ଯୁକ୍ତ୨ ପ୍ରାକ୍ଟିକାଲ: ୨୯ ସୁଦ୍ଧା କେନ୍ଦ୍ରରେ ପହଞ୍ଚତ୍ବ ପରୀକ୍ଷା ଉପକରଣ

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହେବ। ସେହିପରି ପ୍ରାକ୍ଟିକାଲ ପରୀକ୍ଷା ଫେବୃୟାରୀ ୧ରୁ ଆରମ୍ଭ ହୋଇ ୧୦ ତାରିଖ ଯାଏ ଚାଲିବ। ପରୀକ୍ଷା ପାଇଁ ସବୁ ପ୍ରକାର ପ୍ରସ୍ତୁତି ଆରମ୍ଭ କରିଦେଇଛି ପରିଷଦ। ତେଣୁ ପ୍ରାକ୍ଟିକାଲ ପରୀକ୍ଷା ସମ୍ବନ୍ଧୀୟ ସମସ୍ତ ମାଟେରିଆଲ୍ସ ବା ଉପକରଣ (ପ୍ରଶ୍ନପତ୍ର, ଖାଲି ଉତ୍ତର ଖାତା ଓ ଅନ୍ୟାନ୍ୟ) ଆସନ୍ତା ୨୪ ତାରିଖ ସକାଳୁ ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରୁ ଯୋଗାଣ ଆରମ୍ଭ ହେବ। ୨୯ତାରିଖ ସୁଦ୍ଧା ସମସ୍ତ ପରୀକ୍ଷା କେନ୍ଦ୍ରରେ ଏହା ପହଞ୍ଚତ୍ବ। ଏ ନେଇ ସିଏଚ୍‌ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ ସମସ୍ତ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷ ଏବଂ ପରୀକ୍ଷା କେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଚିଠି ଲେଖି ଜଣାଇଛନ୍ତି। ସିଏଚ୍‌ଏସ୍‌ଇ ଅଧିକାରୀମାନେ ଅଫିସ ସମୟ ପରେ ମଧ୍ୟ ଶିକ୍ଷାନୁଷ୍ଠାନରେ ପହଞ୍ଚତ୍ପାରନ୍ତି। ତେଣୁ ୨୪ରୁ ୨୯ତାରିଖ ମଧ୍ୟରେ ଅଧ୍ୟକ୍ଷମାନେ ପରୀକ୍ଷା ସମ୍ବନ୍ଧୀୟ ସମସ୍ତ ମାଟେରିଆଲ୍ସକୁ ଗ୍ରହଣ କରିବା ପାଇଁ ପ୍ରସ୍ତୁତ ରହିବେ। ସେହିପରି ସମସ୍ତ ମାଟେରିଆଲ୍ସକୁ ଠିକ୍‌ ଭାବେ ତଦାରଖ ଏବଂ ଗଣିକରି ଅଧ୍ୟକ୍ଷମାନେ ରଖିବେ। କମ୍‌ ଥିଲେ ତୁରନ୍ତ ପରୀକ୍ଷା ନିୟନ୍ତ୍ରକଙ୍କୁ ଜଣାଇବେ। ସମସ୍ତ ପ୍ରଶ୍ନପତ୍ର ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟ ଏବଂ ଅଧ୍ୟକ୍ଷଙ୍କ ସୁପରଭିଜନରେ ସିସିଟିଭି ନଜରରେ ଥିବା ଷ୍ଟ୍ରଙ୍ଗରୁମ୍‌ରେ ରଖାଯିବ। ସେପଟେ ଆସନ୍ତା ୩୧ ତାରିଖ ସୁଦ୍ଧା କ୍ୱାର୍ଟର ଏଣ୍ଡ୍‌ ପରୀକ୍ଷାର ମାର୍କ ସାମ୍ସ ପୋର୍ଟାଲରେ ଅପ୍‌ଲୋଡ୍‌ କରିବା ପାଇଁ ସିଏଚ୍‌ଏସ୍‌ଇ ଶନିବାର ସମସ୍ତ ଉଚ୍ଚ ମାଧ୍ୟମିକ ଶିକ୍ଷା ସ୍କୁଲ ଅଧ୍ୟକ୍ଷଙ୍କୁ ଜଣାଇଛି। ଶେଷ ତାରିଖ ପର୍ଯ୍ୟନ୍ତ ଅପେକ୍ଷା ନ କରି ଓ କୌଣସି ବୈଷୟିକ ସମସ୍ୟାର ସମ୍ମୁଖୀନ ନ ହେବା ପାଇଁ ମାର୍କ ଅପ୍‌ଲୋଡ୍‌ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ଚିଠିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri