Posted inଜାତୀୟ

ବିବିସି ଅଫିସରେ ୨ୟ ଦିନ ଆଇଟି ଚଢ଼ାଉ

ନୂଆଦିଲ୍ଲୀ,୧୬ା୨: ବ୍ରିଟିଶ୍‌ ବ୍ରଡ୍‌କାଷ୍ଟିଂ କର୍ପୋରେଶନ୍‌ (ବିବିସି)ର ଦିଲ୍ଲୀ ଓ ମୁମ୍ବାଇ ଅଫିସରେ ବୁଧବାର ଆୟକର (ଆଇଟି) ବିଭାଗ ପକ୍ଷରୁ ପୁନର୍ବାର ଚଢ଼ାଉ କରାଯାଇଛି। ମଙ୍ଗଳବାରଠାରୁ ଚାଲିଥିବା ଏହି ଚଢ଼ାଉ ବେଳେ ଅଧିକାରୀମାନେ ଚ୍ୟାନେଲ୍‌ର କେତେଜଣ ଷ୍ଟାଫ୍‌ଙ୍କୁ ପଚରାଉଚରା ସହ ଇଲେକ୍ଟ୍ରୋନିକ ଓ ଦସ୍ତାବିଜଭିତ୍ତିକ ଡେଟା ସଂଗ୍ରହ କରିଛନ୍ତି।

ଭାରତରେ ବ୍ରିଟିଶ୍‌ ବ୍ରଡ୍‌କାଷ୍ଟର୍‌ ଟିକସ ଠକେଇ କରିଥିବା ଅଭିଯୋଗରେ ମଙ୍ଗଳବାର ପୂର୍ବାହ୍ନ ୧୧ଟା ୩୦ରେ ଆୟକର ବିଭାଗ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଥିଲା। ଦିଲ୍ଲୀର କସ୍ତୁରବା ଗାନ୍ଧୀ ମାର୍ଗ ଓ ମୁମ୍ବାଇର ସାଣ୍ଟାକ୍ରୁଜ୍‌ରେ ଥିବା ବିବିସି ଅଫିସରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଯାଞ୍ଚ ଚାଲିଥିଲା। ଏହାକୁ କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ନିନ୍ଦା କରିଛନ୍ତି। ଗଣମାଧ୍ୟମ ପ୍ରତି ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ କଠୋର ମନୋଭାବ ଯୋଗୁ ପ୍ରେସ୍‌ ସ୍ବାଧୀନତା ସୂଚକାଙ୍କରେ ଭାରତ ୧୫୦ତମ ସ୍ଥାନକୁ ଖସିଆସିଥିବା କଂଗ୍ରେସ ମିଡିଆ ବିଭାଗ ମୁଖ୍ୟ ପବନ ଖେରା ସମାଲୋଚନା କରିଛନ୍ତି।

ଅନ୍ୟପକ୍ଷେ ଆମେରିକା ସାରା ବିଶ୍ୱରେ ଅଭିବ୍ୟକ୍ତି ଏବଂ ଗଣମାଧ୍ୟମ ସ୍ବାଧୀନତାର ଗୁରୁତ୍ୱକୁ ସମର୍ଥନ କରେ ବୋଲି ଏହାର ପରରାଷ୍ଟ୍ର ବିଭାଗ କହିଛି। ବିବିସି ଅଫିସ ଉପରେ ଆଇଟି ବିଭାଗର ତଥାକଥିତ ସର୍ଭେକୁ ନେଇ କୌଣସି ରାୟ ଦେବାକୁ ବିଭାଗୀୟ ମୁଖପାତ୍ର ନେଡ୍‌ ପ୍ରାଇସ୍‌ ମନା କରିଦେଇଛନ୍ତି।
ପ୍ରକାଶ ଯେ, ଜାନୁୟାରୀ ୧୭ ଓ ୨୪ରେ ବିବିସି ପକ୍ଷରୁ ‘ଇଣ୍ଡିଆ: ଦି ମୋଦି କ୍ୱେଶ୍ଚେନ୍‌’ ଟାଇଟଲରେ ଦୁଇଟି ଡକ୍ୟୁମେଣ୍ଟାରି ପ୍ରସାରଣ କରାଯାଇଥିଲା। ଏଥିରେ ୨୦୦୨ ଗୁଜରାଟ ଦଙ୍ଗା ପାଇଁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାୟୀ କରାଯାଇଥିଲା। ୟୁଟ୍ୟୁବ୍‌ ଏବଂ ଅନ୍ୟ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମରେ ବିବିସି ଡକ୍ୟୁମେଣ୍ଟାରିର ପ୍ରସାରଣ ଉପରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବ୍ୟାନ୍‌ ଲଗାଯିବା ପରେ ଅଫିସଗୁଡ଼ିକରେ ଚଢ଼ାଉ ହେଉଛି କେନ୍ଦ୍ରର ଦ୍ୱିତୀୟ କାର୍ଯ୍ୟାନୁଷ୍ଠାନ। ଡକ୍ୟୁମେଣ୍ଟାରି ପ୍ରସ୍ତୁତି ଯୋଗୁ ଉଦ୍ଦେଶ୍ୟମୂଳକ ଭାବେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ବିରୋଧୀ ସମାଲୋଚନା କରିଛନ୍ତି। କଂଗ୍ରେସ ମତରେ ଆଦାନୀ-ହିଣ୍ଡେନ୍‌ବର୍ଗ ବିବାଦ ଉପରେ ଯୁଗ୍ମ ସଂସଦୀୟ କମିଟି (ଜେପିସି) ତଦନ୍ତ ପାଇଁ ଦାବି କରାଯାଉଥିବାବେଳେ କେନ୍ଦ୍ର ବିବିସିକୁ ଘେରିଛି। ଆମେ ଜେପିସି ଦାବି କଲୁ, ସେମାନେ ବିବିସି ପଛରେ ପଡ଼ିଗଲେ ବୋଲି କଂଗ୍ରେସ ନେତା ଜୟରାମ ରମେଶ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri