ଭୁବନେଶ୍ୱର,୧୪ା୯(ଅନିଲ ଦାସ)ରାଜ୍ୟରେ ୩,୪୫,୦୦୦ ମୃତ ମତଦାତାଙ୍କ ନାମ ଭୋଟର ତାଲିକାରେ ରହିଛି। ବୁଥ୍ସ୍ତରୀୟ ଅଧିକାରୀମାନଙ୍କ ଦ୍ୱାରା ନିକଟରେ ଘରକୁ ଘର ବୁଲି କରାଯାଇଥିବା ସର୍ଭେରୁ ଏହା ଜଣାପଡ଼ିଛି। ସେଗୁଡ଼ିକୁ ତୁରନ୍ତ ଭୋଟର ତାଲିକାରୁ ବାଦ୍ ଦେବା ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିତ୍କାରୀ(ସିଇଓ) ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସମସ୍ତ ଜିଲାପାଳମାନଙ୍କୁ ନେଇ ବୁଧବାର ଖାରବେଳ ଭବନରେ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଓଡ଼ିଶା ଗସ୍ତରେ ଆସିଥିବା ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ଡେପୁଟି ନିର୍ବାଚନ କମିଶନର (ସିନିୟର ଡିଇସି) ଧର୍ମେନ୍ଦ୍ର ଶର୍ମା, ସିନିୟର ଡିଇସି ନିତେଶ ବ୍ୟାସ୍ ଏବଂ ଡେପୁଟି ନିର୍ବାଚନ କମିଶନର ମନୋଜ ସାହୁ ବୈଠକରେ ଉପସ୍ଥିତ ରହି ଜିଲାଓ୍ବାରି ଭୋଟର ତାଲିକା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି।ଭୋଟର ନାମ ପଞ୍ଜୀକରଣ ସମୟରେ ଜଣେ ହେଲେ ଯୋଗ୍ୟ ଭୋଟର ଯେପରି ତାଲିକାରୁ ବାଦ୍ ନ ପଡ଼ନ୍ତି, ସେଥିପ୍ରତି ସଜାଗ ରହିବାକୁ ନିର୍ବାଚନ ଆୟୋଗଙ୍କ ଡେପୁଟି କମିଶନର ବୈଠକରେ ଗୁରୁତ୍ୱାରୋପ କରିଛନ୍ତି।ଗୋଟିଏ ନିର୍ବାଚନମଣ୍ଡଳୀରୁ ଅନ୍ୟ ଗୋଟିଏ ନିର୍ବାଚନମଣ୍ଡଳୀକୁ ସ୍ଥାନାନ୍ତର ହେଲେ ଭୋଟରମାନଙ୍କୁ ନିର୍ଦ୍ଧାରିତ ଫର୍ମରେ ଆବେଦନ କରି ବୁଥ୍ସ୍ତରୀୟ ଅଧିକାରୀଙ୍କ ଜରିଆରେ ଦାଖଲ କରିବାକୁ ପଡ଼ିବ। ମତଦାତାମାନେ ନିଜେ ଭୋଟର ହେଲ୍ପଲାଇନ ଆପ୍ କିମ୍ବା ଏନ୍ଭିଏସ୍ପି ପୋର୍ଟାଲରେ ଅନ୍ଲାଇନ ମାଧ୍ୟମରେ ଘରେ ରହି ତାଲିକାରେ ନାମ ଯୋଗ କରିବା, ବାଦ୍ଦେବା, ସ୍ଥାନାନ୍ତର ଏବଂ ତ୍ରୁଟି ସଂଶୋନ କରିପାରିବେ।ଏକ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଉପରେ ସମୀକ୍ଷା ବୈଠକରେ ଗୁରୁତ୍ୱାରୋପ କରାଯାଇଛି।ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ସମସ୍ତ ଯୋଗ୍ୟ ଭୋଟରମାନଙ୍କୁ ଫଟୋ ଭୋଟର ପରିଚୟ ରେଜିଷ୍ଟ୍ରି ଡାକ ଯୋଗେ ଯୋଗାଇ ଦେବା ଉପରେ ଜିଲା ନିର୍ବାଚନ ଅଧିକାରୀମାନେ ବିଶେଷ ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି।ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ବୈଠକରେ ଭୋଟର ତାଲିକା ପ୍ରସ୍ତୁତି, ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଓ ସମ୍ବେଦନଶୀଳ ବୁଥ୍ ଉପରେ ଆଲୋଚନା ହୋଇଛି। ରାଜ୍ୟରେ ଏବେ ଇଭିଏମ୍ ପହଞ୍ଚି ସାରିଥିବା ବେଳେ ୯ ଜିଲା ପାଇଁ ଭିଭିପିଏଟି ପହଞ୍ଚି ସାରିଛି। ଅକ୍ଟୋବରରେ ଇଭିଏମ୍ର ପ୍ରଥମ ପର୍ଯ୍ୟାୟ ଯାଞ୍ଚ କରାଯିବ ବୋଲି ସୂଚନା ମିଳିଛି। ଏହି ସମୀକ୍ଷା ବୈଠକରେ ସମସ୍ତ ଜିଲାପାଳ, ରାଜସ୍ବ କମିଶନର, ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଅଧିକାରୀ ରାକେଶ କୁମାର, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଓ ସଂଘମିତ୍ରା ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
Archives


