ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ୨ୟ ଟ୍ରାଏଲ ରନ୍‌

ପୁରୀ,୨୧ା୯(ଅଜିତ୍‌ ମହାନ୍ତି)ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ଅବସରରେ ବୁଧବାର ପୁରୀରୁ ରାଉଲକେଲାକୁ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଦ୍ୱିତୀୟ ଟ୍ରାଏଲ ରନ୍‌ ଅନୁଷ୍ଠିତ ହୋଇଛି। ଭୋର ୫ଟାରେ ଏହି ଟ୍ରେନ୍‌ ପୁରୀରୁ ବାହାରି ଅପରାହ୍ନ ୧୨ଟା ୪୫ ମିନିଟ୍‌ରେ ରାଉରକେଲାରେ ପହଞ୍ଚତ୍ଥିଲା। ସେହିପରି ଏହା ଅପରାହ୍ନ ୨ଟା ୧୦ରେ ରାଉରକେଲାରୁ ବାହାରି ରାତି ୯ଟା ୪୦ରେ ପୁରୀରେ ପହଞ୍ଚତ୍ିଥିଲା। ଟ୍ରାଏଲ ରନ୍‌ ଅବସରରେ ଟ୍ରେନ୍‌ଟି ଖୋର୍ଦ୍ଧାରୋଡ଼, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର ସିଟି ଓ ଝାରସୁଗୁଡ଼ା ଆଦି ୧୦ଟି ଷ୍ଟେଶନରେ ୨ ମିନିଟ୍‌ ଲେଖାଏ ରହିଥିଲା। କେବଳ ଭୁବନେଶ୍ୱର ଷ୍ଟେଶନରେ ୫ ମିନିଟ୍‌ ରହିଥିଲା।
ରେଳଯାତ୍ରୀଙ୍କୁ ଦ୍ରୁତ, ଆରାମଦାୟକ ଓ ସୁବିଧାଜନକ ଭ୍ରମଣ ଅଭିଜ୍ଞତା ଦେଇଆସୁଛି ବନ୍ଦେ ଭାରତ ଏକ୍ସପ୍ରେସ୍‌। ପୁରୀରୁ ରାଉଲକେଲାକୁ ସଂଯୋଗ କରିବା ପାଇଁ ରେଳବିଭାଗ ପକ୍ଷରୁ ହୋଇଥିବା ଏଭଳି ପ୍ରୟାସ ଭଲ ପଦକ୍ଷେପ ବୋଲି ଯାତ୍ରୀମାନେ କହିଛନ୍ତି। ନୂଆଖାଇରେ ଟ୍ରେନ୍‌ର ଦ୍ୱିତୀୟ ଟ୍ରାଏଲ ରନ୍‌ ହୋଇଥିବାରୁ ରାଉଲକେଲାବାସୀ ଖୁସି ବ୍ୟକ୍ତ କରିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?