୨ରେ ୨୭ତମ ରୁଚି ପ୍ରତିଭା ପୂଜନ

କଟକ,୨୭।୮ (ସୁପ୍ରିୟା ପ୍ରିୟଦର୍ଶିନୀ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରୁଚି ପ୍ରତିଭା ସମ୍ମାନ ସମାରୋହ ଉତ୍ସବ ୨୦୨୩ ସେପ୍ଟେମ୍ବର ୨ରେ ଆୟୋଜନ ହେବ ବୋଲି ରୁଚି ପ୍ରତିଭା ଫାଉଣ୍ଡେଶନ ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ଶନିବାର ଲିଙ୍କ୍‌ ରୋଡ୍‌ସ୍ଥିତ ନିଶାମଣି କନ୍‌ଭେନ୍‌ସନଠାରେ ରୁଚି ପ୍ରତିଭା ଫାଉଣ୍ଡେଶନ ପକ୍ଷରୁ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏ ସମ୍ପର୍କରେ ରୁଚି ପ୍ରତିଭା ଫାଉଣ୍ଡେଶନର ଅଧ୍ୟକ୍ଷ ଡ. ଶରତ କୁମାର ସାହୁ କହିଥିଲେ, ପୂଜ୍ୟପୂଜା ଓ ପ୍ରତିଭାପୂଜା ଜରିଆରେ ରୁଚି ଉଦ୍ୟୋଗ ଦୀର୍ଘ ୪୭ ବର୍ଷ ଧରି ରାଜ୍ୟର କୃତବିଦ୍ୟ ପ୍ରତିଭାମାନଙ୍କୁ ସମ୍ମାନିତ କରି ଗୌରବାନ୍ବିତ ହୋଇଛି। ସେହିଭଳି ରୁଚିର ନିର୍ଦ୍ଦେଶକ ଅରବିନ୍ଦ ସାହୁ ଯୁବବର୍ଗଙ୍କୁ ଦିଗ୍‌ଦର୍ଶନ ଦେବା ପାଇଁ ସବୁବେଳେ ପ୍ରେରଣାଦାୟୀ ମଣିଷମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। ଉଲ୍ଲେଖଯୋଗ୍ୟ, ଆଦିତ୍ୟ ବିର୍ଲା ଗ୍ରୁପ୍‌ର ନିର୍ଦ୍ଦେଶକ ଡ.ସନ୍ତୃପ୍ତ ମିଶ୍ରଙ୍କୁ ରୁଚି ଦେଶ ଗୌରବ, ରାଷ୍ଟ୍ରୀୟ ସ୍ତରର ସୂଚନା ଓ ପ୍ରଯୁକ୍ତି ବିଶେଷଜ୍ଞ ଅରବିନ୍ଦ ପାଣିଙ୍କୁ ରୁଚି ଦେଶ ଜ୍ୟୋତି ସମ୍ମାନ ଏବଂ ଅନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ରୁଚି ଦେଶ ସେବା ସମ୍ମାନ ପ୍ରଦାନ କରାଯାଉଥିବାବେଳେ ଆଇଏଏସ୍‌ ଟପ୍ପର ଜୁବିନ୍‌ ମହାପାତ୍ରଙ୍କୁ ରୁଚି ବିଦ୍ୟାସାଗର ସମ୍ମାନ ଏବଂ ପ୍ରାକୃତିକ ବିପର୍ଯ୍ୟୟ ବେଳେ ବିପନ୍ନମାନଙ୍କୁ ଅସାଧାରଣ ସେବା ଓ ସହାୟତା ଯୋଗାଇ ଆସୁଥିବା ଓଡ୍ରାଫ୍‌ ଟିମ୍‌କୁ ରୁଚି ସେବା ଜ୍ୟୋତି ସମ୍ମାନ ଓ ବିଶ୍ୱ ପୋଲିସ କ୍ରୀଡ଼ାରେ ୨ ସ୍ବର୍ଣ୍ଣ ପଦକ ବିଜୟିନୀ କ୍ରୀଡ଼ାବିତ୍‌ ଚିନ୍ମୟୀ ଭୂୟଁାଙ୍କୁ ରୁଚି ବାରବାଟୀ କ୍ରୀଡ଼ା ସମ୍ମାନ ସହିତ ୨୦୨୨-୨୩ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ସ୍ଥାନ ଲାଭ କରିଥିବା ଶ୍ରେୟାଶ୍ରୀ ଜେନା ଓ ୨୦୨୧ରେ ସର୍ବଭାରତୀୟ ସିବିଏସ୍‌ଇ ଟପ୍ପର ନିଶିତା ଦାସଙ୍କୁ ରୁଚି ପ୍ରତିଭା ସମ୍ମାନ ପ୍ରଦାନ କରାଯିବ ବୋଲି ଫାଉଣ୍ଡେଶନ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ସେଭେନ୍‌ ପିଲାରସ୍‌ ମୁଖ୍ୟ ପ୍ରେକ୍ଷାଳୟଠାରେ ଆୟୋଜିତ ହେବାକୁ ଥିବା ରୁଚି ପ୍ରତିଭା ସମ୍ମାନ ସମାରୋହରେ ଉପରୋକ୍ତ ପ୍ରତିଭାମାନଙ୍କୁ ସମ୍ମାନିତ କରାଯିବ ବୋଲି ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ରୁଚି ପ୍ରତିଭା ଫାଉଣ୍ଡେଶନର ଯୁଗ୍ମ ସମ୍ପାଦକ ଶୁଭେନ୍ଦୁ କୁମାର ଭୂୟାଁ ସମ୍ବର୍ଦ୍ଧିତ ହେବାକୁ ଥିବା କ଼ୃତୀ ପ୍ରତିଭାମାନଙ୍କର ସଫଳତା ସହିତ ଫାଉଣ୍ଡେଶନର ୨୭ ବର୍ଷର କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରୁଚିର ମାନବ ସମ୍ବଳ ଉପମହାପ୍ରବନ୍ଧକ ଅମ୍ବରୀଶ ପଟ୍ଟନାୟକ, ବରିଷ୍ଠ ସୂଚନା ଅଧିକାରୀ ନିହାର ରଞ୍ଜନ ସାହୁ, ଜ୍ଞାନରଞ୍ଜନ ରାୟ, ଅମୃତ ରଞ୍ଜନ ଦାଶ ଓ ମାର୍କେଟିଂ ହେଡ୍‌ ଦେବବ୍ରତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri