ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ସରିଲା

ଭୁବନେଶ୍ୱର, ୨୯।୮(ଅସମାପିକା ସାହୁ):ରାଜ୍ୟରେ ଉଚ୍ଚ ମାଧ୍ୟମିକ ସ୍କୁଲରେ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ସୋମବାର ଶେଷ ହୋଇଛି। ରାତି ୮ଟା ସୁଦ୍ଧା ୬୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଆବେଦନ କରିଥିବା ଜଣାପଡ଼ିଛି। ଗତ ୧୬ ତାରିଖରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସେପ୍ଟେମ୍ବର ୪ ପୂର୍ବାହ୍ନ ୧୧ଟା ୩୦ରେ ପ୍ରଥମ ମେରିଟ ଲିଷ୍ଟ ପ୍ରକାଶ ପାଇବ। ୫ ତାରିଖ ସକାଳ ୯ଟାରୁ ୭ ତାରିଖ ଅପରାହ୍ନ ୫ଟା ଭିତରେ ମନୋନୀତ ଛାତ୍ରୀଛାତ୍ର ନାମ ଲେଖାଇବେ। ୧୨ ତାରିଖ ପୂର୍ବାହ୍ନ ୧୧ଟା ୩୦ରେ ସ୍ପଟ୍‌ ନାମଲେଖା ପାଇଁ ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୧ ରୁ ୧୪ ତାରିଖ ସନ୍ଧ୍ୟା ଭିତରେ ନାମଲେଖାଇବେ।
ସୂଚନାଯୋଗ୍ୟ, ରାଜ୍ୟର ୨,୧୯୯ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ପାଇଁ ମୋଟ ୫,୧୯,୧୭୭ ସିଟ୍‌ ରହିଛି। ପ୍ରଥମ ପର୍ଯ୍ୟାୟ ନାମଲେଖାରେ ୩,୭୮,୯୨୦ଟି ସିଟ୍‌ ପୂରଣ ହୋଇଥିବାବେଳେ ୧,୪୦,୨୫୭ଟି ସିଟ୍‌ ଖାଲି ପଡ଼ିଛି। ଏଥିରୁ କଳା ବିଭାଗରେ ୫୧,୭୦୫ ସିଟ୍‌ ବଳକା ପଡ଼ିଥିବାବେଳେ ବିଜ୍ଞାନରେ ୫୯,୪୦୮, ବାଣିଜ୍ୟରେ ୧୬,୭୭୬, ସଂସ୍କୃତରେ ୬,୫୨୫ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫,୮୪୩ଟି ସିଟ୍‌ ଖାଲିପଡିଛି। ଏପରିସ୍ଥିତିରେ ଗତ ୧ ତାରିଖରୁ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହୋଇଛି। କିନ୍ତୁ ସିଟ୍‌ ପୂରଣ ହୋଇ ନ ଥିବାରୁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା କରିବାକୁ ବିଭାଗ ନିଷ୍ପତ୍ତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri