ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ: ୨.୦୨ କୋଟି କ୍ଷତିପୂରଣ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୧୫।୫: ଜାତୀୟ ଆଇନସେବା ପ୍ରାଧିକରଣ ନିର୍ଦ୍ଦେଶାନୁସାରେ ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ ସଂଯୋଜନାରେ ଗଞ୍ଜାମ ଜିଲା ଅଦାଲତଗୁଡ଼ିକରେ ଚଳିତ ବର୍ଷର ଦ୍ୱିତୀୟ ଜାତୀୟସ୍ତରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୪୫ ମୋଟରଯାନ ଦୁର୍ଘଟଣା ମାମଲାର ବିଚାର କରାଯାଇ ବୀମା କମ୍ପାନୀଗୁଡିକୁ ୨ କୋଟି ୨ ଲକ୍ଷ ୯୦ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଗଞ୍ଜାମ ଜିଲା ଜଜ୍‌ ଆନନ୍ଦ ଚନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ଜିଲା ଆଇନସେବା ପ୍ରାଧିକରଣ ସଚିବ କୈଳାସ ସାହୁଙ୍କ ପରିଚାଳନାରେ ମୋଟ ୪ ଲୋକ ଅଦାଲତ ବେଞ୍ଚ ବସିଥିଲା। ପ୍ରତ୍ୟେକ ବେଞ୍ଚରେ ବିଚାର ବିଭାଗୀୟ ଅଧିକାରୀ ଓ ୨ ଜଣ ସଭ୍ୟ ଥିଲେ। ପରିବାର ଅଦାଲତରେ ୭୦ ମାମଲାର ଶୁଣାଣି କରାଯାଇଥିବା ବେଳେ ସେମାନଙ୍କର ବୈବାହିକ କଳହର ଅନ୍ତଃ ଘଟାଇ ଖୁସିରେ ଜୀବନଯାପନ କରିବାକୁ ପରାମର୍ଶ ଦିଆଯାଇଥିଲା। ସେହିପରି ୧୮ ଚେକ୍‌ ବାଉନ୍ସ ମାମଲାର ବିଚାର କରାଯାଇ ୯୦ ଲକ୍ଷ ୨୪ ହଜାର ୮୮୫ ଟଙ୍କା ପ୍ରଦାନ କରିବାକୁ ନିର୍ଦ୍ଦେଶ ହୋଇଥିଲା। ସେହିପରି ୩୮୨ ଫୌଜଦାରି ମକଦ୍ଦମା ସମାଧାନ କରାଯାଇଥିଲା। ଏଥିରେ ଦ୍ୱିତୀୟ ଏମ୍‌ଏସିଟି ଜଜ୍‌ ବିକ୍ରମ ପଟ୍ଟନାୟକ, ପ୍ରଥମ ଅତିରିକ୍ତ ଜିଲା ଜଜ୍‌ ସଂଘମିତ୍ରା ଶର୍ମା, ତୃତୀୟ ଅତିରିକ୍ତ ଜିଲା ଜଜ୍‌ ଅଳ୍ପନା ସ୍ବାଇଁ ମୋଟର ଦୁର୍ଘଟଣାଜନିତ ମକଦ୍ଦମାର ସମାଧାନରେ ଅଂଶଗ୍ରହଣ କରିଥିଲେ। ସିଭିଲ କୋର୍ଟ ରେଜିଷ୍ଟ୍ରାର ସୁଶାନ୍ତ କୁମାର ମିଶ୍ରଙ୍କ ଉପସ୍ଥିତିରେ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। ଜିଲା କୋର୍ଟ ସମେତ ଜିଲାର ଅନ୍ୟାନ୍ୟ କୋର୍ଟ ପରିସରରେ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri