୨ରେ ୨୭ତମ ରୁଚି ପ୍ରତିଭା ପୂଜନ

କଟକ,୨୭।୮ (ସୁପ୍ରିୟା ପ୍ରିୟଦର୍ଶିନୀ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରୁଚି ପ୍ରତିଭା ସମ୍ମାନ ସମାରୋହ ଉତ୍ସବ ୨୦୨୩ ସେପ୍ଟେମ୍ବର ୨ରେ ଆୟୋଜନ ହେବ ବୋଲି ରୁଚି ପ୍ରତିଭା ଫାଉଣ୍ଡେଶନ ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ଶନିବାର ଲିଙ୍କ୍‌ ରୋଡ୍‌ସ୍ଥିତ ନିଶାମଣି କନ୍‌ଭେନ୍‌ସନଠାରେ ରୁଚି ପ୍ରତିଭା ଫାଉଣ୍ଡେଶନ ପକ୍ଷରୁ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏ ସମ୍ପର୍କରେ ରୁଚି ପ୍ରତିଭା ଫାଉଣ୍ଡେଶନର ଅଧ୍ୟକ୍ଷ ଡ. ଶରତ କୁମାର ସାହୁ କହିଥିଲେ, ପୂଜ୍ୟପୂଜା ଓ ପ୍ରତିଭାପୂଜା ଜରିଆରେ ରୁଚି ଉଦ୍ୟୋଗ ଦୀର୍ଘ ୪୭ ବର୍ଷ ଧରି ରାଜ୍ୟର କୃତବିଦ୍ୟ ପ୍ରତିଭାମାନଙ୍କୁ ସମ୍ମାନିତ କରି ଗୌରବାନ୍ବିତ ହୋଇଛି। ସେହିଭଳି ରୁଚିର ନିର୍ଦ୍ଦେଶକ ଅରବିନ୍ଦ ସାହୁ ଯୁବବର୍ଗଙ୍କୁ ଦିଗ୍‌ଦର୍ଶନ ଦେବା ପାଇଁ ସବୁବେଳେ ପ୍ରେରଣାଦାୟୀ ମଣିଷମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। ଉଲ୍ଲେଖଯୋଗ୍ୟ, ଆଦିତ୍ୟ ବିର୍ଲା ଗ୍ରୁପ୍‌ର ନିର୍ଦ୍ଦେଶକ ଡ.ସନ୍ତୃପ୍ତ ମିଶ୍ରଙ୍କୁ ରୁଚି ଦେଶ ଗୌରବ, ରାଷ୍ଟ୍ରୀୟ ସ୍ତରର ସୂଚନା ଓ ପ୍ରଯୁକ୍ତି ବିଶେଷଜ୍ଞ ଅରବିନ୍ଦ ପାଣିଙ୍କୁ ରୁଚି ଦେଶ ଜ୍ୟୋତି ସମ୍ମାନ ଏବଂ ଅନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ରୁଚି ଦେଶ ସେବା ସମ୍ମାନ ପ୍ରଦାନ କରାଯାଉଥିବାବେଳେ ଆଇଏଏସ୍‌ ଟପ୍ପର ଜୁବିନ୍‌ ମହାପାତ୍ରଙ୍କୁ ରୁଚି ବିଦ୍ୟାସାଗର ସମ୍ମାନ ଏବଂ ପ୍ରାକୃତିକ ବିପର୍ଯ୍ୟୟ ବେଳେ ବିପନ୍ନମାନଙ୍କୁ ଅସାଧାରଣ ସେବା ଓ ସହାୟତା ଯୋଗାଇ ଆସୁଥିବା ଓଡ୍ରାଫ୍‌ ଟିମ୍‌କୁ ରୁଚି ସେବା ଜ୍ୟୋତି ସମ୍ମାନ ଓ ବିଶ୍ୱ ପୋଲିସ କ୍ରୀଡ଼ାରେ ୨ ସ୍ବର୍ଣ୍ଣ ପଦକ ବିଜୟିନୀ କ୍ରୀଡ଼ାବିତ୍‌ ଚିନ୍ମୟୀ ଭୂୟଁାଙ୍କୁ ରୁଚି ବାରବାଟୀ କ୍ରୀଡ଼ା ସମ୍ମାନ ସହିତ ୨୦୨୨-୨୩ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ସ୍ଥାନ ଲାଭ କରିଥିବା ଶ୍ରେୟାଶ୍ରୀ ଜେନା ଓ ୨୦୨୧ରେ ସର୍ବଭାରତୀୟ ସିବିଏସ୍‌ଇ ଟପ୍ପର ନିଶିତା ଦାସଙ୍କୁ ରୁଚି ପ୍ରତିଭା ସମ୍ମାନ ପ୍ରଦାନ କରାଯିବ ବୋଲି ଫାଉଣ୍ଡେଶନ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ସେଭେନ୍‌ ପିଲାରସ୍‌ ମୁଖ୍ୟ ପ୍ରେକ୍ଷାଳୟଠାରେ ଆୟୋଜିତ ହେବାକୁ ଥିବା ରୁଚି ପ୍ରତିଭା ସମ୍ମାନ ସମାରୋହରେ ଉପରୋକ୍ତ ପ୍ରତିଭାମାନଙ୍କୁ ସମ୍ମାନିତ କରାଯିବ ବୋଲି ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ରୁଚି ପ୍ରତିଭା ଫାଉଣ୍ଡେଶନର ଯୁଗ୍ମ ସମ୍ପାଦକ ଶୁଭେନ୍ଦୁ କୁମାର ଭୂୟାଁ ସମ୍ବର୍ଦ୍ଧିତ ହେବାକୁ ଥିବା କ଼ୃତୀ ପ୍ରତିଭାମାନଙ୍କର ସଫଳତା ସହିତ ଫାଉଣ୍ଡେଶନର ୨୭ ବର୍ଷର କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରୁଚିର ମାନବ ସମ୍ବଳ ଉପମହାପ୍ରବନ୍ଧକ ଅମ୍ବରୀଶ ପଟ୍ଟନାୟକ, ବରିଷ୍ଠ ସୂଚନା ଅଧିକାରୀ ନିହାର ରଞ୍ଜନ ସାହୁ, ଜ୍ଞାନରଞ୍ଜନ ରାୟ, ଅମୃତ ରଞ୍ଜନ ଦାଶ ଓ ମାର୍କେଟିଂ ହେଡ୍‌ ଦେବବ୍ରତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri