୨୯ରେ ଜୀ ସାର୍ଥକର ‘ସବୁଠୁ ବଡ଼ ଦିନ’

ଭୁବନେଶ୍ୱର,୨୨।୫: ରାଜ୍ୟର ପ୍ରମୁଖ ମନୋରଞ୍ଜନଭିତ୍ତିକ ଓଡ଼ିଆ ଚ୍ୟାନେଲ ଜୀ ସାର୍ଥକରେ ପ୍ରସାରିତ ହେଉଥିବା କେତେକ ଧାରାବାହିକକୁ ନେଇ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ସବୁଠୁ ବଡ଼ ଦିନ’ (ମେଗା ଧାରାବାହିକ)ର ଆୟୋଜନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମ ୨୦୨୩ ମେ ୨୯ ସନ୍ଧ୍ୟାରେ ପ୍ରସାରିତ ହେବ ବୋଲି ଜୀ ସାର୍ଥକ ପକ୍ଷରୁ କୁହାଯାଇଛି।
ଏ ସମ୍ପର୍କରେ ଜୀ ସାର୍ଥକର ଚ୍ୟାନେଲ ଚିଫ୍‌ ଅଫିସର ପ୍ରତୀକ ସିଲ୍‌ କହିଛନ୍ତି, ଜୀ ସାର୍ଥକ ସର୍ବଦା ତା’ର ଦର୍ଶକଙ୍କୁ ନୂଆ ନୂଆ କାହାଣୀ ଓ ପାରିବାରିକ ଘଟଣାକୁ ନେଇ ପ୍ରସ୍ତୁତ ମେଗା ଧାରାବାହିକ ଜରିଆରେ ମନୋରଞ୍ଜନ କରିଆସିଛି। ଏପରିକି ସମୟ ସମୟରେ ଦର୍ଶକଙ୍କୁ କିଛି ନୂଆ ଦେଖାଇବାକୁ ଚ୍ୟାନେଲ ଚେଷ୍ଟା କରିଥାଏ। ଏହି ପରିପ୍ରେକ୍ଷୀରେ ଜୀ-ସାର୍ଥକ ଚଳିତ ଥରର ସ୍ବତନ୍ତ୍ର କାର୍ଯ୍ୟକ୍ରମ ସବୁଠୁ ବଡ଼ ଦିନ ଜରିଆରେ ଜୀ ସାର୍ଥକର ସମସ୍ତ ମେଗା ଧାରାବାହିକର ଏକ ସ୍ବତନ୍ତ୍ର ଅଧ୍ୟାୟ ପ୍ରସାରଣ କରିବ। ବିଶେଷ କରି ମେଗା ଧାରାବାହିକରେ ରହିଥିବା ସସପେନ୍ସ କାହାଣୀ ସବୁ ଦର୍ଶକଙ୍କ ମନକୁ ଛୁଇଁବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ୨୦୨୩ ମେ ୨୯ ସନ୍ଧ୍ୟା ୬ ଟା ୩୦ରେ ‘ମୁଁ ବି ବିଜୟିନୀ’ ପ୍ରସାରଣ ହେବ। ଯେଉଁଥିରେ ଜୀ ସାର୍ଥକର ଦର୍ଶକ ଦେଖିବେ, କାହ୍ନା ଓ ରାଧିକାର ବାହାଘରରେ କିଭଳି ରାଧିକା ନିଖୋଜ ହୋଇଯାଉଛି, ତେବେ ଦେବିକା ଓ ସ୍ତୁତି ରାଧିକାକୁ କିପରି ଖୋଜିବେ ଓ କ’ଣ କରିବେ। ସେହିପରି ସନ୍ଧ୍ୟା ୭ ଘଟିକାରେ ‘ଝିଲ୍ଲୀ’, ୭ ଟା ୩୦ରେ ‘ସୁନାଝିଅ’ ପ୍ରସାରିତ ହେବ। ସେହିଭଳି ରାତି ୮ ଟାରେ ‘ସାଥିରେ’ ଏବଂ ୮ଟା ୩୦ରେ ‘ତୁ ଖରା ମୁଁ ଛାଇ’ ଓ ରାତି ୯ଟାରେ ‘ଖୁସିର ଛୁଙ୍କ’ ଭଳି ସମସ୍ତ ମେଗା ଧାରାବାହିକର ସ୍ବତନ୍ତ୍ର ଅଧାୟ ଦର୍ଶକ ଜୀ ସାର୍ଥିକରେ ଦେଖିବାକୁ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?