ଦିନକରେ ୩.୪୫ ଲକ୍ଷ କୋଟିର ନିବେଶ ବୃଦ୍ଧି

ନୂଆଦିଲ୍ଲୀ,୧।୪: ଦୀର୍ଘଦିନ ପରେ ଭାରତୀୟ ଶେୟାର ବଜାର କାରବାର ଏକ ବୃହତ୍‌ ନିବେଶ ବୃଦ୍ଧିରେ ଶେଷ ହୋଇଛି। ଏପରିକି ଭାରତୀୟ ଶେୟାର ବଜାରର କାରବାର ବୃଦ୍ଧି ଫଳରେ ଦିନକ ମଧ୍ୟରେ ଭାରତୀୟ ପୁଞ୍ଜି ବଜାରରେ ପ୍ରାୟ ୩.୪୫ ଲକ୍ଷ କୋଟି ଟଙ୍କା ବୃଦ୍ଧି ଘଟିଛି। ବିଶେଷକରି କ୍ରମାଗତ ୨ୟ ଦିନ ଲାଗି ଉଭୟ ସେନ୍‌ସେକ୍ସ ଓ ନିଫ୍ଟିରେ କାରବାର ବୃଦ୍ଧି ପାଇଛି। ସେହିଭଳି ଶୁକ୍ରବାର ସେନ୍‌ସେକ୍ସ ପ୍ରାୟ ୧୦୩୧ ପଏଣ୍ଟ ବଢ଼ି ୫୯,୯୯୨ ଅଙ୍କରେ ପହଞ୍ଚତ୍ଥିବା ବେଳେ ନିଫ୍ଟି-୫୦ରେ ୨୭୯ ପଏଣ୍ଟ ବୃଦ୍ଧି ଘଟି ୧୭,୩୬୦ ଅଙ୍କରେ କାରବାର ବନ୍ଦ ହୋଇଥିଲା। ଏପରିକି ବିଏସ୍‌ଇର ମିଡ୍‌କ୍ୟାପ୍‌ ଏବଂ ସ୍ମଲ୍‌କ୍ୟାପ୍‌ ସୂଚକାଙ୍କ ଯଥାକ୍ରମେ ୧.୭୮% ଏବଂ ୧.୬୩% ପଏଣ୍ଟ ବୃଦ୍ଧି ସହ କାରବାର ବନ୍ଦ ହୋଇଛି। ଅପରପକ୍ଷରେ ବିଏସ୍‌ଇର ସୂଚୀବଦ୍ଧ କମ୍ପାନୀଗୁଡିକର ମୋଟ ବଜାର ପୁଞ୍ଜି ମାର୍ଚ୍ଚ ୩୧ରେ ବଢ଼ି ୨୫୮.୧୬ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଏପରିକି କାରବାରର ଶେଷ ଦିନରେ ଏହାର ପରିମାଣ ୨୫୪.୭୧ ଲକ୍ଷ କୋଟି ଟଙ୍କା ଥିଲା। ସେହିପରି ଶୁକ୍ରବାର କାରବାର ମଧ୍ୟରେ ଆଇଟି, ଟେକ୍‌, ବ୍ୟାଙ୍କିଙ୍ଗ୍‌, ଫାଇନାନ୍ସିଆଲ୍‌ ସର୍ଭିସେସ୍‌, ଏନର୍ଜି, ତୈଳ ଏବଂ ଗ୍ୟାସ୍‌ ଏବଂ ଟେଲିକମ୍ୟୁନିକେଶନ ଭଳି ଶେୟାରରେ ବୃଦ୍ଧି ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri