ଶିକ୍ଷାନୁଷ୍ଠାନ ବଦଳାଇପାରିବେ ଯୁକ୍ତ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ର: ଆବେଦନ ଆରମ୍ଭ

ଭୁବନେଶ୍ୱର, ୫।୧(ଅସମାପିକା ସାହୁ) – ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ର ଚାହିଁଲେ ନିଜ ଶିକ୍ଷାନୁଷ୍ଠାନ ବଦଳାଇପାରିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୁଯୋଗ ଦେବା ସହ ଶୁକ୍ରବାରଠାରୁ ଆବେଦନ ଆରମ୍ଭ ହୋଇଛି। ଯେଉଁ ଛାତ୍ରୀଛାତ୍ର ଗୋଟିଏ ଉଚ୍ଚ ମାଧ୍ୟମିକ ସ୍କୁଲରୁ ଅନ୍ୟ ସ୍କୁଲକୁ ବଦଳି ଚାହୁଁଥିବେ ସେମାନେ ବିଭାଗର ଓ୍ବେବସାଇଟ୍‌ www.samsodisha.gov.inରେ ଆବେଦନ କରିପାରିବେ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇ ସମସ୍ତ ସରକାରୀ ଓ ବେସରକାରୀ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରାଯାଇଛି। ଗାଇଡ୍‌ଲାଇନ୍‌ ଅନୁସାରେ, ଛାତ୍ରୀଛାତ୍ରମାନେ ଯେଉଁ ଶିକ୍ଷାନୁଷ୍ଠାନକୁ ବଦଳି ହେବାକୁ ଚାହୁଁଥିବେ ସେଠାରେ ସିଟ୍‌ ଖାଲି ଥିବା ଆବଶ୍ୟକ। ଅଭିଭାବକଙ୍କ ବଦଳି/ଅବସର/ମୃତ୍ୟୁ କିମ୍ବା ଛାତ୍ରୀଙ୍କ ବାହାଘର କିମ୍ବା କୌଣସି ଗୁରୁତର ସ୍ବାସ୍ଥ୍ୟଜନିତ ରୋଗ ଥିଲେ ବଦଳି ପାଇଁ ଆବେଦନ କରିପାରିବେ। ତେବେ ଏସବୁର ପ୍ରମାଣପତ୍ର ଦାଖଲ କରିବାକୁ ପଡ଼ିବ। ଏହି ଆବେଦନ ପ୍ରକ୍ରିୟା ୧୨ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ୧୩ ତାରିଖ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଯେଉଁ ଉଚ୍ଚ ମାଧ୍ୟମିକ ସ୍କୁଲ ଛାଡ଼ିବେ ସେଠାରେ ଯାଞ୍ଚ ହେବ। ପରେ ଜିଲା ନୋଡାଲ ସାମ୍ସ ରିସୋର୍ସ ସେଣ୍ଟରରେ ୧୭ ତାରିଖ ପର୍ଯ୍ୟନ୍ତ ଡକ୍ୟୁମେଣ୍ଟ ଯାଞ୍ଚ ହେବ। ୧୬ରୁ ୨୨ ତାରିଖ ମଧ୍ୟରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟରେ ଆବେଦନ ରିଭ୍ୟୁ ଓ ଆପ୍ରୁଭାଲ ହେବ। ଯେଉଁ ଛାତ୍ରୀଛାତ୍ରଙ୍କ ଆବେଦନକୁ ଅନୁମତି ମିଳିଥିବ ସେମାନେ ୧୭ ରୁ ୨୭ତାରିଖ ମଧ୍ୟରେ ନୂଆ ଶିକ୍ଷାନୁଷ୍ଠାନରେ ନାମଲେଖାଇବେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri