Posted inଖେଳ

ସମ୍ବିତଙ୍କୁ ଦ୍ୱିତୀୟ ଆଇଏମ୍‌ ନର୍ମ

ଭୁବନେଶ୍ୱର, ୬।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଚେସ୍‌ ତାରକା ସମ୍ବିତ ପଣ୍ଡା ଅନ୍ତର୍ଜାତୀୟ ମାଷ୍ଟର (ଆଇଏମ୍‌) ଟାଇଟଲ ହାସଲ ଦିଗରେ ଆଉ ଏକପାଦ ଆଗକୁ ବଢ଼ିଛନ୍ତି। ଅଗଷ୍ଟ ୨୭ରୁ ସେପ୍ଟେମ୍ବର ୪ ପର୍ଯ୍ୟନ୍ତ ଅନୁଷ୍ଠିତ ଦୁବାଇ ଓପନ ଚେସ୍‌ ଟୁର୍ନାମେଣ୍ଟରେ ସେ ଦ୍ୱିତୀୟ ଆଇଏମ୍‌ ନର୍ମ ହାସଲ କରିଛନ୍ତି। ୯ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ସେ ୪ ବିଜୟ, ୪ଡ୍ର ଓ ୧ ପରାଜୟ ସହ ୬ ପଏଣ୍ଟ ପାଇଛନ୍ତି। ୪ର୍ଥ ରାଉଣ୍ଡରେ ଇଜିପ୍ଟ ଗ୍ରାଣ୍ଡମାଷ୍ଟର ଆଡ୍‌ଲି ଅହମଦଙ୍କ ବିପକ୍ଷରେ ମ୍ୟାଚ ଡ୍ର ରଖିଥିବା ସମ୍ବିତ ୮ମ ରାଉଣ୍ଡରେ ଆର୍ଜେଣ୍ଟିନା ଗ୍ରାଣ୍ଡମାଷ୍ଟର ସାଣ୍ଡ୍ରୋ ମାରେକୋ ଏବଂ ୯ମ ରାଉଣ୍ଡରେ ଗ୍ରାଣ୍ଡମାଷ୍ଟର ତେଜାସ କୁମାର ଏମ୍‌ଏସ୍‌ଙ୍କୁ ହରାଇ ଉଲ୍ଲେଖନୀୟ ସଫଳତା ପାଇଥିଲେ। ଟୁର୍ନାମେଣ୍ଟ ଶେଷରେ ସେ ୩୦ତମ ସ୍ଥାନରେ ରହିଥିବାବେଳେ ତାଙ୍କୁ ଅନ୍ତର୍ଜାତୀୟ ମାଷ୍ଟର ନର୍ମ ପ୍ରଦାନ କରାଯାଇଥିଲା। ଏହା ବ୍ୟତୀତ ସେ ୨୩୦୦ରୁ ୨୪୦୦ ରେଟିଂ ବର୍ଗରେ ଶ୍ରେଷ୍ଠ ଖେଳାଳି ପୁରସ୍କାର ମଧ୍ୟ ପାଇଥିଲେ। କ୍ୟାରିୟରର ପ୍ରଥମ ଅନ୍ତର୍ଜାତୀୟ ମାଷ୍ଟର ନର୍ମ ସେ କାନପୁରରେ ଅନୁଷ୍ଠିତ ଜାତୀୟ ସିନିୟର ଓପନ ଟୁର୍ନାମେଣ୍ଟରେ ହାସଲ କରିଥିଲେ। ଅନ୍ତର୍ଜାତୀୟ ମାଷ୍ଟର ଟାଇଟଲ ହାସଲ କରିବାକୁ ହେଲେ ତାଙ୍କୁ ଆଉ ଏକ ନର୍ମ ହାସଲ କରିବାକୁ ପଡ଼ିବ। ଅଲ୍‌ଓଡ଼ିଶା ଚେସ୍‌ ଆସୋସିଏଶନ ସଭାପତି ଗୋବିନ୍ଦ ଚନ୍ଦ୍ର ମହାପାତ୍ର, ସମ୍ପାଦକ ଦେବବ୍ରତ ଭଟ୍ଟଙ୍କ ସହ ଅନ୍ୟ ସମସ୍ତ ସଦସ୍ୟ ଏବଂ ସର୍ବଭାରତୀୟ ଚେସ୍‌ ଫେଡେରେଶନ ଯୁଗ୍ମ ସମ୍ପାଦକ ରଞ୍ଜନ ମହାନ୍ତି ପ୍ରମୁଖ ସମ୍ବିତଙ୍କୁ ଅଭିନନ୍ଦନ ଜଣାଇବା ସହ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri