ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷାଫଳ ପ୍ରକାଶ: ପାସ୍‌ ହାର ୯୧.୮୨%

ଭୁବନେଶ୍ୱର,୩୦।୯(ବ୍ୟୁରୋ): ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ପାସ୍‌ ହାର ୯୧.୮୨% ରହିଛି। ରାଜ୍ୟରେ ମୋଟ ୧,୧୮୭ଜଣ ଛାତ୍ରୀଛାତ୍ର ଇନ୍‌ଷ୍ଟାଣ୍ଟ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧,୦୯୦ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। କଳାରେ ପାସ୍‌ ହାର ୯୩.୧୫% ଥିବାବେଳେ ବିଜ୍ଞାନରେ ୮୮%, ବାଣିଜ୍ୟରେ ୮୧.୯୬% ଏବଂ ଧନ୍ଦାମୂଳକରେ ୯୦% ରହିଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ କୁମାର ମିଶ୍ର ପରୀକ୍ଷାଫଳ ଘୋଷଣା କରିଛନ୍ତି। ପରୀକ୍ଷାଫଳ www.orissaresults.nic.in ଏବଂ ସାମ୍ସ ଇସ୍ପେସ୍‌ରେ ଉପଲବ୍ଧ ରହିଛି।
କଳାରେ ମୋଟ ୯୨୧ଜଣ ପରୀକ୍ଷା ଦେଇଥିଲେ। ଏମାନଙ୍କ ମଧ୍ୟରୁ ୮୫୮ଜଣ ପାସ୍‌ ହୋଇଥିବାବେଳେ ୫୦୮ଜଣ ଛାତ୍ରୀ ଓ ୩୫୦ଜଣ ଛାତ୍ର ରହିଛନ୍ତି। ୧୩୪ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ୨୩୬ଜଣ ଦ୍ୱିତୀୟ ଶ୍ରେଣୀରେ ଓ ୪୮୮ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ୯ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି। ସେହିପରି ବିଜ୍ଞାନରେ ୧୨୫ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୧୧୦ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ୪୬ଜଣ ଛାତ୍ରୀ ଓ ୬୪ଜଣ ଛାତ୍ର ରହିଛନ୍ତି। ୨୬ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବାବେଳେ ୩୧ଜଣ ଦ୍ୱିତୀୟ ଏବଂ ୪୨ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। କେହି ଜଣେ ବି ଛାତ୍ରୀଛାତ୍ର ୯୦%ରୁ ଅଧିକ ନମ୍ବର ରଖି ନାହାନ୍ତି। ୧୩ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି। ସେହିଭଳି ବାଣିଜ୍ୟରେ ୬୧ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ଏମାନଙ୍କ ମଧ୍ୟରୁ ୫୦ଜଣ ପାସ୍‌ ହୋଇଥିବାବେଳେ ଏଥିରେ ୧୭ଜଣ ଛାତ୍ରୀ ଓ ୩୩ଜଣ ଛାତ୍ର ରହିଛନ୍ତି। ୭ଜଣ ଛାତ୍ରୀଛାତ୍ର ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବାବେଳେ ୧୭ଜଣ ଦ୍ୱିତୀୟ ଏବଂ ୨୬ଜଣ ତୃତୀୟ ଶ୍ରେଣୀରେ ପାସ୍‌ ହୋଇଛନ୍ତି। ଏଥିରେ ୯ଟି ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଥିବାବେଳେ ୨ଟି ସ୍କୁଲରେ କେହି ଜଣେ ବି ପାସ୍‌ ହୋଇନାହାନ୍ତି। ଅନ୍ୟପଟେ ଧନ୍ଦାମୂଳକ ଶିକ୍ଷାରେ ୮୦ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ୭୨ଜଣ ପାସ୍‌ ହୋଇଥିବାବେଳେ ୩୭ଜଣ ଛାତ୍ରୀ ଓ ୩୫ଜଣ ଛାତ୍ର ରହିଛନ୍ତି। ୧୪ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବାବେଳେ ୩୬ଜଣ ଦ୍ୱିତୀୟ ଏବଂ ୨୦ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସୂଚନାଯୋଗ୍ୟ, ଗତ ୧୩ ଓ ୧୪ ତାରିଖରେ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଇନ୍‌ଷ୍ଟାଣ୍ଟ ପରୀକ୍ଷା ହୋଇଥିଲା। ଚଳିତବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାରେ ଯେଉଁ ଛାତ୍ରୀଛାତ୍ର ମୋଟ ଉପରେ ପାସ୍‌ ମାର୍କ ରଖି ଗୋଟିଏ ବିଷୟରେ ଫେଲ୍‌ ହୋଇଥିଲେ, ସେମାନଙ୍କୁ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଦେବାର ସୁଯୋଗ ଦିଆଯାଇଥିଲା। ୧୩ ତାରିଖରେ ସମସ୍ତ ଥିଓରି ଓ ୧୪ରେ କେବଳ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri