ଶିକ୍ଷାନୁଷ୍ଠାନ ବଦଳାଇପାରିବେ ଯୁକ୍ତ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ର: ଆବେଦନ ଆରମ୍ଭ

ଭୁବନେଶ୍ୱର, ୫।୧(ଅସମାପିକା ସାହୁ) – ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ର ଚାହିଁଲେ ନିଜ ଶିକ୍ଷାନୁଷ୍ଠାନ ବଦଳାଇପାରିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୁଯୋଗ ଦେବା ସହ ଶୁକ୍ରବାରଠାରୁ ଆବେଦନ ଆରମ୍ଭ ହୋଇଛି। ଯେଉଁ ଛାତ୍ରୀଛାତ୍ର ଗୋଟିଏ ଉଚ୍ଚ ମାଧ୍ୟମିକ ସ୍କୁଲରୁ ଅନ୍ୟ ସ୍କୁଲକୁ ବଦଳି ଚାହୁଁଥିବେ ସେମାନେ ବିଭାଗର ଓ୍ବେବସାଇଟ୍‌ www.samsodisha.gov.inରେ ଆବେଦନ କରିପାରିବେ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇ ସମସ୍ତ ସରକାରୀ ଓ ବେସରକାରୀ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରାଯାଇଛି। ଗାଇଡ୍‌ଲାଇନ୍‌ ଅନୁସାରେ, ଛାତ୍ରୀଛାତ୍ରମାନେ ଯେଉଁ ଶିକ୍ଷାନୁଷ୍ଠାନକୁ ବଦଳି ହେବାକୁ ଚାହୁଁଥିବେ ସେଠାରେ ସିଟ୍‌ ଖାଲି ଥିବା ଆବଶ୍ୟକ। ଅଭିଭାବକଙ୍କ ବଦଳି/ଅବସର/ମୃତ୍ୟୁ କିମ୍ବା ଛାତ୍ରୀଙ୍କ ବାହାଘର କିମ୍ବା କୌଣସି ଗୁରୁତର ସ୍ବାସ୍ଥ୍ୟଜନିତ ରୋଗ ଥିଲେ ବଦଳି ପାଇଁ ଆବେଦନ କରିପାରିବେ। ତେବେ ଏସବୁର ପ୍ରମାଣପତ୍ର ଦାଖଲ କରିବାକୁ ପଡ଼ିବ। ଏହି ଆବେଦନ ପ୍ରକ୍ରିୟା ୧୨ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ୧୩ ତାରିଖ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଯେଉଁ ଉଚ୍ଚ ମାଧ୍ୟମିକ ସ୍କୁଲ ଛାଡ଼ିବେ ସେଠାରେ ଯାଞ୍ଚ ହେବ। ପରେ ଜିଲା ନୋଡାଲ ସାମ୍ସ ରିସୋର୍ସ ସେଣ୍ଟରରେ ୧୭ ତାରିଖ ପର୍ଯ୍ୟନ୍ତ ଡକ୍ୟୁମେଣ୍ଟ ଯାଞ୍ଚ ହେବ। ୧୬ରୁ ୨୨ ତାରିଖ ମଧ୍ୟରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟରେ ଆବେଦନ ରିଭ୍ୟୁ ଓ ଆପ୍ରୁଭାଲ ହେବ। ଯେଉଁ ଛାତ୍ରୀଛାତ୍ରଙ୍କ ଆବେଦନକୁ ଅନୁମତି ମିଳିଥିବ ସେମାନେ ୧୭ ରୁ ୨୭ତାରିଖ ମଧ୍ୟରେ ନୂଆ ଶିକ୍ଷାନୁଷ୍ଠାନରେ ନାମଲେଖାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri