟ ପରୀକ୍ଷା ହେଲା। ତେଲୁଗୁ ସାହିରେ ୩୪୫ ଜଣଙ୍କ ସ୍କ୍ରିନ୍‌ ହୋଇ ସଂଗୃହୀତ ୨୧୨ ନମୁନାରୁ ୮୧ ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଜଲୁଆ ସାହିରେ ୩୪୯ ଜଣଙ୍କ ସ୍ବାସ୍ଥ୍ୟ ପରୀକ୍ଷା ସହ ୬୨ଟି ନମୁନା ସଂଗ୍ରହ ହୋଇଥିବା ବେଳେ ସେଥିରୁ ୪୩ଟି ପଜିଟିଭ୍‌ ବାହାରିଥିଲା। ଅନ୍ୟପକ୍ଷରେ ବେହେରାସାହିରେ ସ୍ଥିତି ଧୀରେଧୀରେ ସୁଧୁରୁଛି। ଜୁଲାଇ ୨୩ରେ ମୋଟ ପରୀକ୍ଷାରୁ ଶତ ପ୍ରତିଶତ ରିପୋର୍ଟ ପଜିଟିଭ୍‌ ଆସିଥିଲା। କିନ୍ତୁ ୨୮ ତାରିଖରେ ୬୧ ପ୍ରତିଶତ, ୩୦ ତାରିଖରେ ୫୬, ୩୧ ତାରିଖରେ ୫୫.୮୧, ଅଗଷ୍ଟ ୧ରେ ୪୪.୦୬, ୨ ତାରିଖରେ ୫୭, ୩ ତାରିଖରେ ୫୬.୫୬, ୫ ତାରିଖରେ ୨୯.୪୫, ୬ ତାରିଖରେ ୨୯.୧୧ ଓ ୭ ତାରିଖରେ ୧୦.୭୧ ପ୍ରତିଶତ ରିପୋର୍ଟ ପଜିଟିଭ୍‌ ଆସିଛି। ତେବେ ଶନିବାର ସବୁ ରିପୋର୍ଟ ନେଗେଟିଭ୍‌ ଥିବା କମିଶନର ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri