ବଢ଼ିଲା ଯୁକ୍ତ୨ ପରୀକ୍ଷା ପଞ୍ଜୀକରଣ ଅବଧି

ଭୁବନେଶ୍ୱର,୨୦/୧୧ (ଅନୁରାଧା ମହାରଣା):ଶିକ୍ଷାବର୍ଷ ୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ପାଇଁ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କ ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି। ବୁଧବାରଠାରୁ ଆସନ୍ତା ୨୫ତାରିଖ ମଧ୍ୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟର ଆଗ୍ରହୀ ଛାତ୍ରୀଛାତ୍ର ଏଥିପାଇଁ ଆବେଦନ କରିପାରିବେ। ୬୦୦ ଟଙ୍କା ଜରିମାନା (ଫାଇନ୍‌) ସହ ଏହି ଆବେଦନ କରାଯିବାକୁ ଥିବାବେଳେ ୨୮ତାରିଖରେ ଡକ୍ୟୁମେଣ୍ଟ ଦାଖଲ କରିବାକୁ ପଡ଼ିବ। ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ବିନା ଜରିମାନାରେ ଛାତ୍ରୀଛାତ୍ରମାନେ ଫର୍ମପୂରଣ କରିଥିଲେ। ସେହିପରି ୪ରୁ ୧୪ ତାରିଖ ମଧ୍ୟରେ ୨୦୦ ଟଙ୍କା ଜରିମାନା ସହ ଫର୍ମ ଫିଲ୍‌ପ କରାଯାଇଥିଲା। ପରବର୍ତ୍ତୀ ପର୍ଯ୍ୟାୟ ଅର୍ଥାତ୍‌ ନଭେମ୍ବର ୧୧ରୁ ୧୮ ତାରିଖ ମଧ୍ୟରେ ୬୦୦ ଟଙ୍କା ଜରିମାନା ସହ ଆବେଦନ କରାଯାଇଥିଲା। ବର୍ତ୍ତମାନ ସମୟସୀମା ବୃଦ୍ଧି କରାଯାଇଥିବାରୁ ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରୀଛାତ୍ର ଫର୍ମ ପୂରଣ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri