ଡାକ୍ତରଙ୍କ ବ୍ୟାଙ୍କ ଖାତାରୁ ୩.୨୫ଲକ୍ଷ ଲୁଟ୍‌

ବ୍ରହ୍ମପୁର ଅଫିସ,୧୧ା୧୦:ଜଣେ ଡାକ୍ତର ସାଇବର ଠକେଇର ଶିକାର ହୋଇଛନ୍ତି। ସେ ହେଲେ ଗଜପତି ଜିଲା ଆର୍‌.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସର୍ଜରି ବିଭାଗର ଡା.ଲକ୍ଷ୍ମୀକାନ୍ତ ଚାନ୍ଦ। ଗତ ଶନିବାର ତାଙ୍କ ଏସ୍‌ବିଆଇ ଆକାଉଣ୍ଟ ଜମାଖାତାରୁ ଅନ୍‌ଲାଇନ୍‌ରେ ପ୍ରାୟ ୩.୨୫ଲକ୍ଷ ଟଙ୍କା କେହି ଦୁର୍ବୃତ୍ତ ଲୁଟି ନେବା ସମ୍ପର୍କରେ ବ୍ରହ୍ମପୁର ସାଇବର ଓ ଅର୍ଥନୈତିକ ଅପରାଧ ଶାଖାରେ ସେ ଅଭିଯୋଗ କରିଥିବା ଜଣାପଡ଼ିଛି। ସୂଚନା ମୁତାବକ, ଡା.ଚାନ୍ଦଙ୍କ ମୋବାଇଲକୁ ବାରମ୍ବାର ୟୋନୋ ହୋମ୍‌ପେଜ୍‌ର ଏକ ମେସେଜ୍‌ ଆସିଥିଲା। ସେ ଏହାକୁ କ୍ଲିକ୍‌ କରି ଦେଖିବାରୁ ଅପ୍‌ଡେଟ୍‌ ପାଇଁ ୟୁଜର ଆଇଡି ଏବଂ ପାସ୍‌ୱାର୍ଡ ପଠାଇବାକୁ ନିର୍ଦ୍ଦେଶ ଥିଲା। ଏହାକୁ ସେ ସତ ଭାବି ନିଜର ଆଇଡି ଏବଂ ପାସ୍‌ୱାର୍ଡ ଦେବା ପରେ ଆସିଥିବା ଓଟିପିକୁ ମଧ୍ୟ ପଠାଇ ଦେଇଥିଲେ। ଏହାପରେ ତାଙ୍କ ଆକାଉଣ୍ଟରୁ ପ୍ରଥମେ ୨,୯୯,୯୯୯ଟଙ୍କା ଏବଂ ଦ୍ୱିତୀୟ ଥର ୨୪,୯୮୭ଟଙ୍କା ଏଭଳି ମୋଟ ୩ଲକ୍ଷ ୨୪ହଜାର ୯୮୬ଟଙ୍କା ଟଙ୍କା କଟିଯାଇଥିଲା। ତାଙ୍କ ଏସ୍‌ବିଆଇ ଜମା ଖାତାରେ କେବଳ ବଳକା ୪ହଜାର ଟଙ୍କା ରହିଥିଲା। ଏଥିରୁ ସେ ସାଇବର ଠକେଇର ଶିକାର ହୋଇଥିବା ଜାଣିବାକୁ ପାଇ ସାଇବର ଓ ଅର୍ଥନେତିକ ଅପରାଧ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ କୋଟି ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri