ଯୁକ୍ତ୨ ପ୍ରଥମବର୍ଷ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର, ୨।୮(ଅସମାପିକା ସାହୁ): ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଯୁକ୍ତ୨ ଜୁନିୟର କଲେଜରେ ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମଦିନରେ ଛାତ୍ରୀଛାତ୍ରମାନେ ଶିକ୍ଷାନୁଷ୍ଠାନ ଓ ଏକାଡେମିକ୍‌ ବିଷୟରେ ଜାଣିବା ସହ ନୂଆ ଅନୁଭୂତି ସାଉଣ୍ଟିଛନ୍ତି। ପୂର୍ବରୁ ଜାରି ହୋଇଥିବା ମାର୍ଗଦର୍ଶିକା ଅନୁଯାୟୀ, ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ଥିଲା। ନୂଆକରି ଶିକ୍ଷାନୁଷ୍ଠାନକୁ ଆସିଥିବା ପିଲାଙ୍କୁ ସ୍ବାଗତ କରିବା ପାଇଁ ସୁସଜ୍ଜିତ ହଲ୍‌ରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ପିଲାଙ୍କୁ ଶିକ୍ଷାନୁଷ୍ଠାନର ଇତିହାସ, କାର୍ଯ୍ୟକଳାପ ଓ ନିୟମ ବିଷୟରେ ସୂଚିତ କରାଯାଇଥିଲା। ଅଧ୍ୟକ୍ଷଙ୍କ ସମେତ ଅନ୍ୟ ଶିକ୍ଷୟିତ୍ରୀଶିକ୍ଷକ ଏବଂ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଛାତ୍ର ଜୀବନରେ ଉଚ୍ଚ ମାଧ୍ୟମିକ ଶିକ୍ଷାର ଗୁରୁତ୍ୱ ସମ୍ପର୍କରେ ପିଲାଙ୍କୁ ଅବଗତ କରାଯିବା ସହ ଶିକ୍ଷାନୁଷ୍ଠାନର ଶ୍ରେଣୀଗୃହ, ପରୀକ୍ଷାଗାର, ପାଠାଗାର ସମ୍ପର୍କରେ ସେମାନଙ୍କୁ ବୁଝାଯାଇଥିଲା। ସେହିଭଳି ଶିକ୍ଷାନୁଷ୍ଠାନ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ପରିଚୟ ପତ୍ର ଓ ବିଭାଗ ଅନୁସାରେ ସମୟ ସୂଚୀ ପ୍ରଦାନ କରାଯାଇଛି। ଏଥିସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତ କ୍ୟାରିୟର ପୋର୍ଟାଲ ସମ୍ପର୍କିତ ତଥ୍ୟ ଛାତ୍ରୀଛାତ୍ରଙ୍କୁ କୁହାଯାଇଥିଲା। ଓଡ଼ିଶା କ୍ୟାରିୟର ପୋର୍ଟାଲ (http://odishacareerportal.com)ରେ ଉପଲବ୍ଧ ପ୍ରାୟ ୫୫୦ କ୍ୟାରିୟର ଅପ୍‌ସନ୍‌ ସମ୍ପର୍କରେ ସୂଚନା ଦିଆଯାଇଥିଲା। www. chseodisha.nic.inରେ ଲଗ୍‌ ଇନ୍‌ କରି ପିଲାମାନେ ସିଲାବସ୍‌ ସମ୍ପର୍କରେ ଏବଂ https://www.textbookbureauodisha.nic.inରେ ଲଗ୍‌ ଇନ୍‌ କରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପ୍ରଚଳିତ ପାଠ୍ୟପୁସ୍ତକ ପିଡିଏଫ୍‌ ଆକାରରେ କିପରି ପାଇପାରିବେ ସେସମ୍ପର୍କରେ କୁହାଯାଇଥିଲା। ଏଥିସହ ରାଗିଂ ସମ୍ପର୍କରେ ସେମାନଙ୍କୁ ସଚେତନ କରାଯିବା ସହ ଆଣ୍ଟି ରାଗିଂ ସେଲ୍‌ ମୁଖ୍ୟଙ୍କ ନାମ ଏବଂ ନମ୍ବର ପ୍ରଦାନ କରାଯାଇଥିଲା। ଯଦି କେହି ରାଗିଂର ଶିକାର ହୁଅନ୍ତି, ତୁରନ୍ତ ସେମାନେ ସେଲ୍‌ର ମୁଖ୍ୟଙ୍କୁ ଜଣାଇବାକୁ ପରାମର୍ଶ ଦିଆଯାଇଥିଲା। କହିବାକୁ ଗଲେ, ନୂଆକରି କଲେଜରେ ପାଦ ଦେଇଥିବା ଏହି ଛାତ୍ରୀଛାତ୍ରମାନେ ଖୁସିରେ ଖୁସିରେ ସମୟ ବିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri