୨ରୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର, ୧।୧୨(ଅସମାପିକା ସାହୁ):  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ଆରମ୍ଭ ହେବ। ଏହା ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ନେଇ ପରିଷଦ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଥିଓରୀ ପରୀକ୍ଷା ଫେବୃୟାରୀ ୧୬ରୁ ଆରମ୍ଭ ହେବାର ସମ୍ଭାବନା ରହିଥିଲେ ମଧ୍ୟ ନିର୍ଦ୍ଦିଷ୍ଟ ତାରିଖ ପରବର୍ତ୍ତୀ ସମୟରେ ଘୋଷଣା କରାଯିବ ବୋଲି ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।
ରାଜ୍ୟରେ ମୋଟ ୨,୦୬୫ଟି ଉଚ୍ଚ ମାଧ୍ୟମିକ ସ୍କୁଲ ମଧ୍ୟରୁ ୧,୫୬୦ଟି ଜେନେରାଲ କଲେଜ ଓ ଅବଶିଷ୍ଟ ଯୁକ୍ତ୨ ସଂସ୍କୃତ କଲେଜ ରହିଛି। ପରୀକ୍ଷା ସରିବା ପରେ ମାର୍ଚ୍ଚ ଶେଷ ସପ୍ତାହ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି। ତେବେ ଯଦି ଆବଶ୍ୟକ ପଡ଼େ ସାଧାରଣ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପରେ ରେଜଲ୍ଟ ପ୍ରକାଶ କରାଯିବ। ମାତ୍ର ଆସନ୍ତା ସାଧାରଣ ନିର୍ବାଚନ ପ୍ରକ୍ରିୟାକୁ ନଜର ଦେଇ ଏପରି ଶୀଘ୍ର ପରୀକ୍ଷା କରାଯାଉଛି। ନିର୍ବାଚନ ଲାଗି ରାଜ୍ୟର ଅନେକ କଲେଜରେ ବ୍ୟବସ୍ଥା କରାଯିବା ସହ ଅନେକ ଅଧ୍ୟାପିକା, ଅଧ୍ୟାପକ ଏବଂ କର୍ମଚାରୀଙ୍କୁ ନିର୍ବାଚନ ଦାୟିତ୍ୱରେ ସାମିଲ କରାଯିବ। ତେଣୁ ନିର୍ବାଚନ ପୂର୍ବରୁ ଯୁକ୍ତ୨ ପରୀକ୍ଷା ଶେଷ କରିବା ସହ ରେଜଲ୍ଟ ପ୍ରକାଶ କରିବାକୁ ପରିଷଦ ଗୁରୁତ୍ୱ ଦେଉଥିବା ଜଣାପାଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri